Biblia Todo Logo
Bib sou entènèt

- Piblisite -




ବିଳାପ 4:6 - ପବିତ୍ର ବାଇବଲ

6 ଯିରୁଶାଲମ କନ୍ୟାମାନଙ୍କର ପାପ ସଦୋମ ଓ ଗୋମୋରଠାରୁ ଅଧିକ। ସଦୋମ ନିମିଷକ ମଧ୍ୟରେ ଧ୍ୱଂସପ୍ରାପ୍ତ ହେଲା ଓ କେହି ତାକୁ ଆକ୍ରମଣ କରି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।

Gade chapit la Kopi

ଓଡିଆ ବାଇବେଲ

6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋ’ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।

Gade chapit la Kopi




ବିଳାପ 4:6
14 Referans Kwoze  

ସେହି ନଗରଗୁଡ଼ିକୁ, ସମୁଦାୟ ଉପତ୍ୟକା କ୍ଷେତ୍ରଗୁଡ଼ିକ ଓ ତନ୍ମଧ୍ୟସ୍ଥ ସମସ୍ତ ଲୋକ ଓ ସମସ୍ତ ବୃକ୍ଷଲତା ଧ୍ୱଂସ ହୋଇଗଲା।


ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଗ୍ଭର ହେବା ଦିନ ସେହି ନଗରର ଲୋକମାନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।


“ଯେଉଁ ସେବକ ଆଗରୁ ଜାଣିଥାଏ ଯେ, ମାଲିକଙ୍କ ଇଚ୍ଛା କ’ଣ କିନ୍ତୁ ସେଥିପାଇଁ ଆଦୌ ତତ୍ପର ହୁଏ ନାହିଁ, କିମ୍ବା ମାଲିକଙ୍କ ଇଚ୍ଛା ଅନୁସାରେ କାମ କରେନି, ସେହିଭଳି ସେବକକୁ ଭୀଷଣ ଦଣ୍ଡ ଦିଆଯିବ।


କାରଣ ସେତେବେଳେ ଏତେ ଅଧିକ ବିପଦ ଆସିବ ଯେ ସେଭଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ଯ୍ୟନ୍ତ ଆସି ନାହିଁ କି ଭବିଷ୍ୟତରେ ଆସିବ ନାହିଁ।


“ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସେମାନଙ୍କ ବିରୁଦ୍ଧରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ଯିରୁଶାଲମ ପରି ଦୁଃଖ ଭୋଗ କରି ନାହିଁ।


ଭୋକରେ ମରିଥିବା ଲୋକମାନଙ୍କ ଅପେକ୍ଷା ‌‌ଖ‌ଡ଼୍‌ଗରେ ନିହତ ହୋଇଥିବା ଲୋକମାନେ ଭଲ, କାରଣ ସେମାନଙ୍କର ଜୀବନ ସେମାନଙ୍କର ଶୁଷ୍କ ଜମିରେ ଖାଦ୍ୟ ଉତ୍ପନ୍ନ ପାଇଁ ଯେଭଳି, ସେମାନେ କ୍ଷୁଧା ଦ୍ୱାରା ଘସି ହୋଇଛନ୍ତି।


ଠିକ୍ ସେହି ସମୟରେ, ସଦାପ୍ରଭୁ ସଦୋମ ଏବଂ ହମୋରାକୁ ଧ୍ୱଂସ କଲେ। ସଦାପ୍ରଭୁ ଆକାଶରୁ ସଦୋମ ଓ ହମୋରା ଉପରେ ଗନ୍ଧକ ଓ ଅଗ୍ନି ବୃଷ୍ଟି କଲେ।


ପୁଣି ସଦାପ୍ରଭୁ କ୍ଷମା ନ କରି ଯେପରି ସମସ୍ତ ନଗର ବିନାଶ କରିଥିଲେ। ସେ ଲୋକ ସେହିସବୁ ନଗର ତୁଲ୍ୟ ହେଉ। ଆଉ ସେ ଲୋକ ପ୍ରାତଃକାଳରେ କ୍ରନ୍ଦନ ଓ ମଧ୍ୟାହ୍ନ କାଳରେ ଚିତ୍କାର ଶବ୍ଦ ଶୁଣୁ।


ସେତେବେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କର୍ତ୍ତ୍ରୀ, କ୍ରେତା ଓ ବିକ୍ରେତା, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହେବେ ଓ ସମାନ ଅବସ୍ଥା ଘଟିବ।


ଯିରୁଶାଲମର ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ମଧ୍ୟରେ ଆମ୍ଭେ ସେହି ଭୟଙ୍କର ବିଷୟ ଦେଖୁଅଛୁ। ସେମାନେ ପର ସ୍ତ୍ରୀ ନିକଟକୁ ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୂରାଗ୍ଭରୀମାନଙ୍କ ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କ ମଧ୍ୟରୁ କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ। ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତାହାର ନିବାସୀଗଣ ହମୋରାର ସମାନ ଅଟନ୍ତି।”


“ପୁଣି ସେ ନିଜର କୌଶଳ, ଛଳ, ଜ୍ଞାନ ଓ ମିଥ୍ୟା ବଳରେ ସଫଳକାମୀ ହେବ। ସେ ନିଜ ଅନ୍ତଃକରଣରେ ନିଜକୁ ବଡ଼ ମନେ କରିବ ଓ ନିରାପଦ ସମୟରେ ଅନେକଙ୍କୁ ବିନାଶ କରିବ। ଆଉ ଅଧିପତିଙ୍କର ଅଧିପତିଙ୍କ ପ୍ରତିକୂଳରେ ଠିଆ ହେବ। ମାତ୍ର ସେ ମଣିଷ ହସ୍ତରେ ବିନାଶ ହେବ ନାହିଁ।


Swiv nou:

Piblisite


Piblisite