Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:24 - ପବିତ୍ର ବାଇବଲ

24 ଗିବିୟୋନୀୟମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭ ସମ୍ମୁଖରେ ମିଛ କହିଲୁ କାରଣ ଆମ୍ଭେମାନେ ତୁମ୍ଭକୁ ଭୟ କରିଗଲୁ, କାଳେ ତୁମ୍ଭେ ଆମ୍ଭକୁ ମାରି ଦେବ। ଆମ୍ଭେ ଜାଣିବାକୁ ପାଇଲୁ ଯେ ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଆଜ୍ଞା ଦେଇଥିଲେ। ତେଣୁ ଆମ୍ଭର ଜୀବନ ଭୟରେ ଆମ୍ଭେ ତୁମ୍ଭ ନିକଟରେ ମିଥ୍ୟା କହିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।

Gade chapit la Kopi




ଯିହୋଶୂୟ 9:24
14 Referans Kwoze  

“ଲୋକଙ୍କୁ ଭୟ କର ନାହିଁ। ସେମାନେ କେବଳ ତୁମ୍ଭର ଶରୀରକୁ ମାରି ପାରିବେ, ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କେବଳ ପରମେଶ୍ୱରଙ୍କୁ ଭୟ କର, ସେ କେବଳ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦେଇ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠେଇ ପାରିବେ।


ଶୟତାନ ଉତ୍ତର ଦେଲା, “ଚର୍ମ ଚର୍ମ ପାଇଁ! ଜଣେ ମନୁଷ୍ୟ ନିଜ ଜୀବନ ରକ୍ଷା କରିବା ପାଇଁ ସବୁକିଛି ଦେଇ ଦେବ।


ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭର ସେବକଗଣ। ଆମ୍ଭେମାନେ ବହୁତ ଦୂର ଦେଶରୁ ଆସିଅଛୁ। ଆମ୍ଭେମାନେ ଆସିଲୁ, କାରଣ ଆମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ଆଶ୍ଚର୍ଯ୍ୟ କାର୍ଯ୍ୟମାନ ବିଷୟରେ ଶୁଣିଲୁ। ସେ କିପରି ମିଶରରେ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ ତାହା ଆମ୍ଭେ ଜାଣିବାକୁ ପାଇଲୁ।


“ମୁଁ ଜାଣେ, ସଦାପ୍ରଭୁ ଏହି ଦେଶକୁ ତୁମ୍ଭ ଲୋକମାନଙ୍କୁ ଦେଇଛନ୍ତି ଏବଂ ତୁମ୍ଭେମାନେ ଆମ୍ଭଙ୍କୁ ଭୟ ଜନ୍ମାଉଅଛ, ଏହି ସକାଶେ ଏହି ଦେଶ ନିବାସୀ ସମସ୍ତେ ତୁମ୍ଭମାନଙ୍କୁ ଭୟ କରିଛନ୍ତି।


ଆମ୍ଭେମାନେ ଏହିପରି ମର୍ମନ୍ତୁକ କଥାମାନ ଶୁଣି ଅତ୍ୟନ୍ତ ଭୟଭୀତ ହୋଇ ଯାଇଛୁ ଏବଂ କେହି ତୁମ୍ଭ ବିପକ୍ଷରେ ଯୁଦ୍ଧ କରିବା ପାଇଁ ସାହସ କରୁ ନାହାନ୍ତି? କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଉପରିସ୍ଥ ସ୍ୱର୍ଗର ଓ ନୀଚସ୍ଥ ପୃଥିବୀର ପରମେଶ୍ୱର ଅଟନ୍ତି।


ଲୋକମାନେ ସହରରେ ଧ୍ୱଂସର ଲୀଳା ଚଲାଇଲେ। ସେମାନେ ସେଠାରେ ଥିବା ସମସ୍ତ ଜୀବିତ ବସ୍ତୁକୁ ଧ୍ୱଂସ କଲେ। ସେମାନେ ଯୁବକମାନଙ୍କୁ ହତ୍ୟା କଲେ। ବୃଦ୍ଧ ଲୋକମାନଙ୍କୁ, ସ୍ତ୍ରୀଲୋକମାନଙ୍କୁ, ବୃଦ୍ଧା ସ୍ତ୍ରୀଲୋକମାନଙ୍କୁ, ପଶୁ, ମେଷ ଏବଂ ଗଧମାନଙ୍କୁ ହତ୍ୟା କଲେ।


ତେଣୁ ଆଦୋନିଷେଦକ୍ ଏବଂ ତାଙ୍କର ଲୋକମାନେ ଖୁବ୍ ଭୟଭୀତ ହେଲେ। ଗିବିୟୋନ ଅୟ ପରି ଛୋଟ ସହର ନ ଥିଲା। ଏହା ଏକ ବଡ଼ ସହର ଥିଲା। ଏହା ଏକ ରାଜଧାନୀ ତୁଲ୍ୟ ବୃହତ୍ ନଗର ଥିଲା ଏବଂ ସେହି ସହରର ଲୋକମାନେ ଯୋଦ୍ଧା ଥିଲେ। ତେଣୁ ରାଜା ବହୁତ ଭୟ କରି ଯାଇଥିଲେ।


Swiv nou:

Piblisite


Piblisite