Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:23 - ପବିତ୍ର ବାଇବଲ

23 ତେଣୁ ସେ ଦୁଇ ଜଣ ଗୁପ୍ତଚର ଗୃହ ମଧ୍ୟକୁ ପ୍ରବେଶ କଲେ ଏବଂ ରାହାବକୁ ବାହାରକୁ ଆଣିଲେ। ସେମାନେ ମଧ୍ୟ ରାହାବର ପିତା, ମାତା, ଭଉଣୀ ଏବଂ ତା'ର ସମସ୍ତ ପରିବାରବର୍ଗ ଏବଂ ତାହା ସହିତ ଥିବା ସମସ୍ତ ଲୋକମାନଙ୍କୁ ବାହାରକୁ ଆଣିଲେ। ଏବଂ ସେମାନଙ୍କୁ ଇସ୍ରାଏଲର ଛାଉଣି ବାହାରେ ନିରାପଦରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏଥିରେ ସେହି ଯୁବା ଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

23 ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଥିରେ ସେହି ଯୁବା ଗୁପ୍ତଚରମାନେ ଗଲେ, ପୁଣି ରାହାବକୁ ଓ ତାହାର ପିତା ଓ ତାହାର ମାତା ଓ ତାହାର ଭାଇମାନଙ୍କୁ, ପୁଣି ଯାହା ଯାହା ତାହାର ଥିଲା, ସେସବୁ ବାହାର କରି ଆଣିଲେ, ମଧ୍ୟ ସେମାନେ ତାହାର ଜ୍ଞାତି ସମସ୍ତଙ୍କୁ ବାହାର କରି ଆଣିଲେ; ଆଉ ସେମାନଙ୍କୁ ଇସ୍ରାଏଲ-ଛାଉଣି ବାହାରେ ରଖିଲେ।

Gade chapit la Kopi




ଯିହୋଶୂୟ 6:23
15 Referans Kwoze  

କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।


ମନେରଖ, ତୁମ୍ଭେମାନେ ପୂର୍ବରୁ ଖ୍ରୀଷ୍ଟବିହୀନ ଥିଲ। ତୁମ୍ଭେମାନେ ଇସ୍ରାଏଲର ନାଗରିକ ନ ଥିଲ। ତେଣୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କ ସହିତ କରିଥିବା ପ୍ରତିଜ୍ଞା ଯୁକ୍ତ ନିୟମ ତୁମ୍ଭେ ପ୍ରାପ୍ତ ହୋଇ ନ ଥିଲ। ତୁମ୍ଭର ଆଉ କିଛି ଆଶା ଭରସା ନ ଥିଲା, କି ତୁମ୍ଭେ ପରମେଶ୍ୱରଙ୍କୁ ଜାଣି ନ ଥିଲ।


ଯେଉଁମାନେ କୌଣସି ମଣ୍ଡଳୀର ସଭ୍ୟ ନୁହନ୍ତି, ସେମାନଙ୍କ ବିଗ୍ଭର କରିବା ଉଚିତ୍ ନୁହେଁ। ପରମେଶ୍ୱର ସେମାନଙ୍କର ବିଗ୍ଭର କରିବେ। କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ୟ ଅଟନ୍ତି, ତୁମ୍ଭେ ସେମାନଙ୍କର ବିଗ୍ଭର କର। ଶାସ୍ତ୍ର କୁହେ “ତୁମ୍ଭେମାନେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।”


‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’


ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣିଛ ଯେ, କୌଣସି ଯିହୂଦୀ ଅନ୍ୟ ସହିତ ମିଶିବା ବା ଅନ୍ୟ ଜାତିର ଲୋକଙ୍କ ଘରକୁ ଯିବା ଯିହୂଦୀ ବ୍ୟବସ୍ଥା ବିରୁଦ୍ଧ। କିନ୍ତୁ କୌଣସି ଲୋକକୁ ‘ଅପବିତ୍ର’ ଓ ‘ଅପରିଚ୍ଛନ୍ନ’ ନ କହିବା ପାଇଁ ପରମେଶ୍ୱର ମୋତେ ଦେଖାଇଛନ୍ତି।


ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ମନୁଷ୍ୟ ହତ୍ୟା କରିଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସେମାନେ ସାତ ଦିନ ଛାଉଣି ବାହାରେ ରହିବେ। ସେମାନେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବା ଉଚିତ୍।


ଯଦି ପଗ୍ଭଶ୍ ଜଣ ଧାର୍ମିକ ଲୋକ ସେହି ନଗରରେ ଥା’ନ୍ତି, ଆପଣ କ’ଣ କରିବେ? ଆପଣ କ’ଣ ସମ୍ପୂର୍ଣ୍ଣ ରୂପେ ସେହି ଦେଶକୁ ଧ୍ୱଂସ କରିବେ? ପଗ୍ଭଶ୍ ଜଣ ଧାର୍ମିକଙ୍କ ସକାଶେ କ’ଣ ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ?


ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି। ମୁଁ ତୁମ୍ଭକୁ ଆଶୀର୍ବାଦ କରିବି ଓ ତୁମ୍ଭକୁ ମହାନ କରିବି ଏବଂ ତୁମ୍ଭେ ଆଶୀର୍ବାଦର ସଙ୍କେତ ହେବ।


ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ।


ମୋତେ କୁହ ଯେ ତୁମ୍ଭେ ମୋର ପରିବାରବର୍ଗକୁ ବଞ୍ଚାଇ ରଖିବ। ମୋର ପିତା, ମାତା, ଭାଇମାନଙ୍କୁ, ଭଉଣୀମାନଙ୍କୁ ଏବଂ ତାଙ୍କର ସମସ୍ତ ପରିବାରବର୍ଗଙ୍କୁ ରକ୍ଷା କରିବ। ଦୟାକରି ଆମ୍ଭମାନଙ୍କ ଜୀବନକୁ ମୃତ୍ୟୁମୁଖରୁ ରକ୍ଷା କରିବ ବୋଲି ପ୍ରତିଜ୍ଞା କର।”


ଏହିରୂପେ ସେହି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ୱର ଅବ୍ରହାମଙ୍କୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗରରେ ବାସ କରିଥିଲେ, ସେହି ନଗରର ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ୟରୁ ବାହାର କରୁଥିଲେ।


ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।


ତା'ପରେ ସେ ସ୍ତ୍ରୀଲୋକଟି କହିଲା, “ପର୍ବତମୟ ଦେଶ ମଧ୍ୟକୁ ଯାଅ ରାଜାଙ୍କର ଲୋକମାନେ ହଠାତ୍ ତୁମ୍ଭକୁ ପାଇବାକୁ ସକ୍ଷମ ହେବେ ନାହିଁ। ସେଠାରେ ତିନି ଦିନ ଲୁଚି ରୁହ, ଯେତେବେଳେ ରାଜାଙ୍କର ଲୋକମାନେ ଫେରି ଆସିବେ ତୁମ୍ଭେମାନେ ତୁମ୍ଭ ବାଟରେ ଗ୍ଭଲିଯିବ।”


ସେହି ବ୍ୟକ୍ତିଜଣକ ଅନୁଚରମାନଙ୍କୁ ସହରର ଗୁପ୍ତପଥ ଦେଖାଇ ଥିଲେ। ଯୋଷେଫଙ୍କର ପରିବାରବର୍ଗ ଖଣ୍ଡାରେ ବୈଥେ‌‌ଲ୍‌‌ର ସମସ୍ତ ଲୋକମାନଙ୍କୁ ହତ୍ୟା କଲେ। କିନ୍ତୁ ସେମାନେ ସେହି ଲୋକଙ୍କୁ ମାରି ନ ଥିଲେ ଯିଏ ସେମାନଙ୍କୁ ଗୁପ୍ତପଥ ଦେଖାଇଥିଲେ। ସେମାନେ ତାଙ୍କୁ ଓ ତାହାର ପରିବାରବର୍ଗକୁ ସ୍ୱାଧୀନ ଭାବରେ ଯିବାକୁ ଅନୁମତି ଦେଲେ।


Swiv nou:

Piblisite


Piblisite