ଯିହୋଶୂୟ 24:16 - ପବିତ୍ର ବାଇବଲ16 ଏହା ପରେ ସେହି ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ କେବେ ସଦାପ୍ରଭୁଙ୍କ ଅନୁସରଣରୁ ବିଚ୍ୟୁତ ହେବୁ ନାହିଁ। ଆମ୍ଭେମାନେ କଦାପି ଅନ୍ୟ ଦେବତାମାନଙ୍କୁ ପୂଜା କରିବୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। Gade chapit laଓଡିଆ ବାଇବେଲ16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିରେ ଲୋକମାନେ ଉତ୍ତର ଦେଇ କହିଲେ, “ଅନ୍ୟ ଦେବତାମାନଙ୍କ ସେବା କରିବା ନିମନ୍ତେ ଆମ୍ଭେମାନେ ଯେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିବୁ, ଏହା ଦୂରେ ଥାଉ। Gade chapit la |
“ଯଦି ସଦାପ୍ରଭୁଙ୍କ ସେବା ତୁମ୍ଭ ଦୃଷ୍ଟିରେ ମନ୍ଦ ଦିଶେ। ତେବେ ତୁମ୍ଭେମାନେ କାହାର ସେବା କରିବ ଆଜି ମନୋନୀତ କର। ତୁମ୍ଭମାନଙ୍କୁ ଆଜି ନିଷ୍ପତ୍ତି ନେବାକୁ ପଡ଼ିବ ଯେ ତୁମ୍ଭେ କାହାର ସେବା କରିବ। ତୁମ୍ଭେ କ’ଣ ତୁମ୍ଭ ପୂର୍ବପୁରୁଷଗଣର ଇଉଫ୍ରେଟିସ୍ ନଦୀ ସେପାରୀରେ ଥିବା ଦେବତାଗଣଙ୍କୁ ପୂଜା କରିବ? କିମ୍ବା ସେହି ଦେଶରେ ବାସ କରିଥିବା ଇମୋରୀୟମାନଙ୍କର ଦେବତାଙ୍କୁ ପୂଜା କରିବ? ତୁମ୍ଭେମାନେ ତୁମ୍ଭମାନଙ୍କ ପାଇଁ ଆଜି ଏହାର ନିଷ୍ପତ୍ତି ନିଅ। କିନ୍ତୁ ମୁଁ ଓ ମୋର ପରିବାରବର୍ଗ ସେହି ସଦାପ୍ରଭୁ ପରମେଶ୍ୱରଙ୍କୁ ସେବା କରିବୁ!”
ଆମ୍ଭେମାନେ ଜାଣୁ ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ମିଶରରୁ ଆଣିଥିଲେ। ଆମ୍ଭେମାନେ ସେଠାରେ କ୍ରୀତଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କ ଆଖି ଆଗରେ ସେଠାରେ ଏକ ଅଦ୍ଭୂତ କାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ପରମେଶ୍ୱର ଆମ୍ଭମାନଙ୍କୁ ସେ ଦେଶରୁ ଆଣିଛନ୍ତି ଓ ଆମ୍ଭେମାନେ ଯେତେବେଳେ ଅନ୍ୟ ଦେଶକୁ ଗଲୁ, ଆମ୍ଭକୁ ବିପଦରୁ ସୁରକ୍ଷା ପ୍ରଦାନ କରିଛନ୍ତି।