Biblia Todo Logo
Bib sou entènèt

- Piblisite -




ବିଳାପ 3:32 - ପବିତ୍ର ବାଇବଲ

32 ଯଦିଓ ସଦାପ୍ରଭୁ ଦଣ୍ଡ ଦିଅନ୍ତି, ତାଙ୍କର ଅପାର ପ୍ରେମ ଅନୁସାରେ ସେ ଆମ୍ଭମାନଙ୍କୁ ଦୟା କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।

Gade chapit la Kopi

ଓଡିଆ ବାଇବେଲ

32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ।

Gade chapit la Kopi




ବିଳାପ 3:32
15 Referans Kwoze  

କିନ୍ତୁ ପରମେଶ୍ୱର ସ୍ନେହଶୀଳ ଥିଲେ ଓ ସେମାନଙ୍କର ପାପଗୁଡ଼ିକ କ୍ଷମା କଲେ, ସେମାନଙ୍କୁ ଧ୍ୱଂସ କଲେ ନାହିଁ। ପରମେଶ୍ୱର ତାଙ୍କର କ୍ରୋଧକୁ ଅନେକ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କ୍ରୋଧ ହେବାରେ ନିୟନ୍ତ୍ରଣ କରି ନ ଥିଲେ।


ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।


ପରମେଶ୍ୱର କ୍ରୋଧିତ ହୁଅନ୍ତି। ତେଣୁ ତାଙ୍କର ନିଷ୍ପତ୍ତି ହିଁ “ମୃତ୍ୟୁ”। କିନ୍ତୁ ସେ ମୋ’ ପ୍ରତି କରୁଣା ପ୍ରଦର୍ଶନ କରି ମୋତେ “ଜୀବନଦାନ” ଦେଇଛନ୍ତି। ସାରା ରାତି ମୁଁ କାନ୍ଦୁଥିଲି। ତା’ ପରଦିନ ସକାଳୁ ଦେଖିଲି, ମୁଁ ଖୁସୀରେ ଗୀତ ବୋଲୁଛି।


“ଇଫ୍ରୟିମ, ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବାକୁ ଗ୍ଭହୁଁ ନାହୁଁ। ଇସ୍ରାଏଲ, ଆମ୍ଭେ ତୁମ୍ଭର ସୁରକ୍ଷା ଗ୍ଭହୁଁ। ଅଦ୍ମାର ଓ ସବୋୟିମ୍ ପରି ତୁମ୍ଭକୁ ହେବାକୁ ଆମ୍ଭେ ଗ୍ଭହୁଁ ନାହୁଁ। ଆମ୍ଭର ମନକୁ ପରିବର୍ତ୍ତନ କରିଛୁ। ଆମ୍ଭର ପ୍ରେମ ତୁମ୍ଭ ପାଇଁ ଅତି ଶକ୍ତିଶାଳୀ ଅଟେ।


ଏହା ପରେ ସେମାନେ ନିଜ ମଧ୍ୟରୁ ବିଦେଶୀ ଦେବଗଣଙ୍କୁ ଦୂର କରିଦେଲେ ଏବଂ ସଦାପ୍ରଭୁଙ୍କର ସେବା କଲେ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କର ଦୁଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।


ଏହା ପରେ ସଦାପ୍ରଭୁ କହିଲେ, “ଆମ୍ଭେ ମିଶରରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଅଛୁ ଏବଂ ମିଶରୀୟବାସୀ ସେମାନଙ୍କୁ ଯନ୍ତ୍ରଣା ଦେବା ସମୟରେ ଆମ୍ଭେ ସେମାନଙ୍କର କ୍ରନ୍ଦନ ଶୁଣିଅଛୁ। ଆମ୍ଭେ ସେମାନଙ୍କର ଯନ୍ତ୍ରଣା ସବୁ ଜାଣିଛୁ।


ତେଣୁ ସେ ସ୍ଥାନ ଛାଡ଼ି ତା’ ବାପାଙ୍କ ପାଖକୁ ବାହାରିଲା। “ପୁତ୍ର ବହୁତ ଦୂରରେ ଥିଲାବେଳେ ବାପା ତାହାକୁ ଦେଖିଲେ। ସେ ପୁଅ ପାଇଁ ଦୁଃଖ ଅନୁଭବ କଲେ ଓ ତା’ ପାଖକୁ ଦୌଡ଼ିଗଲେ। ସେ ପୁଅକୁ କୁଣ୍ଢେଇ ପକେଇ ଚୁମ୍ବନ ଦେଲେ।


ପରମେଶ୍ୱର କହନ୍ତି, “ଇଫ୍ରୟିମ ଆମ୍ଭର ପ୍ରିୟ ପୁତ୍ର। ଆମ୍ଭେ ତାହାକୁ ପ୍ରେମ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା’ ବିରୁଦ୍ଧରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା’ ପାଇଁ ଆମ୍ଭର ପ୍ରାଣ ବ୍ୟାକୁଳ ହୁଏ। ଆମ୍ଭେ ପ୍ରକୃତରେ ତାକୁ ଦୟା କରିବା।” ଏହା ସଦାପ୍ରଭୁ କହନ୍ତି।


ମାତ୍ର ସଦାପ୍ରଭୁ ଇସ୍ରାଏଲୀୟମାନଙ୍କ ପ୍ରତି ଅତ୍ୟନ୍ତ ଦୟାଳୁ ଥିଲେ ଓ ସେମାନଙ୍କ ପ୍ରତି କୃପା ଦୃଷ୍ଟି କଲେ। କାରଣ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବ ସହିତ ସଦାପ୍ରଭୁଙ୍କର ଚୁକ୍ତି ହୋଇଥିଲା। ସେ ସେମାନଙ୍କୁ ବିନାଶ କରିବେ ନାହିଁ କି ଦୂରେଇ ଦେବେ ନାହିଁ।


ସଦାପ୍ରଭୁଙ୍କର ପ୍ରେମ ଓ ଦୟା ଶେଷ ହୁଏ ନାହିଁ।


ଦୀର୍ଘଦିନ ପରେ ସେହି ମିଶରର ରାଜା ମୃତ୍ୟୁବରଣ କଲେ କିନ୍ତୁ ଇସ୍ରାଏଲୀୟମାନଙ୍କୁ ପୂର୍ବପରି କଠିନ ପରିଶ୍ରମ କରିବାକୁ ପଡ଼ିଲା। ସେମାନେ ଅନୁନୟ କଲେ ଏବଂ ପରମେଶ୍ୱର ସେମାନଙ୍କର ଡାକ ଶୁଣିଲେ।


ସଦାପ୍ରଭୁ ଯିହୁଦାକୁ ଏହିସବୁ କଥା କହିଲେ, “ଅଶୂରୀୟର ଲୋକମାନେ ଅତି ବଳଶାଳୀ, ସେମାନଙ୍କର ବହୁ ସୈନ୍ୟ ଅଛନ୍ତି। କିନ୍ତୁ ସେମାନେ ସମସ୍ତେ ନିହତ ହୋଇ ଶେଷ ହେବେ। ହେ ମୋର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଦୁଃଖ ଦେଲୁ କିନ୍ତୁ ଆଉ ଅଧିକ ଦୁଃଖ ଦେବା ନାହିଁ।


ସଦାପ୍ରଭୁ ଇସ୍ରାଏଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀୟ ବାୟୁ ଦିନରେ ନିଜର ପ୍ରବଳ ବାୟୁଦ୍ୱାରା ସ୍ଥାନାନ୍ତରିତ କରିବେ।


“ଆମ୍ଭେ ଅଳ୍ପକ୍ଷଣ ପାଇଁ ତୁମ୍ଭକୁ ପରିତ୍ୟାଗ କରିଅଛୁ, ମାତ୍ର ମହାକରୁଣାରେ ତୁମ୍ଭକୁ ପୁନର୍ବାର ସଂଗ୍ରହ କରିବା।


Swiv nou:

Piblisite


Piblisite