Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 23:6 - ପବିତ୍ର ବାଇବଲ

6 “ତୁମ୍ଭେମାନେ ନିଶ୍ଚିତ ଯତ୍ନଶୀଳ ହେବ ସଦାପ୍ରଭୁଙ୍କର ସେହି ବାକ୍ୟକୁ ମାନିବା ପାଇଁ ଯାହାକି ସଦାପ୍ରଭୁ ଆମ୍ଭମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତୁମ୍ଭେମାନେ ମୋଶାଙ୍କ ଦ୍ୱାରା ଲିଖିତ ନିୟମ ପୁସ୍ତକର ସମସ୍ତ କଥାକୁ ଠିକ୍ ଠିକ୍ ଭାବେ ପାଳନ କରିବ। କେବେ ବି ସେ ନିୟମରୁ ବିଚ୍ୟୁତ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;

Gade chapit la Kopi

ଓଡିଆ ବାଇବେଲ

6 ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏନିମନ୍ତେ ତୁମ୍ଭେମାନେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥରେ ଲିଖିତ ସମସ୍ତ କଥା ମାନିବାକୁ ଓ କରିବାକୁ ସାହସିକ ହୁଅ, ତହିଁର ଦକ୍ଷିଣରେ କି ବାମରେ ନ ଫେର;

Gade chapit la Kopi




ଯିହୋଶୂୟ 23:6
14 Referans Kwoze  

ଆଜି ମୁଁ ତୁମ୍ଭକୁ ସଦାପ୍ରଭୁଙ୍କର ଯେଉଁ ଶିକ୍ଷା ଦେଉଅଛି ସେଥିରୁ କେବେ ବିମୁଖ ହୁଅ ନାହିଁ। ତୁମ୍ଭେ ଦକ୍ଷିଣ କି ବାମକୁ ଫେରିବ ନାହିଁ। ତୁମ୍ଭେମାନେ ଅନ୍ୟ ଦେବତାମାନଙ୍କୁ ଅନୁସରଣ କିଅବା ଉପାସନା କରିବ ନାହିଁ।


“ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେପରି ଆଜ୍ଞା ଦେଇଛନ୍ତି, ସେହିପରି ଭାବରେ ପାଳନ କରିବା ପାଇଁ ମନୋଯୋଗ କରିବେ। ତୁମ୍ଭେମାନେ ତହିଁର ଦକ୍ଷିଣରେ କି ବାମରେ ଫେରିବ ନାହିଁ।


ତୁମ୍ଭେମାନେ ପାପ ବିରୁଦ୍ଧରେ ସଂଗ୍ରାମ କରୁଛ, କିନ୍ତୁ ସେହି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ୟୁର କାରଣ ହୋଇପାରି ନାହିଁ।


ତାଙ୍କର ହୃଦୟ ଅହଙ୍କାରି ହେବା ଉଚିତ୍ ନୁହଁ। ସେ ନିୟମରୁ ବିମୁଖ ହେବା ଉଚିତ୍ ନୁହଁ। ନିୟମକୁ ଠିକ୍ ଭାବରେ ସେ ପାଳନ କରିବା ଉଚିତ୍। ତେବେ ସେ ଓ ତା'ର ଭବିଷ୍ୟଦ୍ ବଂଶଧରମାନେ ଇସ୍ରାଏଲରେ ବହୁଦିନ ଧରି ରାଜତ୍ୱ କରିବେ।


“ମୁଁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହା ସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭେମାନେ ତାହାଠାରୁ କିଛି ଊଣା କରିବ ନାହିଁ କି ତହିଁରେ କିଛି ଅଧିକ ଯୋଗ କରିବ ନାହିଁ।


କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’


ସାବଧାନ ରୁହ। ଦୃଢ଼ ଭାବେ ନିଜ ବିଶ୍ୱାସରେ ଅଟଳ ରୁହ। ସାହସୀ ହୁଅ, ବଳବାନ ହୁଅ। ପ୍ରତ୍ୟେକ କର୍ମ ପ୍ରେମରେ ସାଧିତ କର।


“ପୁଣି ସେମାନେ ଅସତ୍ୟତା ନିମନ୍ତେ ନିଜ ନିଜ ଜିହ୍ୱାରୂପ ଧନୁକୁ ବକ୍ର କରନ୍ତି। ଆଉ ସେମାନେ ଦେଶରେ ବଳିଷ୍ଠ ହୋଇଅଛନ୍ତି, ମାତ୍ର ସତ୍ୟତା ପାଇଁ ନୁହେଁ। କାରଣ ସେମାନେ ପାପ ଉପରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସେମାନେ ଆମ୍ଭକୁ ଜାଣନ୍ତି ନାହିଁ।” ଏହା ସଦାପ୍ରଭୁ କହନ୍ତି।


ମୁଁ ମୋର ସମ୍ମୁଖରେ କୌଣସି ମୂଲ୍ୟହୀନ ମୂର୍ତ୍ତି ସ୍ଥାପନ କରିବି ନାହିଁ। ମୁଁ ଦୁଷ୍ଟମାନଙ୍କ କର୍ମକୁ ଘୃଣା କରେ।


ସଦାପ୍ରଭୁ ମୁଁ ତୁମ୍ଭର ଶାସନରୁ ଫେରି ନାହିଁ, କାରଣ ତୁମ୍ଭେ ନିଜେ ମୋତେ ଶିକ୍ଷା ଦେଇଅଛ।


ବର୍ତ୍ତମାନ ତୁମ୍ଭେ ସାବଧାନତାର ସହ ଓ ବିଶ୍ୱସ୍ତତାର ସହ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କ ସମସ୍ତ ଆଦେଶ ପାଳନ କରିବାର ସମୟ। ତାଙ୍କର ସମସ୍ତ ବ୍ୟବସ୍ଥା, ସମସ୍ତ ଆଜ୍ଞା, ନିଷ୍ପତ୍ତି ଓ ନିୟମକୁ ମାନି ଚଳ। ମୋଶାଙ୍କ ଲିଖିତ ସମସ୍ତ ନିୟମକୁ ପାଳନ କର। ତାହାହେଲେ ତୁମ୍ଭେ ସବୁ କ୍ଷେତ୍ରରେ ସଫଳ ହେବ ଓ ଯେଉଁ ସ୍ଥାନକୁ ଯିବ କୁଶଳ ପ୍ରାପ୍ତ ହେବ।


Swiv nou:

Piblisite


Piblisite