Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:13 - ପବିତ୍ର ବାଇବଲ

13 “‘ମୁଁ ସଦାପ୍ରଭୁ ସେହି ଦେଶକୁ ତୁମ୍ଭକୁ ଦେଲି। ତୁମ୍ଭେମାନେ ଏ ଦେଶ ପାଇବା ପାଇଁ କିଛି ପରିଶ୍ରମ କରି ନାହଁ। ମୁଁ ତୁମ୍ଭକୁ ଯେଉଁ ସହର ଦେଲି ତାକୁ ତୁମ୍ଭେ ତିଆରି କରି ନ ଥିଲ। ମୁଁ ଏଗୁଡ଼ିକୁ ତୁମ୍ଭକୁ ଦେଲି। ଏବଂ ତୁମ୍ଭେମାନେ ସେହି ଦେଶ ଓ ସହରରେ ବାସ କରୁଛ। ସେଗୁଡ଼ିକ ମୁଁ ଦେଇଅଛି। ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ କରି ନ ଥିଲ ତାହା ତୁମ୍ଭେମାନେ ଭୋଗ କରୁଅଛ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।

Gade chapit la Kopi

ଓଡିଆ ବାଇବେଲ

13 ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’

Gade chapit la Kopi




ଯିହୋଶୂୟ 24:13
7 Referans Kwoze  

ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକୁ ନେଇ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶିରେ, ଝରଣାରେ ଓ ଗଭୀର ଜଳସ୍ରୋତରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦେଇ ଝରିଯାଏ।


ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିଯାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।


ସଦାପ୍ରଭୁ ଇସ୍ରାଏଲ ବଂଶକୁ ଯେଉଁ ଉତ୍ତମ ପ୍ରତିଜ୍ଞା କରିଥିଲେ, ସେଥି ମଧ୍ୟରୁ ଗୋଟିଏ ହେଲେ କଥା ବିଫଳ ହେଲା ନାହିଁ। ସଦାପ୍ରଭୁଙ୍କର ସମସ୍ତ କଥା ସଫଳ ହେଲା।


ମାତ୍ର ନିଜ ନିଜ କୁଦ ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହା‌ତ୍‌ସୋର ବିନା ଆଉ କୌଣସି ନଗର ଇସ୍ରାଏଲ ଦ‌ଗ୍‌ଧ କଲେ ନାହିଁ। ତାହା ଯିହୋଶୂୟ ଦ‌ଗ୍‌ଧ କଲେ।


ଆମ୍ଭେ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କ ସହ ମହତ୍ ପ୍ରତିଜ୍ଞା କରିଅଛୁ। ଆମ୍ଭେ ପ୍ରତିଜ୍ଞା କରିଅଛୁ ତୁମ୍ଭମାନଙ୍କୁ ସେହି ଭୂମି ଦେବା ପାଇଁ। ଏବଂ ତୁମ୍ଭମାନଙ୍କୁ ସେହି ଭୂମିକୁ ନେଇଯିବାକୁ। ଏହା ତୁମ୍ଭମାନଙ୍କର ହେବ। ଆମ୍ଭେ ସଦାପ୍ରଭୁ ଅଟୁ।”’


“ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ତାହା ଅନ୍ୟ ଦେଶୀୟମାନଙ୍କର ଅଟେ। ସଦାପ୍ରଭୁ ସେହି ଜାତିମାନଙ୍କୁ ଧ୍ୱଂସ କରିବେ। ତୁମ୍ଭେମାନେ ସେହିଠାରେ ବାସ କରିବ। ତୁମ୍ଭେମାନେ ତାଙ୍କର ଗୃହ ଓ ସହରଗୁଡ଼ିକ ଅଧିକାର କରିବ। ଏବଂ ଏଗୁଡ଼ିକ ହେବାପରେ,


Swiv nou:

Piblisite


Piblisite