Biblia Todo Logo
Bib sou entènèt

- Piblisite -




ବିଳାପ 3:17 - ପବିତ୍ର ବାଇବଲ

17 ମୁଁ ଆଉ କେବେ ଶାନ୍ତି ପାଇବି ନାହିଁ। ଉତ୍ତମବସ୍ତୁ ସବୁ ମୁଁ ଭୁଲି ଯାଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ସୁଖଭୋଗ ପାସୋରି ଗଲି।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି।

Gade chapit la Kopi




ବିଳାପ 3:17
13 Referans Kwoze  

ଆମ୍ଭେମାନେ ନ୍ୟାୟ ପାଇଁ ଭାଲୁପରି ଗର୍ଜନ କରୁ ଓ କପୋତ କରି ଅତିଶୟ ବିଳାପ କରୁ। ଆମ୍ଭେମାନେ ନ୍ୟାୟକୁ ଅପେକ୍ଷା କରୁ ମାତ୍ର ତାହା ନ ଥାଏ। ପୁଣି ପରିତ୍ରାଣକୁ ଅପେକ୍ଷା କରୁ ମାତ୍ର ତାହା ଆମ୍ଭଠାରୁ ଦୂରେଇ ଥାଏ।


ସେହି ଦିନ ପୂର୍ବରୁ ମନୁଷ୍ୟ ପାଇଁ ବେତନ ନ ଥିଲା, ପଶୁ ପାଇଁ ଆୟ ନ ଥିଲା, ବାହାରକୁ ଯିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତ୍ରୁମାନଙ୍କଠାରୁ କୌଣସି ନିରାପତ୍ତା ନ ଥିଲା, କାରଣ ଆମ୍ଭେ ପ୍ରତ୍ୟେକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।


“ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି। କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା, କିନ୍ତୁ ସେ ମୋ'ଠାରୁ ଦୂରେଇ ଅଛନ୍ତି। ମୋର ସନ୍ତାନଗଣ ଅନାଥ ହୋଇଛନ୍ତି, କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”


ତେଣୁ ସଦାପ୍ରଭୁ ଏହି କଥା କହନ୍ତି, “ହେ ଯିରିମିୟ, ତୁମ୍ଭେ ମୃତ୍ୟୁ ଶୋକ ପାଳିତ ହେଉଥିବା ଗୃହକୁ ଯାଅ ନାହିଁ। ତୁମ୍ଭେ ସେମାନଙ୍କୁ ବିଳାପ ଓ ଦୁଃଖ ଜଣାଇବାକୁ ଯାଅ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଆଶୀର୍ବାଦ, ଆମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ଦୟା କାଢ଼ି ନେଇଅଛୁ।”


ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।


ଆମ୍ଭେମାନେ ଶାନ୍ତି ଆଶା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ସେ ଆମ୍ଭମାନଙ୍କୁ କ୍ଷମା ଦେବେ ବୋଲି ଇଚ୍ଛା କଲୁ, ମାତ୍ର କେବଳ ବିପଦ ମାଡ଼ି ଆସିଲା।


ସଦାପ୍ରଭୁ ଯେ କି ତୁମ୍ଭ ପ୍ରତି କରୁଣା କରିଅଛନ୍ତି କୁହନ୍ତି: “ଯଦିଓ ପର୍ବତଗୁଡ଼ିକ ବିଚଳିତ ହୋଇ ଘୁଞ୍ଚିଯିବେ; ଉପପର୍ବତଗୁଡ଼ିକ ଟଳି ପଡ଼ିବେ, ତଥାପି ଆମ୍ଭର ଦୟା ତୁମ୍ଭଠାରୁ ଦୂରେଇ ଯିବ ନାହିଁ କିମ୍ବା ଆମ୍ଭର ଶାନ୍ତିର ବ୍ୟବସ୍ଥା ଟଳିବ ନାହିଁ।”


ଦେଖ, ମୋର ଦୁଃଖ ଗ୍ଭଲିଯାଇଛି, ବର୍ତ୍ତମାନ ମୋର ଶାନ୍ତି ଆସିଛି। ମାତ୍ର ତୁମ୍ଭେ ମୋତେ ପ୍ରେମ କରି ବିନାଶ କୂପରୁ ମୋର ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମୋତେ କ୍ଷମା କରି ମୋର ସମସ୍ତ ପାପକୁ ପଛକୁ ପକାଇ ଦେଇଛ।


ଦୁଷ୍ଟଗଣ କେବେ ବିଜୟୀ ହେବେ ନାହିଁ। କାରଣ ସେମାନେ ତୁମ୍ଭର ବ୍ୟବସ୍ଥା ଅନୁସରଣ କରନ୍ତି ନାହିଁ।


ପରମେଶ୍ୱର, ସ୍ମରଣ କର, ମୋର ଜୀବନ କେବଳ ଗୋଟିଏ ପ୍ରଶ୍ୱାସ। ମୁଁ କେବେ ଆଉ କୌଣସି ଭଲ ବିଷୟ ଦେଖିବି ନାହିଁ।


କିନ୍ତୁ ତା’ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ। ସମସ୍ତ ସୁଭିକ୍ଷ ମିଶର ଦେଶରୁ ବିସ୍ମୃତ ହେବ। ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।


ଧ୍ୱଂସକାରୀଗଣ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରି ସକଳର ଉପରକୁ ଆସିଅଛନ୍ତି। କାରଣ ସଦାପ୍ରଭୁଙ୍କ ‌‌ଖ‌ଡ଼୍‌ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି। କୌଣସି ପ୍ରାଣୀ ନିରାପଦ ନୁହେଁ।


Swiv nou:

Piblisite


Piblisite