Biblia Todo Logo
Bib sou entènèt

- Piblisite -




ବିଳାପ 3:44 - ପବିତ୍ର ବାଇବଲ

44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦକରି ତୁମ୍ଭ ନିକଟକୁ ଯାଇ ନ ପାରିବ, ସେଥିପାଇଁ ତୁମ୍ଭେ ନିଜକୁ ମେଘରେ ଆଚ୍ଛନ୍ନ କରିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।

Gade chapit la Kopi

ଓଡିଆ ବାଇବେଲ

44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ।

Gade chapit la Kopi




ବିଳାପ 3:44
8 Referans Kwoze  

ଏପରି କି ମୁଁ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମୋ’ ପ୍ରାର୍ଥନା ଶୁଣି ନାହାନ୍ତି।


ଯେତେବେଳେ ସେମାନଙ୍କୁ ସେ ଡାକିଲେ, “ସେମାନେ ଶୁଣିଲେ ନାହିଁ। ସେଥିପାଇଁ ସେମାନେ ଯେତେବେଳେ ଆମ୍ଭକୁ ଡାକିବେ ଆମ୍ଭେ ମଧ୍ୟ ଶୁଣିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହନ୍ତି।


ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ୟାୟ ତାହାଙ୍କ ସିଂହାସନର ମୂଳଭିତ୍ତି।


ଅନନ୍ତର ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ଯଦିଓ ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୋଇ ଯିହୁଦାର ଲୋକମାନଙ୍କ ପାଇଁ ପ୍ରାର୍ଥନା କରନ୍ତି, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପାଇଁ ଅନୁକୂଳ ନୁହେଁ। ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର। ସେମାନଙ୍କୁ ବାହାରି ଯିବାକୁ କୁହ।


ଆହୁରି ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ତୁମ୍ଭେ ଏହି ଲୋକମାନଙ୍କ ପାଇଁ ମଙ୍ଗଳ ପ୍ରାର୍ଥନା କର ନାହିଁ।


ହେ ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର, ତୁମ୍ଭେ କେତେକାଳ ପର୍ଯ୍ୟନ୍ତ କ୍ରୋଧ ଗ୍ଭଲୁ ରଖିବ? କେତେବେଳେ ତୁମ୍ଭେ ଆପଣା ଲୋକମାନଙ୍କର ପ୍ରାର୍ଥନା ଗ୍ରହଣ କରିବ?


ତୁମ୍ଭେ ଆପଣା ଲୋକମାନଙ୍କୁ ତାଙ୍କର ଲୋତକ ପିଆଇଛ। ତୁମ୍ଭେ ସେମାନଙ୍କୁ ବହୁ ପରିମାଣରେ ଅଶ୍ରୁ ପିଇବାକୁ ଦେଇଛ।


ଦେଖ, ସଦାପ୍ରଭୁ କିପରି ଆପଣା କ୍ରୋଧରେ ସିୟୋନ କନ୍ୟାକୁ ମେଘାଚ୍ଛନ୍ନ କରିଛନ୍ତି। ସେ ଇସ୍ରାଏଲର ଗୌରବକୁ ସ୍ୱର୍ଗରୁ ପୃଥିବୀକୁ ନିକ୍ଷେପ କରିଛନ୍ତି। ପୁଣି ତାଙ୍କର କ୍ରୋଧର ଦିନରେ ତାଙ୍କର ପାଦପୀଠ ଇସ୍ରାଏଲକୁ ସ୍ମରଣ କରି ନାହାନ୍ତି।


Swiv nou:

Piblisite


Piblisite