Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:18 - ପବିତ୍ର ବାଇବଲ

18 ତୁମ୍ଭେମାନେ ସେହି ଦ୍ରବ୍ୟରୁ କିଛି ନ ଦେବା ପାଇଁ ସାବଧାନ ହେବା ଉଚିତ୍, ଯାହାକି ନଷ୍ଟ କରାଯିବ। ଯଦି ତୁମ୍ଭେମାନେ ସେହି ଦ୍ରବ୍ୟଗୁଡ଼ିକୁ ଇସ୍ରାଏଲର ଛାଉଣି ଭିତରକୁ ନିଅ, ତେବେ ତୁମ୍ଭେମାନେ ଆପଣା ଉପରକୁ ବିପଦ ଆଣିବ ଏବଂ ତୁମ୍ଭେମାନେ ଇସ୍ରାଏଲ ଛାଉଣି ଧ୍ୱଂସ କରିବାର କାରଣ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସି-ମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକି ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।

Gade chapit la Kopi

ଓଡିଆ ବାଇବେଲ

18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।

Gade chapit la Kopi




ଯିହୋଶୂୟ 6:18
20 Referans Kwoze  

ତେଣୁ ପ୍ରିୟ ପିଲାମାନେ, ତୁମ୍ଭେମାନେ ସବୁ ନିଜ ନିଜକୁ ଭଣ୍ଡ ଦେବତାମାନଙ୍କଠାରୁ ଦୂରରେ ରଖ।


ସର୍ବଦା ଭଲ କାମ କରି, ଅନ୍ଧକାରର କର୍ମଗୁଡ଼ିକର ଅସାରତା ପ୍ରମାଣିତ କର।


କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।


ତା'ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା'ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ।


“ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ, ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ, ତା'ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।”


ପରମେଶ୍ୱର ଯେଉଁ ଧର୍ମକୁ ଭଲ ପାଆନ୍ତି, ତାହା ହେଲା: ଅନାଥ, ବିଧବା ଓ ଅସହାୟ ଲୋକମାନଙ୍କର ଯତ୍ନ ନେବା ଓ ନିଜକୁ ଏହି ସଂସାରର ମନ୍ଦ ପ୍ରଭାବରୁ ମୁକ୍ତ ରଖିବା। ଏହି ପ୍ରକାର ଧର୍ମକୁ ପରମେଶ୍ୱର ସମ୍ପୂର୍ଣ୍ଣ ଶୁଦ୍ଧ ଓ ଉତ୍ତମ ବୋଲି ଗ୍ରହଣ କରନ୍ତି।


ତୁମ୍ଭର ପ୍ରେମ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର।


ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜାଣେ, ମୁଁ ଭୁଲ୍ କରିଛି, ସେଥିପାଇଁ ସମୁଦ୍ରରେ ଝଡ଼ ଆସିଲା। ତେଣୁ ତୁମ୍ଭେମାନେ ମୋତେ ସମୁଦ୍ରକୁ ଫିଙ୍ଗିଦିଅ, ତହିଁରେ ସମୁଦ୍ର ଶାନ୍ତ ହୋଇଯିବ।”


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ। ମାତ୍ର ଜଣେ ପାପୀ ଅନେକ ମଙ୍ଗଳ ନାଶ କରିପାରେ।


ଦାଉଦଙ୍କ ରାଜତ୍ୱ ସମୟରେ କ୍ରମାଗତ ତିନି ବର୍ଷ ଧରି ଦୁର୍ଭିକ୍ଷ ହେଲା। ଏହି ସମୟରେ ରାଜା ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କରନ୍ତେ ସଦାପ୍ରଭୁ ଉତ୍ତର ଦେଇ କହିଲେ, “ଶାଉଲ ଓ ତା'ର ହତ୍ୟାକାରୀ ବଂଶ ଯୋଗୁଁ ଏପରି ହେଉଛି। ଯେହେତୁ ସେ ଗିବିୟୋନୀୟମାନଙ୍କୁ ହତ୍ୟା କରିଥିଲା।”


ତୁମ୍ଭେ ସେହି ଘୃଣିତ ବସ୍ତୁଗୁଡ଼ିକ ନିଜ ଗୃହ ଭିତରକୁ ଆଣିବ ନାହିଁ। କାଳେ ତୁମ୍ଭେମାନେ ତାହା ତୁଲ୍ୟ ଅଭିଶପ୍ତ ହୋଇପାର। ତୁମ୍ଭେମାନେ ସେଗୁଡ଼ିକୁ ଅତିଶୟ ଘୃଣା କରିବା ଉଚିତ୍ ଓ ସେମାନେ ଅଭିଶପ୍ତ ହୁଅନ୍ତୁ ବୋଲି ବିବେଚନା କରିବ କାରଣ ସେମାନେ ବିଧ୍ୱଂସିତ ହେବାର ବସ୍ତୁ ଅଟନ୍ତି।


ଯିଏ ଲୁଣ୍ଠନ ଦ୍ରବ୍ୟ ରଖିବାରେ ଦୋଷୀ ମିଳିବ, ଯେଉଁ ଦ୍ରବ୍ୟଟି ନଷ୍ଟ ହେବାର ଉଚିତ୍ ଥିଲା, ତାହା ନିଆଁରେ ପୋଡ଼ି ପାଉଁଶ କରାଯିବ। ଏବଂ ତା'ର ଅଧୀନରେ ଥିବା ସବୁକିଛିକୁ ପୋଡ଼ି ପାଉଁଶ କରାଯିବ, ଯେହେତୁ ସେ ସଦାପ୍ରଭୁଙ୍କର ନିୟମ ଭଙ୍ଗ କଲା। ଆଉ ମଧ୍ୟ ସେ ଇସ୍ରାଏଲର ଲୋକମାନଙ୍କ ବହୁତ ପାପପୂର୍ଣ୍ଣ କାର୍ଯ୍ୟ କଲା।’”


ସେହି ଦ୍ରବ୍ୟରୁ ଯାହା ଧ୍ୱଂସ ହେବା ଉଚିତ୍, ତୁମ୍ଭେମାନେ କିଛି ସଂଗ୍ରହ କରିବା ଉଚିତ୍ ନୁହଁ। ଏଥିରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ଫେରିବେ ଓ ତୁମ୍ଭ ପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ୟା ବଢ଼ାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କୁ ପ୍ରତିଜ୍ଞା କରିଥିଲେ।


“ବର୍ତ୍ତମାନ ଯାଅ ଏବଂ ଲୋକମାନଙ୍କୁ ପ୍ରତିଷ୍ଠା କର। ଲୋକମାନଙ୍କୁ କୁହ, ‘ନିଜକୁ ପବିତ୍ର କାର୍ଯ୍ୟ ପାଇଁ ପବିତ୍ର କର। ଆସନ୍ତା କାଲି ପାଇଁ ପ୍ରସ୍ତୁତ ହୁଅ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ମୁଁ ନଷ୍ଟ କରିବା ପାଇଁ କହିଥିବା ଲୁଣ୍ଠନ ଦ୍ରବ୍ୟକୁ ତୁମ୍ଭେମାନେ ଅଧିକାର କରିଅଛ। ତୁମ୍ଭେ ସେ ବସ୍ତୁ ନଷ୍ଟ ନ କରିବା ଯାଏ ଶତ୍ରୁମାନଙ୍କ ଉପରେ ଜୟଲାଭ କରି ପାରିବ ନାହିଁ।


ତୁମ୍ଭମାନଙ୍କ ମଧ୍ୟରେ ଯେବେ କୌଣସି ବ୍ୟକ୍ତି ରାତ୍ରି ଘଟିତ କୌଣସି ଅଶୁଚିତାରେ ଅଶୁଚି ହୁଏ, ତେବେ ସେ ଛାଉଣି ଭିତରୁ ବାହାରି ଯିବ। ସେ ଛାଉଣି ମଧ୍ୟରେ ପ୍ରବେଶ କରିବ ନାହିଁ।


ଯାହା ହେଉ ଶାଉଲ ଓ ତାଙ୍କର ଲୋକମାନେ ସବୁଠୁ ଭଲ ମେଷ, ବଳଦ ଓ ହୃଷ୍ଟପୁଷ୍ଟ ମେଷ ଶାବକଗୁଡ଼ିକୁ ଓ ସମସ୍ତ ରଖିବା ପାଇଁ ଉପଯୋଗୀ ସାମଗ୍ରୀ ସେମାନେ ରଖିଲେ। ସେମାନେ ସେହି ଦ୍ରବ୍ୟଗୁଡ଼ିକ ନଷ୍ଟ କରିବା ପାଇଁ ଗ୍ଭହିଁଲେ ନାହିଁ। ସେମାନେ କେବଳ ରଖିବା ଉପଯୋଗୀ ନ ହେବା ଜିନିଷକୁ ନଷ୍ଟ କଲେ।


Swiv nou:

Piblisite


Piblisite