Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:25 - ପବିତ୍ର ବାଇବଲ

25 ଯିହୋଶୂୟ ରାହାବକୁ ଓ ତା'ର ପରିବାରବର୍ଗମାନଙ୍କୁ ରକ୍ଷା କଲେ କାରଣ ସେ ଗୁପ୍ତଚରମାନଙ୍କୁ ସାହାଯ୍ୟ କରିଥିଲା ଓ ରକ୍ଷା କରିଥିଲା। ଯିରୀହୋ ସହର ଉପରେ ଗୁପ୍ତ ଦୃଷ୍ଟି ରଖିବା ପାଇଁ ଯିହୋଶୂୟ ପଠାଇଥିବା ଗୁପ୍ତଚରମାନଙ୍କୁ ଲୁଗ୍ଭଇ ରଖିଥିଲା। ତେଣୁ ରାହାବ ଏବେ ମଧ୍ୟ ଇସ୍ରାଏଲମାନଙ୍କ ସହିତ ବାସ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ଵ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ଵେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଦୂତମାନଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।

Gade chapit la Kopi

ଓଡିଆ ବାଇବେଲ

25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।

Gade chapit la Kopi




ଯିହୋଶୂୟ 6:25
11 Referans Kwoze  

ନିଜର ବିଶ୍ୱାସ ଦ୍ୱାରା, ରାହବ ନାମ୍ନୀ ବେଶ୍ୟା, ଇସ୍ରାଏଲର ଗୁପ୍ତଚରମାନଙ୍କୁ ମିତ୍ର ଭଳି ସ୍ୱାଗତ କଲା, ଓ ସେମାନଙ୍କୁ ସାହାଯ୍ୟ କଲା, ଓ ଅନ୍ୟ ଯେଉଁ ଲୋକମାନେ ମାନିବାକୁ ମନା କରିଥିଲେ, ସେମାନଙ୍କ ସହିତ ମୃତ ହେଲା ନାହିଁ।


ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା।


ସଲମୋନ ବୋୟାଜଙ୍କ ବାପା। (ବୋୟାଜଙ୍କ ମାଙ୍କ ନାମ ରାହାବ) ବୋୟାଜ ଓବେଦଙ୍କ ବାପା। (ରୂତ ଓବେଦଙ୍କ ମା) ଓବେଦ ଯିଶୟଙ୍କ ବାପା।


ରାହାବ ଏହିସବୁ କଥା ସେମାନଙ୍କୁ କହିଲା, କିନ୍ତୁ ବାସ୍ତବରେ ସେ ସେମାନଙ୍କୁ ଛାତ ଉପରେ ଛଣ କାଠିଗଦା ଭିତରେ ଲୁଗ୍ଭଇ ରଖିଥିଲା।


ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’


ଯିହୋଶୂୟ ଯର୍ଦ୍ଦନ ନଦୀର ମଝିରେ ବାର ଖଣ୍ତ ପଥର ବସାଇଲେ। ଯେଉଁଠାରେ ବାର ଜଣ ଯାଜକ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ଧରି ଠିଆ ହୋଇଥିଲେ। ଯାହାକି ଆଜି ପର୍ଯ୍ୟନ୍ତ ପଥରଖଣ୍ତଗୁଡ଼ିକ ସେହି ସ୍ଥାନରେ ଅଛି।


ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।


ଏଥିରେ ସେ ସ୍ତ୍ରୀଲୋକ ସେହି ଦୁଇ ଜଣଙ୍କୁ ଲୁଗ୍ଭଇ ରଖିଲା। କିନ୍ତୁ ସ୍ତ୍ରୀଲୋକଟି କହିଲା, “ହଁ, ଦୁଇ ଜଣ ଲୋକ ମୋ’ ପାଖକୁ ଆସିଥିଲେ, କିନ୍ତୁ ସେମାନେ କେଉଁଠାରୁ ଆସିଥିଲେ ମୁଁ ଜାଣି ପାରିଲି ନାହିଁ।


ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ରକ୍ଷା କରିଛ, ଆମ୍ଭେମାନେ ଏ ଦେଶକୁ ଆସିବା ବେଳେ ତୁମ୍ଭେ ସେହି ଝରକାରେ ଏହି ନାଲିଧଡ଼ି ଫିତା ବାନ୍ଧି ରଖିଥିବ। ପୁଣି ତୁମ୍ଭେ ଆପଣା ପିତା, ଆପଣା ମାତା, ଭାଇମାନଙ୍କୁ ଓ ଆପଣା ପିତୃକୂଳ ସମସ୍ତଙ୍କୁ ତୁମ୍ଭର ନିକଟରେ ଏକତ୍ର କରିବ।


Swiv nou:

Piblisite


Piblisite