Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:18 - ପବିତ୍ର ବାଇବଲ

18 ଯାଜକମାନେ ଯିହୋଶୂୟଙ୍କୁ ମାନିଲେ। ସେମାନେ ସେହି ପବିତ୍ର ସିନ୍ଦୁକକୁ ଧରି ନଦୀରୁ କୂଳକୁ ଆସିଲେ। ଯେତେବେଳେ ଯାଜକମାନଙ୍କର ପାଦ ନଦୀରୁ ବାହାରି ଆସିଲା, ଯର୍ଦ୍ଦନ ନଦୀ ପୂର୍ବପରି ବହିବାକୁ ଲାଗିଲା। ଏହି ନଦୀ ପୂର୍ବପରି ତା'ର କୂଳ ଲଙ୍ଘନ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ଵ ସ୍ଵ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କଭୂମିକି ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରି ଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଯାଜକମାନେ ଯର୍ଦ୍ଦନ ମଧ୍ୟରୁ ଉଠି ଆସିବା ସମୟରେ, ଯାଜକମାନେ ଶୁଷ୍କ ଭୂମିକୁ ତଳିପା ଉଠାନ୍ତେ, ଯର୍ଦ୍ଦନର ଜଳସମୂହ ସ୍ୱ ସ୍ୱ ସ୍ଥାନକୁ ଫେରିଆସି ପୂର୍ବ ପରି ସମସ୍ତ ତୀରମାନଙ୍କ ଉପରେ ଉଠିଲା।

Gade chapit la Kopi




ଯିହୋଶୂୟ 4:18
8 Referans Kwoze  

ଯଦିଓ ଶସ୍ୟଅମଳ ସମୟରେ ଯର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶଯ୍ୟାରେ ପ୍ରବେଶ କଲା ମାତ୍ରେ ହଠାତ୍ ତା'ର ପ୍ରବାହ ବନ୍ଦ ହୋଇଗଲା।


ସେହି ଜଳରାଶି ଯିହୁଦା ପର୍ଯ୍ୟନ୍ତ ମାଡ଼ିଯିବ ଓ ଯିହୁଦାର କଣ୍ଠ ପର୍ଯ୍ୟନ୍ତ ବ୍ୟାପିବ। ପରିଶେଷରେ ତାକୁ ବୁଡ଼ାଇ ଦେବ। “ହେ ଇମ୍ମାନୁୟେଲ, ଏହି ବନ୍ୟାଦ୍ୱାରା ତୁମ୍ଭର ସମସ୍ତ ଦେଶ ଜଳମଗ୍ନ ହେବ।”


ଗାଦ୍ ଗୋଷ୍ଠୀର ଏହି ସୈନ୍ୟମାନେ ବର୍ଷର ପ୍ରଥମ ମାସରେ ଯର୍ଦ୍ଦନ ନଦୀ ପାର ହୋଇଯାଇଥିଲେ। ବର୍ଷର ଏହି ସମୟରେ ଯର୍ଦ୍ଦନ ନଦୀ ବନ୍ୟା ଜଳରେ ପୂର୍ଣ୍ଣ ହୋଇ ରହିଥିଲା। ସେମାନେ ଉପତ୍ୟକାରେ ବାସ କରୁଥିବା ସମସ୍ତ ଲୋକଙ୍କୁ ତଡ଼ି ପକାଇଥିଲେ। ସେମାନେ ସେହି ଲୋକମାନଙ୍କୁ ପୂର୍ବ ଓ ପଶ୍ଚିମ ଦିଗକୁ ତଡ଼ି ପଠାଇ ଦେଇଥିଲେ।


ଯେତେବେଳେ ଯାଜକଗଣ ସମଗ୍ର ଜଗତର ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ବହନ କରି ଯର୍ଦ୍ଦନ ନଦୀରେ ପ୍ରବେଶ କରିବେ, ଯର୍ଦ୍ଦନର ପ୍ରବାହ ବନ୍ଦ ହୋଇଯିବ। ଯର୍ଦ୍ଦନର ପାଣିସବୁ ରୋକିବ ଓ ଗୋଟିଏ ରାଶି ହୋଇ ସ୍ଥଗିତ ରହିବ।”


ତେଣୁ ଯିହୋଶୂୟ ନିର୍ଦ୍ଦେଶ ଦେଇ ଯାଜକମାନଙ୍କୁ, କହିଲେ, “ଯର୍ଦ୍ଦନ ନଦୀରୁ ବାହାରକୁ ଆସ।”


ପ୍ରଥମ ମାସର ଦଶମ ଦିନରେ ଲୋକମାନେ ଯର୍ଦ୍ଦନ ନଦୀ ପାର ହୋଇ ଯିରୀହୋର ପୂର୍ବ ସୀମାସ୍ଥିତ ଗି‌ଲ୍‌ଗ‌ଲ୍‌ଠାରେ ଛାଉଣି ସ୍ଥାପନ କଲେ।


ଯେତେବେଳେ ସମସ୍ତ ଲୋକମାନେ ନଦୀ ପାର ହୋଇଗଲେ, ଏହା ପରେ ଯାଜକଗଣ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ଯର୍ଦ୍ଦନ ନଦୀ ପାର ହୋଇଗଲେ।


Swiv nou:

Piblisite


Piblisite