ଯିହୋଶୂୟ 7:25 - ପବିତ୍ର ବାଇବଲ25 ତା'ପରେ ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭ ପାଇଁ ଦୁଃଖ ଆଣିବେ।” ତେଣୁ ଇସ୍ରାଏଲର ସମସ୍ତ ଲୋକ ଆଖନ୍ ଓ ତା'ର ପରିବାରକୁ ପଥର ଫିଙ୍ଗି ହତ୍ୟା କଲେ। ଏହା ପରେ ଲୋକମାନେ ତାକୁ ଓ ସେ ଆଣିଥିବା ସମସ୍ତ ଦ୍ରବ୍ୟକୁ ସେହି ସ୍ଥାନରେ ପୋଡ଼ି ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ। Gade chapit laଓଡିଆ ବାଇବେଲ25 ପୁଣି ଯିହୋଶୂୟ କହିଲେ, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ। ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ଯିହୋଶୂୟ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ଦୁଃଖ ଦେଲ? ସଦାପ୍ରଭୁ ଆଜି ତୁମ୍ଭକୁ ଦୁଃଖ ଦେବେ।” ଏଥିରେ ସମଗ୍ର ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରି ବଧ କଲେ; ପୁଣି ସେମାନେ ସେସବୁ ଅଗ୍ନିରେ ଦଗ୍ଧ କରି ପ୍ରସ୍ତରରେ ପୋତି ପକାଇଲେ। Gade chapit la |
କିନ୍ତୁ ଯାକୁବ, ଶିମିୟୋନ ଓ ଲେବୀକୁ କହିଲେ, “ତୁମ୍ଭେମାନେ ମୋତେ ବହୁ ଅସୁବିଧାରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମୋତେ ଘୃଣା କରିବେ। ସମସ୍ତ କିଣାନୀୟ ସମସ୍ତ ପିରିଜୀୟ ସମସ୍ତ ଲୋକେ ମୋର ବିରୁଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ଯୁଦ୍ଧ କରିବା ପାଇଁ ଏକତ୍ରିତ ହେବେ, ତେବେ ଆମ୍ଭେ ଧ୍ୱଂସ ପାଇଯିବା। ଏବଂ ଆମ୍ଭର ସମସ୍ତ ଲୋକ ମୋ’ ସହିତ ଶେଷ ହୋଇଯିବେ।”