Biblia Todo Logo
Bib sou entènèt

- Piblisite -




ବିଳାପ 3:31 - ପବିତ୍ର ବାଇବଲ

31 ସଦାପ୍ରଭୁ ଚିରକାଳ ପାଇଁ ତାକୁ ପରିତ୍ୟାଗ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ।

Gade chapit la Kopi




ବିଳାପ 3:31
15 Referans Kwoze  

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ। ସେ ନିଜର ପ୍ରାଧାନ୍ୟତ୍ୱକୁ ପରିତ୍ୟାଗ କରିବେ ନାହିଁ।


ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି? ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?


“‘ପୁଣି ସେମାନଙ୍କର ମଙ୍ଗଳ ପାଇଁ ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ। ଏହିପରି ଭାବରେ ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା। ସେମାନେ ଯେପରି ଆମ୍ଭଠାରୁ ଦୂରେଇ ନ ଯିବେ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତରରେ ସ୍ଥାପନ କରିବା।


ଆମ୍ଭେ ସର୍ବଦା ବିରୋଧ କରିବା ନାହିଁ କିମ୍ବା ନିରନ୍ତର କ୍ରୋଧ କରିବା ନାହିଁ। ଯଦି କରିବା ତାହାହେଲେ ମାନବର ଆତ୍ମା ଓ ଆମ୍ଭ ନିର୍ମିତ ପ୍ରାଣୀସକଳ ଆମ୍ଭ ସମ୍ମୁଖରେ କ୍ଷୀଣ ହେବେ।


“ସଦାପ୍ରଭୁ ଆପଣା ମହାନ ନାମ ସକାଶେ ଆପଣା ଲୋକମାନଙ୍କୁ ତ୍ୟାଗ କରିବେ ନାହିଁ। କାରଣ ତୁମ୍ଭମାନଙ୍କୁ ଆପଣା ଲୋକ କରିବା ପାଇଁ ସଦାପ୍ରଭୁ ସନ୍ତୁଷ୍ଟ ହୋଇ ଅଛନ୍ତି।


ତୁମ୍ଭ ପରି ପରମେଶ୍ୱର ଆଉ ସେଠାରେ କେହି ନାହିଁ। ତୁମ୍ଭେ ଲୋକମାନଙ୍କର ଦୋଷ କ୍ଷମା କର। ଅବଶିଷ୍ଟ ଲୋକମାନଙ୍କୁ ତୁମ୍ଭେ ମଧ୍ୟ କ୍ଷମା ଦିଅ। ତୁମ୍ଭେ ସର୍ବଦା କ୍ରୋଧିତ ହେବ ନାହିଁ କାରଣ ତୁମ୍ଭେ ସ୍ନେହ ଗ୍ଭହଁ।


“ସେ କହନ୍ତି ହେ ଯିରିମିୟ, ଲୋକେ ଯାହା କହୁଛନ୍ତି ତୁମ୍ଭେ କେବେ ତାହା ବିବେଚନା କରିଛ? ସେମାନେ କହନ୍ତି, ‘ସଦାପ୍ରଭୁ ଆପଣା ମନୋନୀତ ଦୁଇ ଗୋଷ୍ଠୀଙ୍କୁ ଅଗ୍ରାହ୍ୟ କରିଅଛନ୍ତି। ଏହିରୂପେ ସେମାନେ ଆମ୍ଭ ଲୋକମାନଙ୍କୁ ତୁଚ୍ଛଜ୍ଞାନ କରନ୍ତି।” ସେମାନଙ୍କ ସାକ୍ଷାତରେ ସେମାନେ ଏକ ଗୋଷ୍ଠୀ ହୋଇ ଯେପରି ରହିବେ ନାହିଁ।’”


ପୁଣି ସଦାପ୍ରଭୁ ଏହା କହନ୍ତି, “ଯଦି ଲୋକମାନେ ଊର୍ଦ୍ଧ୍ୱସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହାହେଲେ କେବଳ ଆମ୍ଭେ ମଧ୍ୟ ଇସ୍ରାଏଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ୟାଖାନ କରିଦେବା।” ଏହା ସଦାପ୍ରଭୁ କହନ୍ତି।


ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, “ଅଶୂରୀୟର ଲୋକମାନେ ଅତି ବଳଶାଳୀ, ସେମାନଙ୍କର ବହୁ ସୈନ୍ୟ ଅଛନ୍ତି। କିନ୍ତୁ ସେମାନେ ସମସ୍ତେ ନିହତ ହୋଇ ଶେଷ ହେବେ। ହେ ମୋର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦେଲୁ କିନ୍ତୁ ଆଉ ଅଧିକ ଦୁଃଖ ଦେବା ନାହିଁ।


ଆମ୍ଭେମାନେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭେମାନେ ଭୂମିରେ ଢଳା ହୋଇଥିବା ପାଣି ପରି, ଯାହାକି ପୁନର୍ବାର ସଂଗ୍ରହ ହୋଇ ପାରିବ ନାହିଁ। ପରମେଶ୍ୱର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସେମାନଙ୍କ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ୟରେ ଦୌଡ଼ି ପଳାନ୍ତି।


ଆମ୍ଭେ ଏହି କର୍ମ ସକାଶୁ ଦାଉଦ ବଂଶକୁ କ୍ଳେଶ ଦେବା, ମାତ୍ର ତାହା ଚିରକାଳ ନୁହେଁ।’”


ସଦାପ୍ରଭୁ ଇସ୍ରାଏଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀୟ ବାୟୁ ଦିନରେ ନିଜର ପ୍ରବଳ ବାୟୁଦ୍ୱାରା ସ୍ଥାନାନ୍ତରିତ କରିବେ।


Swiv nou:

Piblisite


Piblisite