Biblia Todo Logo
Bib sou entènèt

- Piblisite -




ବିଳାପ 3:19 - ପବିତ୍ର ବାଇବଲ

19 ହେ ସଦାପ୍ରଭୁ, ମୋର ଦୁଃଖ, ଦୁର୍ଗତି ସ୍ମରଣ କର। ତାହା ନାଗଦଅଣା ଓ ବିଷ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ।

Gade chapit la Kopi




ବିଳାପ 3:19
9 Referans Kwoze  

ସଦାପ୍ରଭୁ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି ଓ ନାଗ ବିଷରେ ମୋତେ ଭରି ଦେଇଅଛନ୍ତି।


ସଦାପ୍ରଭୁ ମୋର ଚତୁର୍ଦ୍ଦିଗରେ ତିକ୍ତତା ଓ କ୍ଳେଶ ଭରି ଦେଇଅଛନ୍ତି।


ତେଣୁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସେମାନଙ୍କୁ ପାନ କରିବାକୁ ଦେବା।


ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ କାର୍ଯ୍ୟକୁ ସ୍ମରଣ କର।


ହେ ପ୍ରଭୁ, ସ୍ମରଣ କର କିପରି ସମସ୍ତ ଜାତିଗଣ, ତୁମ୍ଭର ଦାସ ମୋତେ ଅପମାନିତ ଦେଉଛନ୍ତି।


ଏହା ସ୍ମରଣ କର ଯେ, ମୋର ଜୀବନ କେତେ କ୍ଷୀଣ। ତୁମ୍ଭେ ଆମ୍ଭକୁ ସୃଷ୍ଟି କରିଅଛ ଅଳ୍ପ ଦିନ ପାଇଁ, ଏହା ପରେ ଆମ୍ଭେ ମରିବୁ।


ପରମେଶ୍ୱର, ସ୍ମରଣ କର, ମୋର ଜୀବନ କେବଳ ଗୋଟିଏ ପ୍ରଶ୍ୱାସ। ମୁଁ କେବେ ଆଉ କୌଣସି ଭଲ ବିଷୟ ଦେଖିବି ନାହିଁ।


ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର, ମହାନ ପରାକ୍ରାନ୍ତ ଓ ଭୟଙ୍କର ପରମେଶ୍ୱର ତୁମ୍ଭେ ନିୟମ ଓ ଦୟା ପାଳନ କରିଥାଅ। ଅଶୂରୀୟ ରାଜଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ଉପରେ, ଆମ୍ଭମାନଙ୍କ ରାଜଗଣ ଉପରେ, ଆମ୍ଭମାନଙ୍କ ଅଧିପତିଗଣ ଉପରେ, ଆମ୍ଭମାନଙ୍କ ଯାଜକଗଣ ଉପରେ, ଆମ୍ଭମାନଙ୍କ ଭବିଷ୍ୟ‌ଦ୍‌ବକ୍ତୃଗଣ ଉପରେ, ଆମ୍ଭମାନଙ୍କ ପିତୃଗଣ ଉପରେ ଓ ତୁମ୍ଭର ସମସ୍ତ ଲୋକଙ୍କ ଉପରେ ଯେଉଁ କ୍ଳେଶ ଘଟିଅଛି, ତାହା ସବୁ ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ଦେଖା ନ ଯାଉ।


“ଆମ୍ଭେମାନେ କାହିଁକି ଶାନ୍ତଭାବେ ବସିଅଛୁ? ଆସ, ଏକତ୍ରିତ ହୋଇ ଆମ୍ଭେମାନେ ଏକ ପ୍ରାଚୀର ବେଷ୍ଟିତ ନଗରକୁ ଗ୍ଭଲିଯିବା। ଆସ ସେହି ସ୍ଥାନରେ ଆମ୍ଭେ ମୃତ୍ୟୁବରଣ କରିବା। ଯେହେତୁ ସଦାପ୍ରଭୁ ଆମ୍ଭର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଛନ୍ତି। ଆସ ବିଷାକ୍ତ ପାଣି ପିଇବା, ଯେହେତୁ ଆମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଛୁ।


Swiv nou:

Piblisite


Piblisite