Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:11 - ପବିତ୍ର ବାଇବଲ

11 “‘ଏହା ପରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋକୁ ଗଲ। ଯିରୀହୋ ନଗରର ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଏବଂ ତୁମ୍ଭେମାନେ ମଧ୍ୟ ଇମୋରୀୟ, ପିରିଷୀୟ, କିଣାନୀୟ, ହିତ୍ତୀୟ, ଗିର୍ଗାଶୀୟ, ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ହାତରେ ସମର୍ପଣ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପିରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,

Gade chapit la Kopi

ଓଡିଆ ବାଇବେଲ

11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,

Gade chapit la Kopi




ଯିହୋଶୂୟ 24:11
25 Referans Kwoze  

ପରମେଶ୍ୱର କିଣାନ ଦେଶର ସାତ ଗୋଟି ଜାତିକୁ ନଷ୍ଟ କରି ସେହି ଗୁଡ଼ିକ ଇସ୍ରାଏଲୀୟମାନଙ୍କୁ ଦେଲେ।


ଆମ୍ଭର ପୂର୍ବପୁରୁଷମାନେ ସେହି ପବିତ୍ର ତମ୍ବୁ ସାଙ୍ଗରେ ଆଣିଥିଲେ। ସେହି ସମୟରେ ଯିହୋଶୂୟଙ୍କ ନେତୃତ୍ୱରେ ସେମାନେ ଅନ୍ୟଜାତି ଗଣର ଦେଶ ଅଧିକାର କରି ନେଇଥିଲେ। ଏହି ଜାତିମାନଙ୍କୁ ଆମ୍ଭ ପୂର୍ବପୁରୁଷମାନଙ୍କ ସାମନାରେ ବାହାର କରିଦେଲେ। ତମ୍ବୁଟି ଦାଉଦଙ୍କ ସମୟ ପର୍ଯ୍ୟନ୍ତ ଥିଲା।


ହେ ସୂଫସାଗର, ତୁମ୍ଭେ କାହିଁକି ଘୁଞ୍ଚିଗଲ? ହେ ଯର୍ଦ୍ଦନ ତୁମ୍ଭେ କାହିଁକି ଉଜାଣି ବହୁଛ?


ସୂଫସାଗର ତାହା ଦେଖି ଘୁଞ୍ଚି ଗଲା। ଯର୍ଦ୍ଦନ ନଦୀ ଉଜାଣି ବହିଲା।


ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ। ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ। ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।


ଆମ୍ଭେମାନେ ପାର ହେବାଯାଏ, ଯେପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କର ଶକ୍ତିବଳରେ ସୂଫସାଗର ଶୁଷ୍କ କରିଥିଲେ, ସେହିପରି ତୁମ୍ଭେମାନେ ପାର ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ସମ୍ମୁଖରେ ଯର୍ଦ୍ଦନ ନଦୀ ଶୁଷ୍କ କଲେ।’


“ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।


ପରମେଶ୍ୱର କହିଲେ, “ଆମ୍ଭର ଦୂତ ତୁମ୍ଭକୁ କ୍ଷେତ୍ର ମଧ୍ୟଦେଇ ଆଗେଇ ନେବେ। ସେ ତୁମ୍ଭମାନଙ୍କୁ ଇମୋରୀୟ, ହିତ୍ତୀୟ, ପିରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ। ପୁଣି ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।


କେନୀୟମାନଙ୍କର, କନଜୀୟମାନଙ୍କର ଓ କ‌ଦ୍‌ମୋନୀୟମାନଙ୍କର ଭୂମି ଏହିସବୁ।


ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।


ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’


ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।


ମୁଁ ତୁମ୍ଭ ଆଗେ, ଆଗେ ବିରୁଡ଼ିମାନଙ୍କୁ ପାଠାଇବି। ସେମାନେ ହିବ୍ବୀୟ, କିଣାନୀୟ, ହିତ୍ତୀୟମାନଙ୍କୁ ତୁମ୍ଭ ଦେଶରୁ ଘଉଡ଼ାଇ ଦେବେ।


“ମୁଁ ସୂଫସାଗରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିର୍ଦ୍ଧାରଣ କରିବି। ପଲେଷ୍ଟୀୟମାନଙ୍କର ସମୁଦ୍ର ତୁମ୍ଭର ପଶ୍ଚିମ ସୀମାରେ ଏବଂ ଆରବ ମରୁଭୂମି ପୂର୍ବ ସୀମାରେ ରହିବ। କାରଣ ମୁଁ ସେହି ଲୋକମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବି। ଏବଂ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।


ତେଣୁ ମୁଁ ତୁମ୍ଭ ଆଗେ ଆଗେ ଏକ ସ୍ୱର୍ଗଦୂତ ପଠାଇବି ପୁଣି ମୁଁ କିଣାନୀୟ ଓ ଇମୋରୀୟ, ହିତ୍ତୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ି ଦେବି।


ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ସହିତ ଅଛନ୍ତି ଏହା ଦ୍ୱାରା ତୁମ୍ଭେମାନେ ଜାଣି ପାରିବ। ସେ କିଣାନୀୟ, ହିତ୍ତୀୟ, ହିବ୍ବୀୟ, ପିରିଷୀୟ, ଗିର୍ଗାଶୀୟ, ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭମାନଙ୍କ ସମ୍ମୁଖରୁ, ସେହି ଭୂମିରୁ ନିଶ୍ଚିତ ତଡ଼ି ଦେବେ।


ସମସ୍ତ ଲୋକ ଯର୍ଦ୍ଦନ ନଦୀ ପାର ହୋଇ ସାରିବା ପରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ,


ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗି‌ଲ୍‌ଗ‌ଲ୍‌ଠାରେ ଛାଉଣି ସ୍ଥାପନ କଲେ।


ସେମାନେ ଯିହୋଶୂୟ ଓ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ, ଏକତ୍ରିତ ହେଲେ ଓ ସୈନ୍ୟବାହିନୀରେ ଯୋଗ ଦେଲେ।


Swiv nou:

Piblisite


Piblisite