Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:13 - ପବିତ୍ର ବାଇବଲ

13 ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭର ଶତ୍ରୁମାନଙ୍କୁ ପରାସ୍ତ କରିବାରେ ଓ ଘଉଡ଼ାଇ ଦେବାରେ ତୁମ୍ଭର ପକ୍ଷ ହେବେ ନାହିଁ। ଏହି ଲୋକମାନେ ତୁମ୍ଭ ପାଇଁ ଏକ ଫାଶ ପରି ହେବେ। ସେମାନେ ତୁମ୍ଭ ପିଠି ପାଇଁ ଗ୍ଭବୁକ୍ ପରି ଓ ତୁମ୍ଭ ଆଖି ପାଇଁ କଣ୍ଟା ପରି ହେବେ। ଯେପର୍ଯ୍ୟନ୍ତ ତୁମ୍ଭେ ସେହି ଉତ୍ତମ ଦେଶ ଛାଡ଼ିବା ପାଇଁ ବାଧ୍ୟ ନ ହୋଇଛ, ଯାହା ସଦାପ୍ରଭୁ ତୁମ୍ଭଙ୍କୁ ଦେଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ଵରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ଵରୂପ ହେବେ।

Gade chapit la Kopi

ଓଡିଆ ବାଇବେଲ

13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ିଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତେବେ ଏହା ନିଶ୍ଚୟ ଜାଣ ଯେ, ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଗୋଷ୍ଠୀୟମାନଙ୍କୁ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରୁ ଆଉ ତଡ଼ି ଦେବେ ନାହିଁ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ବିନଷ୍ଟ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କର ଜାଲ ଓ ଫାନ୍ଦ ଓ ପାର୍ଶ୍ୱରେ କୋରଡ଼ା ଓ ଚକ୍ଷୁରେ କଣ୍ଟକ ସ୍ୱରୂପ ହେବେ।

Gade chapit la Kopi




ଯିହୋଶୂୟ 23:13
24 Referans Kwoze  

ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ। ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ୱରୂପ ହେବ।


“ଯଦି ତୁମ୍ଭେମାନେ ସେହି ଦେଶନିବାସୀମାନଙ୍କୁ ନିଜ ସମ୍ମୁଖରୁ ତଡ଼ି ବାହାର କରି ନ ଦେବ, ଯେଉଁମାନେ ବାସ କରିବେ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ସ୍ୱରୂପ ହେବେ। ତୁମ୍ଭେମାନେ ବାସ କରିବ, ସେମାନେ ତୁମ୍ଭମାନଙ୍କ ପାଇଁ ବହୁ ଦୁଃଖ ଆଣିବେ।


ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ। ସେମାନେ ବାସ କଲେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ। ତୁମ୍ଭେ ଯେବେ ସେମାନଙ୍କ ଦେବତାଗଣଙ୍କୁ ପୂଜା କର, ତେବେ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।”


କେତେକ ଲୋକଙ୍କୁ ସୈନ୍ୟମାନେ ମାରି ଦେବେ। ଅନ୍ୟ କେତେକଙ୍କୁ ବନ୍ଦୀ କରି ଅନ୍ୟ ସବୁ ଦେଶକୁ ପଠାଇ ଦିଆଯିବ। ଅଣଯିହୂଦୀଲୋକ ସେମାନଙ୍କର ସମୟ ଶେଷ ନ ହେବା ପର୍ଯ୍ୟନ୍ତ ପବିତ୍ର ନଗର ଯିରୁଶାଲମକୁ ପଦଦଳିତ କରିବେ।


ସେମାନଙ୍କର ମେଜ ଖାଦ୍ୟରେ ପୂର୍ଣ୍ଣ ଥିଲା। ସେମାନେ ଏମିତି ସହଭାଗିତାର ଖାଦ୍ୟ ଖାଉଥିଲେ ଯେ, ମୁଁ ଆଶଙ୍କା କଲି ସେହି ଖାଦ୍ୟ ସେମାନଙ୍କୁ ନଷ୍ଟ କରିବ।


ଶୟତାନ ସେମାନଙ୍କୁ ଫାନ୍ଦରେ ପକାଇଛି ଓ ତା ଇଚ୍ଛା ଅନୁସାରେ କାମ କରାଉଛି। ହୋଇପାରେ ଯେ ସେମାନେ ସଜାଗ ହେବେ ଓ ଶୟତାନର ସେହି କାର୍ଯ୍ୟ ଦେଖିବେ। ତା'ପରେ ସେମାନେ ଶୟତାନର ଫାନ୍ଦରୁ ମୁକ୍ତ ହେବେ।


ତା'ପରେ ସମସ୍ତ ସେନାପତିଗଣ ଓ ଛୋଟ ବଡ଼ ସବୁ ଲୋକ ମିଶରକୁ ପଳାଇଲେ। କାରଣ ସେମାନେ କ‌ଲ୍‌‌‌ଦୀୟମାନଙ୍କୁ ଭୟ କରୁଥିଲେ।


ତେବେ ତୁମ୍ଭେମାନେ ଧ୍ୱଂସ ହେବ। ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି। ଯଦି ତୁମ୍ଭେ ସଦାପ୍ରଭୁଙ୍କଠାରୁ ବିମୁଖ ହେବ। ଯର୍ଦ୍ଦନର ସେପାରିସ୍ଥ ଭୂମିରେ ଯେଉଁଠାକୁ ତୁମ୍ଭେମାନେ ଯିବା ପାଇଁ ପ୍ରସ୍ତୁତ ସେଠାରେ ତୁମ୍ଭେମାନେ ବେଶିଦିନ ବଞ୍ଚିପାରିବ ନାହିଁ।


ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ସେମାନଙ୍କୁ ଅନ୍ୟ ଦେଶରେ ନିକ୍ଷେପ କଲେ, ଯେଉଁଠାରେ ସେମାନେ ଆଜି ଅଛନ୍ତି।’


ତେଣୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ୱର୍ଗ ଓ ପୃଥିବୀକୁ ସାକ୍ଷୀରଖି କହୁଅଛି, ତୁମ୍ଭେମାନେ ଯଦି ଏପରି କର, ତେବେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶକୁ ଯାଉଛ, ସେହି ଦେଶରୁ ଶୀଘ୍ର ସେଠାରୁ ନିଃଶେଷରୂପେ ବିନଷ୍ଟ ହେବ। ତୁମ୍ଭେମାନେ ସେଠାରେ ଦୀର୍ଘଜୀବୀ ହେବ ନାହିଁ।


ଶଲୋମନ ଯେତେବେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦେବତାଗଣଙ୍କୁ ଅନୁସରଣ କରିବାର ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ।


ଏହା ପରେ ଫାରୋଙ୍କର କର୍ମଗ୍ଭରୀମାନେ ତାଙ୍କୁ କହିଲେ, “କେତେଦିନ ଯାଏ ଏ ମନୁଷ୍ୟ ଆମ୍ଭମାନଙ୍କର ଫାନ୍ଦ ସ୍ୱରୂପ ହୋଇଥିବ। ସେମାନଙ୍କୁ ଯିବାକୁ ଦିଅ ଏବଂ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କୁ ଉପାସନା କରିବାକୁ ଦିଅ। ତୁମ୍ଭେ ଅନୁଭବ କରୁ ନାହଁ କି ମିଶର ଧ୍ୱଂସ ହେଉଅଛି ବୋଲି?”


ସାବଧାନ! ତୁମ୍ଭେମାନେ ଯେଉଁ ଦେଶକୁ ଯାଉଛ ସେମାନଙ୍କ ସହିତ କୌଣସି ଚୁକ୍ତି କର ନାହିଁ। ଯଦି ତୁମ୍ଭେମାନେ ସେହି ଲୋକମାନଙ୍କ ସହିତ କୌଣସି ଚୁକ୍ତି କର, ତେବେ ଏହା ତୁମ୍ଭମାନଙ୍କ ପାଇଁ ଅସୁବିଧା ହେବ।


ତୁମ୍ଭେମାନେ ସେମାନଙ୍କର କନ୍ୟାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ୟାଗଣ ସେମାନଙ୍କର ଦେବଗଣମାନଙ୍କର ଅନୁଗାମୀ ହୋଇଥିବେ। ସେମାନେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦେବତାମାନଙ୍କର ଅନୁଗାମୀ କରାଇ ପାରନ୍ତି।


“‘ଏବଂ ଇସ୍ରାଏଲ ଦେଶ ଆଉ ପଡ଼ୋଶୀମାନଙ୍କ ଦ୍ୱାରା ବେଷ୍ଟିତ ହେବ ନାହିଁ, ଯେଉଁମାନେ କି ତିକ୍ଷଣ ଛୁରୀ ଓ ମୁନିଆ କଣ୍ଟାବୁଦା ତୁଲ୍ୟ। ଏବଂ ସେମାନେ ଜାଣିବେ ଯେ, ମୁଁ ସଦାପ୍ରଭୁ ସେମାନଙ୍କର ପ୍ରଭୁ ଅଟେ।’”


ତେଣୁ ଯିହୋଶୂୟଙ୍କ ମରଣ କାଳରେ ଅବଶିଷ୍ଠ ଭୂମିକୁ ମୁଁ ଆଉ କେବେ କୌଣସି ଦେଶକୁ ତଡ଼ିବି ନାହିଁ।


ଏଣୁ ସଦାପ୍ରଭୁ ଇସ୍ରାଏଲ ଉପରେ ଅତ୍ୟନ୍ତ କ୍ରୋଧ ହେଲେ ଓ ସେମାନଙ୍କୁ ନିଜ ଦୃଷ୍ଟିରୁ ଦୂରେଇ ଦେଲେ। କେବଳ ଯିହୁଦାର ଗୋଷ୍ଠୀ ଛଡ଼ା ଆଉ କେହି ଅବଶିଷ୍ଟ ରହିଲେ ନାହିଁ।


ଏଣୁ ସଦାପ୍ରଭୁ ସମସ୍ତ ଇସ୍ରାଏଲୀୟଙ୍କୁ ଅଗ୍ରାହ୍ୟ କଲେ। ସେ ସେମାନଙ୍କୁ କ୍ଳେଶ ଦେଲେ। ସେମାନଙ୍କୁ ବିନାଶକାରୀମାନଙ୍କ ହସ୍ତରେ ସମର୍ପଣ କଲେ। ଶେଷରେ ସେ ସେମାନଙ୍କୁ ନିଜ ଦୃଷ୍ଟି ପଥରୁ ଦୂରେଇ ଦେଲେ ଓ ସେମାନଙ୍କୁ ପରିତ୍ୟାଗ କଲେ।


Swiv nou:

Piblisite


Piblisite