Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:21 - ପବିତ୍ର ବାଇବଲ

21 ଯିହୋଶୂୟ ଓ ଇସ୍ରାଏଲର ଲୋକମାନେ ଅନୁଭବ କଲେ ଯେ, ଲୁଚିଥିବା ସୈନ୍ୟମାନେ ନଗରଟିକୁ ସେମାନଙ୍କର ନିୟନ୍ତ୍ରଣ ମଧ୍ୟକୁ ନେଇ ଗଲେଣି। ସେମାନେ ଧୂଆଁର ସ୍ତମ୍ଭ ଆକାଶରେ ଦେଖିବାକୁ ପାଇଲେ। ଏଣୁ ସେମାନେ ଅୟର ସୈନ୍ୟ ଆଡ଼କୁ ଦୌଡ଼ିଗଲେ ଓ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି ଗୋପନରେ ଥିବା ସୈନ୍ୟଦଳ ନଗର ହସ୍ତଗତ କରିଅଛନ୍ତି ଓ ନଗରର ଧୂମ ଉଠୁଅଛି, ଏହା ଦେଖି ଯିହୋଶୂୟ ଓ ସମସ୍ତ ଇସ୍ରାଏଲ ଫେରି ଅୟର ଲୋକମାନଙ୍କୁ ବଧ କଲେ।

Gade chapit la Kopi




ଯିହୋଶୂୟ 8:21
4 Referans Kwoze  

ଅୟର ଲୋକମାନେ ପଛକୁ ବୁଲି ଦେଖିଲେ, ସେମାନଙ୍କର ନଗର ନିଆଁରେ ଜଳୁଅଛି। ସେମାନେ ଦେଖିଲେ ଧୂଆଁ ଧାର ଆକାଶକୁ ଛୁଉଁଛି, ତେଣୁ ସେମାନେ ସେମାନଙ୍କର ଶକ୍ତି ଓ ସାହସ ହରାଇଲେ। ସେମାନେ ଆଉ ଇସ୍ରାଏଲ ସୈନ୍ୟମାନଙ୍କ ପଛରେ ଗୋଡ଼ାଇଲେ ନାହିଁ। ମରୁଭୂମି ଆଡ଼କୁ ଦୌଡ଼ୁଥିବା ଇସ୍ରାଏଲର ସୈନ୍ୟମାନେ ମଧ୍ୟ ଆଉ ଆଗେଇଲେ ନାହିଁ। ସେମାନେ ବୁଲି ପଡ଼ିଲେ ଓ ଅୟର ସୈନ୍ୟମାନଙ୍କୁ ଗୋଡ଼ାଇଲେ। ଅୟର ସୈନ୍ୟମାନଙ୍କ ପାଇଁ ଦୌଡ଼ି ପଳାଇବାକୁ ଆଉ ନିରାପଦ ସ୍ଥାନ ନ ଥିଲା।


ଏହା ପରେ ଯେଉଁ ଲୋକମାନେ ଲୁଚିଥିଲେ, ସେମାନେ ବାହାରି ଆସିଲେ ଏବଂ ଯୁଦ୍ଧ କଲେ। ଏହିପରି ଅୟର ଲୋକମାନଙ୍କର ଉଭୟ ପାର୍ଶ୍ୱରେ ଇସ୍ରାଏଲର ସୈନ୍ୟମାନେ ଜଗି ଗଲେ ଓ ସେମାନଙ୍କୁ ପରାସ୍ତ କଲେ। ଇସ୍ରାଏଲର ସୈନ୍ୟମାନେ ଅୟର ଗୋଟିଏ ସୈନ୍ୟକୁ ମଧ୍ୟ ଛାଡ଼ିଲେ ନାହିଁ।


ଏହି ସମୟରେ ଅଦୋନିଷେଦକ ଯିରୁଶାଲମର ରାଜା ଥିଲେ। ରାଜା ଶୁଣିବାକୁ ପାଇଲେ, ଯେ ଯିହୋଶୂୟ ଅୟକୁ ପରାସ୍ତ କରି ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିଛନ୍ତି। ରାଜା ଜାଣିବାକୁ ପାଇଲେ ଯେ, ଯିହୋଶୂୟ ଯିରୀହୋ ଓ ତାଙ୍କ ରାଜା ପ୍ରତି ଯାହା କରିଥିଲେ, ସେହିପରି ଅୟ ଓ ତା'ର ରାଜାଙ୍କୁ କଲେ। ଆଉ ରାଜା ଜାଣିବାକୁ ପାଇଲେ ଯେ, ଗିବିୟୋନୀୟମାନେ ଇସ୍ରାଏଲମାନଙ୍କ ସହିତ ଶାନ୍ତିଚୁକ୍ତି କରିଛନ୍ତି ଏବଂ ସେହି ଲୋକମାନେ ଯିରୁଶାଲମ ନିକଟରେ ବାସ କରୁଛନ୍ତି।


ଯୋୟାବ ନିଜ ଆଗେ ଶତ୍ରୁମାନଙ୍କୁ ଦେଖିଲେ, ତେଣୁ ସେ ଇସ୍ରାଏଲର କୁଶଳୀ ଯୋଦ୍ଧାମାନଙ୍କୁ ମନୋନୀତ କଲେ ଏବଂ ସେମାନଙ୍କୁ ଅରାମୀୟମାନଙ୍କ ବିରୁଦ୍ଧରେ ପ୍ରସ୍ତୁତ କଲେ।


Swiv nou:

Piblisite


Piblisite