Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:12 - ପବିତ୍ର ବାଇବଲ

12 ଏହା ପରେ ଯିହୋଶୂୟ 5,000 ସୈନ୍ୟମାନଙ୍କୁ ବାଛିଲେ ଏବଂ ସେମାନଙ୍କୁ ନଗରର ପଶ୍ଚିମ ପଟେ ଲୁଚି ରହିବାକୁ ପଠାଇ ଦେଲେ। ସେହି ସ୍ଥାନଟି ବୈଥେଲ୍ ଓ ଅୟର ମଝିରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବୈଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

12 ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।

Gade chapit la Kopi




ଯିହୋଶୂୟ 8:12
7 Referans Kwoze  

ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେ‌ଲ୍‌ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ସେହି ସ୍ଥାନର ନାମ ଥିଲା “ଲୂସ୍” କିନ୍ତୁ ଯାକୁବ ସେହି ସ୍ଥାନର ନାମ ଦେଲେ “ବୈଥେଲ୍”।


ସମସ୍ତ ସୈନ୍ୟ ଯେଉଁମାନେ କି ଯିହୋଶୂୟଙ୍କ ସହିତ ଥିଲେ, ସେମାନେ ଅୟ ଆଡ଼କୁ ଅଗ୍ରସର ହେଲେ। ସେମାନେ ନଗରର ସମ୍ମୁଖରେ ରହିଲେ। ସୈନ୍ୟମାନେ ସେମାନଙ୍କର ଛାଉଣି ଉତ୍ତର ପଟେ ପ୍ରସ୍ତୁତ କଲେ। ସୈନ୍ୟ ଛାଉଣି ଓ ଅୟର ମଧ୍ୟରେ ଏକ ଉପତ୍ୟକା ମଧ୍ୟ ଥିଲା।


ଏହିପରି ଭାବରେ ଯିହୋଶୂୟ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲେ। ସେମାନଙ୍କର ମୂଖ୍ୟ ଛାଉଣି ନଗରର ଉତ୍ତର ପଟେ ରହିଲା। ଅନ୍ୟ ଦଳଟି ନଗରର ପଶ୍ଚିମ ପଟେ ରହିଲେ। ସେହି ରାତ୍ରିରେ ଯିହୋଶୂୟ ଉପତ୍ୟକା ମଧ୍ୟକୁ ଗଲେ।


ଯୋଷେଫଙ୍କର ପରିବାରବର୍ଗ ବୈଥେ‌‌ଲ୍‌‌ର ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ଅତୀତରେ ବୈଥେ‌‌ଲ୍‌‌ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷେଫଙ୍କର ପରିବାରବର୍ଗଙ୍କ ପଟରେ ଥିଲେ। ଯୋଷେଫଙ୍କର ପରିବାରବର୍ଗ କିଛି ଅନୁଚରଗଣଙ୍କୁ ବୈଥେ‌‌ଲ୍‌‌କୁ ପଠାଇଲେ।


ତା'ପରେ ଶାଉଲ ଅମାଲେକ ସହରକୁ ଗଲେ ଏବଂ ଉପତ୍ୟକାରେ ଅପେକ୍ଷା କଲେ।


Swiv nou:

Piblisite


Piblisite