Biblia Todo Logo
Bib sou entènèt

- Piblisite -




ବିଳାପ 2:17 - ପବିତ୍ର ବାଇବଲ

17 ସଦାପ୍ରଭୁ ଯାହା ସଙ୍କଳ୍ପ କରିଥିଲେ, ତାହା ସିଦ୍ଧ କରିଅଛନ୍ତି। ସେ ବହୁକାଳ ପୂର୍ବେ ଯାହା ଆଜ୍ଞା କରିଥିଲେ, ସେହି ବାକ୍ୟ ସଫଳ କରିଅଛନ୍ତି। ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି। ଆଉ ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି ଓ ସେ ତୁମ୍ଭ ବିପକ୍ଷରେ ସେମାନଙ୍କୁ ଉନ୍ନତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ସଦାପ୍ରଭୁ ଯାହା ସଙ୍କଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।

Gade chapit la Kopi




ବିଳାପ 2:17
28 Referans Kwoze  

ତହୁଁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁ ସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ଶପଥ କରୁଛୁ ଯେ, ଆମ୍ଭେ ତୁମ୍ଭମାନଙ୍କୁ ପଛ କରିଦେବା। ଆଉ ତୁମ୍ଭମାନଙ୍କ ପାଇଁ ଦୁଃଖ କରିବା ନାହିଁ କି ଦୟା କରିବା ନାହିଁ।


ତୁମ୍ଭେ ରାଜାଙ୍କର ଶତ୍ରୁମାନଙ୍କୁ ଯୁଦ୍ଧରେ ପରାଜିତ କରିଅଛ। ତୁମ୍ଭେ ତା'ର ସମସ୍ତ ଶତ୍ରୁଙ୍କୁ ଖୁସୀ କରାଇଅଛ।


ଏଣୁ ଆମ୍ଭେ ସେମାନଙ୍କ ବିଷୟରେ ଆମ୍ଭର କ୍ରୋଧଭାବ ଦେଖାଇବା। ଆମ୍ଭେ ସେମାନଙ୍କୁ ଅନୁକମ୍ପା କରିବା ନାହିଁ କି ଦୟା ଦେଖାଇବା ନାହିଁ। ଏବଂ ଏପରିକି ଯଦି ସେମାନେ ଆମ୍ଭ କର୍ଣ୍ଣ ପାଖରେ ଉଚ୍ଚ ସ୍ୱରରେ ଡାକନ୍ତି, ତଥାପି ଆମ୍ଭେ ସେମାନଙ୍କ କଥା ଶୁଣିବା ନାହିଁ।”


ତା'ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।


ଏଥିପାଇଁ ସଦାପ୍ରଭୁ କୁହନ୍ତି, “ଦେଖ, ଏହି ପରିବାର ବିରୁଦ୍ଧରେ ମୁଁ ଅମଙ୍ଗଳ ଚିନ୍ତା କରୁଛି। ତୁମ୍ଭେମାନେ ନିଜକୁ ରକ୍ଷା କରିବାକୁ ସମର୍ଥ ହେବ ନାହିଁ। ତୁମ୍ଭେମାନେ ଗର୍ବର ସହିତ ବହୁ ଦୂର ଗ୍ଭଲିଯାଇପାରିବ ନାହିଁ। କାରଣ, ଦୁଃସମୟ ଆସୁଅଛି।


ଏଣୁ ମୁଁ କରୁଣା ଦେଖାଇବି ନାହିଁ। ମୁଁ ସେମାନଙ୍କୁ ଅନୁକମ୍ପା କରିବି ନାହିଁ। ମୁଁ ସେମାନଙ୍କର କର୍ମର ପ୍ରତିଫଳ ସେମାନଙ୍କ ମସ୍ତକକୁ ଆଣିବି।”


ସଦାପ୍ରଭୁ ସିୟୋନ କନ୍ୟାର ପ୍ରାଚୀର ନଷ୍ଟ କରିବାକୁ ସଂକଳ୍ପ କରିଛନ୍ତି। ସେ ମାପସୂତା ଧରିଛନ୍ତି ଓ ବିନାଶ କାରଣରୁ ତାଙ୍କ ହସ୍ତ ନିବୃତ୍ତ କରି ନାହାନ୍ତି। ମାତ୍ର ସେ ପରିଖା ଓ ପ୍ରାଚୀରକୁ ବିଳାପ କରାଇ ଅଛନ୍ତି। ସେମାନେ ଏକାବେଳକେ ନିସ୍ତେଜ ହୋଇଛନ୍ତି।


“ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ଯିରୁଶାଲମ ନିବାସୀଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭେମାନେ ପ୍ରତ୍ୟେକ ଆପଣା ଆପଣା କୁପଥରୁ ଫେର ଓ ଆପଣା ଆପଣା ପଥ ସଂଶୋଧନ କରି ସୁକର୍ମ କର।’


“ଯଦି ମୁଁ କିଛି କହେ, ମୋର ଶତ୍ରୁମାନେ ମୋତେ ପରିହାସ କରିବେ। ସେମାନେ ଦେଖିବେ ଯେ, ମୁଁ ଅସୁସ୍ଥ ଅଛି ଓ କହିବେ ମୁଁ ପାପ କଲି। ସେମାନେ କହିବେ, ପରମେଶ୍ୱର ମୋତେ ଦଣ୍ଡ ଦେଉଛନ୍ତି।”


ହେ ସଦାପ୍ରଭୁ, ମୋର ପରମେଶ୍ୱର, ତୁମ୍ଭର ନ୍ୟାୟରେ ମୋର ବିଗ୍ଭର କର। ସେହି ଲୋକମାନଙ୍କୁ ମୋତେ ପରିହାସ କରିବାକୁ ଦିଅ ନାହିଁ।


ମୁଁ ଆଶା କରୁଛି ମୋର ଶତ୍ରୁମାନେ ଲଜ୍ଜିତ ହେବେ ଓ ନିରାଶ ହେବେ। ଯେତେବେଳେ ମୋ’ ଉପରେ ବିପଦ ପଡ଼େ ସେହି ଲୋକମାନେ ଖୁସୀ ହୁଅନ୍ତି। ସେମାନେ ଭାବନ୍ତି ସେମାନେ ମୋ'ଠାରୁ ଭଲ। ତେଣୁ ସେହି ଲୋକମାନଙ୍କର ମୁହଁ ଲଜ୍ଜା ଓ କାଳିମାରେ ଘୋଡ଼ାଇ ହୋଇଯାଉ।


ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।


ତେଣୁ ପୃଥିବୀବାସୀ ଶୋକ କରିବେ ଓ ଉପରିସ୍ଥ ଆକାଶମଣ୍ଡଳ କୃଷ୍ଣବର୍ଣ୍ଣ ହେବ। କାରଣ ଆମ୍ଭେ ଏହା କହିଅଛୁ ଓ ଆମ୍ଭେ ଏହା ମନରେ ସ୍ଥିର କରିଅଛୁ। ଏଥିପାଇଁ ଆମ୍ଭେ ଅନୁତାପ କରିବୁ ନାହିଁ କି ଏଥିରୁ ବିରତ ହେବୁ ନାହିଁ।”


ତୁମ୍ଭେ ନିଜେ କ୍ରୋଧରେ ଆଚ୍ଛାଦିତ ହୋଇଛ ଏବଂ ତୁମ୍ଭେ ଆମ୍ଭ ପଛରେ ଗୋଡ଼ାଇଛ ଏବଂ ତୁମ୍ଭେ ଆମ୍ଭକୁ ନିର୍ଦ୍ଦୟ ଭାବରେ ବଧ କରିଛ।


ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କ୍ରୋଧ ସିୟୋନ ଉପରେ ଢାଳି ଦେଲେ। ପୁଣି ସେ ସିୟୋନରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା।


“ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସେମାନଙ୍କ ବିରୁଦ୍ଧରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ଯିରୁଶାଲମ ପରି ଦୁଃଖ ଭୋଗ କରି ନାହିଁ।


ଆମ୍ଭେ ଆପଣା ଭବିଷ୍ୟ‌ଦ୍‌ବକ୍ତାଗଣଙ୍କୁ, ଆମ୍ଭର ଆଜ୍ଞା ଓ ଶିକ୍ଷା ସମୂହ ବିଷୟରେ ପ୍ରଗ୍ଭର କରିବାକୁ ଆଦେଶ ଦେଇଥିଲୁ। ଏବଂ ତୁମ୍ଭର ପୂର୍ବପୁରୁଷଗଣ ଏହି ଆଦେଶ ଭାଙ୍ଗିବାରୁ ଶେଷରେ ଦଣ୍ତ ଦିଆଯାଇଥିଲା, କ’ଣ ସେମାନଙ୍କୁ ଦିଆଯାଇ ନ ଥିଲା? ତେଣୁ ତୁମ୍ଭର ପୂର୍ବପୁରୁଷଗଣ କହିଲେ, ‘ସର୍ବଶକ୍ତିମାନ୍ ସଦାପ୍ରଭୁ ଆମ୍ଭଙ୍କୁ ଆମ୍ଭର କୁପଥ ଏବଂ କୁକର୍ମ ପାଇଁ ଦଣ୍ତ ଦେଇଥିଲେ।’ ତେଣୁ ସେମାନେ ପରମେଶ୍ୱରଙ୍କ ନିକଟକୁ ଫେରି ଆସିଲେ।”


ହେ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ନିଜକୁ ରକ୍ଷା କରିବାରେ ସାହାଯ୍ୟ କରିଅଛ। ତୁମ୍ଭେ ନିଜ ରାଜାଙ୍କୁ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରି ନାହଁ।


ସଦାପ୍ରଭୁ ତାଙ୍କ କହିବାନୁସାରେ ସବୁ ଘଟାଇ ଅଛନ୍ତି। ଏହା ଘଟିଲା, କାରଣ ତୁମ୍ଭର ଲୋକମାନେ ତାଙ୍କର କଥା ମାନିଲେ ନାହିଁ ଓ ପାପ କଲେ।


ସଦାପ୍ରଭୁ କହନ୍ତି, “ପୃଥିବୀର ସମସ୍ତ ଜିନିଷ ଆମ୍ଭେ ଧ୍ୱଂସ କରିବା।


Swiv nou:

Piblisite


Piblisite