Biblia Todo Logo
Bib sou entènèt

- Piblisite -




ବିଳାପ 3:56 - ପବିତ୍ର ବାଇବଲ

56 ତୁମ୍ଭେ ମୋର ଆତୁର କ୍ରନ୍ଦନ ଶୁଣିଲ, କିନ୍ତୁ ମୋର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଗ୍ଭଅ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

56 ତୁମ୍ଭେ ମୋହର ରବ ଶୁଣିଲ; ମୋର ନିଶ୍ଵାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ତୁମ୍ଭେ ମୋହର ରବ ଶୁଣିଲ ମୋର ନିଶ୍ୱାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ।

Gade chapit la Kopi




ବିଳାପ 3:56
17 Referans Kwoze  

ହେ ପରମେଶ୍ୱର, ମୋର ପ୍ରାର୍ଥନା ଗ୍ରହଣ କର। ମୋର କରୁଣା ପ୍ରାପ୍ତି କରୁଥିବା ପ୍ରାର୍ଥନାକୁ ଉପେକ୍ଷା କର ନାହିଁ।


ସେହି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳରେ ସେହି ଗରିବମାନେ ପରମେଶ୍ୱରଙ୍କ ସାହାଯ୍ୟ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ୱର ମଧ୍ୟ ସେମାନଙ୍କ ଡାକକୁ ଶୁଣନ୍ତି।


ଆତ୍ମା ମଧ୍ୟ ଆମକୁ ସାହାଯ୍ୟ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତାରେ ଆମ୍ଭକୁ ସାହାଯ୍ୟ କରୁଛନ୍ତି। କ’ଣ ଓ କିପରି ପ୍ରାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ୱରଙ୍କୁ ଆମ୍ଭ ପାଇଁ ପ୍ରାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ୱରଙ୍କଠାରେ ନିବେଦନ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ୱରଙ୍କୁ କୁହନ୍ତି ତାହା ଶବ୍ଦରେ ବର୍ଣନା କରା ଯାଇ ପାରିବ ନାହିଁ।


“ତୁମ୍ଭେ ହିଜକିୟ ନିକଟକୁ ଯାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ସଦାପ୍ରଭୁ ଏହିକଥା କୁହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆୟୁ ପନ୍ଦରବର୍ଷ ବଢ଼ାଇବା।’


ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାଯ୍ୟ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମୋତେ ମୋର ସମସ୍ତ ବିପଦରୁ ଉଦ୍ଧାର କଲେ।


ପରମେଶ୍ୱର ମୋର କଥା ଶୁଣିଅଛନ୍ତି। ପରମେଶ୍ୱର ମୋର ପ୍ରାର୍ଥନା ଗ୍ରହଣ କରିଛନ୍ତି।


ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବି ଏବଂ ସେ ତାହାଙ୍କର ପବିତ୍ର ପର୍ବତରୁ ମୋତେ ଉତ୍ତର ଦେବେ। ସେଲା


ମନଃଶିଙ୍କ ପ୍ରାର୍ଥନା ଓ ପରମେଶ୍ୱର କିପରି ତାଙ୍କର ପ୍ରାର୍ଥନା ଶୁଣିଲେ ଓ ତାଙ୍କ ନିମନ୍ତେ ଦୁଃଖିତ ହେଲେ, ତାହା ‘ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁସ୍ତକରେ’ ଲେଖାଯାଇଅଛି। ମନଃଶିର ସମସ୍ତ ପାପ ଓ ମନ୍ଦକର୍ମ ଏବଂ ସେହି ଉଚ୍ଚସ୍ଥାନଗୁଡ଼ିକ ଯାହା ସେ ନିର୍ମାଣ କରିଥିଲେ, ଆଶେରା ସ୍ତମ୍ଭମାନ ଏବଂ ମୂର୍ତ୍ତିଗୁଡ଼ିକ ଯାହା ସେ ପୂର୍ବରୁ ସ୍ଥାପନ କରିଥିଲେ ଓ ସମ୍ମାନ କରିଥିଲେ, ସେହିସବୁ “ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ପୁସ୍ତକରେ” ଲେଖାଯାଇଅଛି।


ମନଃଶି ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲେ ଓ ତାଙ୍କୁ ସାହାଯ୍ୟ କରିବା ନିମନ୍ତେ ପରମେଶ୍ୱରଙ୍କୁ ଅନୁରୋଧ କରିବାକୁ ଲାଗିଲେ। ସଦାପ୍ରଭୁ ମନଃଶିଙ୍କ ପ୍ରାର୍ଥନା ଶୁଣିଲେ ଓ ତାଙ୍କୁ ଦୟା କଲେ। ସଦାପ୍ରଭୁ ତାଙ୍କୁ ଯିରୁଶାଲମକୁ ଓ ତାଙ୍କ ସିଂହାସନକୁ ଫେରାଇ ଆଣିଲେ। ଏହା ପରେ ମନଃଶି ଜାଣିଲେ ଯେ, ସଦାପ୍ରଭୁ ପରମେଶ୍ୱର ହିଁ ସତ୍ୟ ଅଟନ୍ତି।


ହେ ମୋର ପରମେଶ୍ୱର ଓ ରାଜା, ମୋର ପ୍ରାର୍ଥନା ଶୁଣ।


ପ୍ରତିଦିନ ସକାଳେ ହେ ସଦାପ୍ରଭୁ, ମୋର ରବ ଶୁଣ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ଆପଣା ପ୍ରାର୍ଥନା ସଜାଏ ଏବଂ ପ୍ରତିଦିନ ସକାଳେ ତୁମ୍ଭେ ମୋର ପ୍ରାର୍ଥନା ଶୁଣ।


ଦୟାକରି ମୋର କଥା ଶୁଣ ଓ ମୋତେ ଉତ୍ତର ଦିଅ। ମୋତେ ତୁମ୍ଭକୁ କହିବାକୁ ଦିଅ ଏବଂ ମୁଁ ତୁମ୍ଭଙ୍କୁ କହିବି, ଯାହା ମୋତେ ବ୍ୟତିବ୍ୟସ୍ତ କରେ।


ସେ ଯୁଦ୍ଧରେ ମୋର ଜୀବନ ରକ୍ଷା କରିଛନ୍ତି, ଯେତେବେଳେ ବହୁତ ଲୋକ ମୋ’ ବିରୁଦ୍ଧରେ ଥିଲେ।


“ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକାରେ ଦେଖ। ତୁମ୍ଭର ନିଜର ଖ୍ୟାତି ପାଇଁ ଏହା କର।


Swiv nou:

Piblisite


Piblisite