Biblia Todo Logo
Bib sou entènèt

- Piblisite -




ବିଳାପ 5:22 - ପବିତ୍ର ବାଇବଲ

22 ମାତ୍ର ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ। ଆଉ ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟ; କ୍ରୁଦ୍ଧ ହୋଇଅଛ।

Gade chapit la Kopi

ଓଡିଆ ବାଇବେଲ

22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ସର୍ବତୋଭାବରେ ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଅତ୍ୟନ୍ତ କ୍ରୁଦ୍ଧ ହୋଇଅଛ।

Gade chapit la Kopi




ବିଳାପ 5:22
13 Referans Kwoze  

ତା'ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା'ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ।


ତା'ପରେ ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଏହି ଅସ୍ଥିସକଳ ଇସ୍ରାଏଲ ସମୁଦାୟ ପରିବାର ଅଟନ୍ତି। ଏବଂ ସେମାନେ କହନ୍ତି, ‘ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଆଶା ଭରସା ଲୋପ ପାଇଛି ଓ ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇଅଛୁ।’


ହେ ସଦାପ୍ରଭୁ, ଅତ୍ୟନ୍ତ କ୍ରୋଧିତ ହୁଅ ନାହିଁ କି ଆମ୍ଭମାନଙ୍କର ପାପକୁ ଚିରକାଳ ମନେରଖ ନାହିଁ। ଆମ୍ଭେମାନେ ବିନତି କରୁଅଛୁ, ଆମ୍ଭ ପ୍ରତି ଦୃଷ୍ଟି କର, ଆମ୍ଭେ ସମସ୍ତେ ତୁମ୍ଭର ସନ୍ତାନ।


କିନ୍ତୁ ହେ ପରମେଶ୍ୱର, ତୁମ୍ଭେ ଆମ୍ଭକୁ ଛାଡ଼ି ଗ୍ଭଲିଗଲ। ତୁମ୍ଭେ ଆମ୍ଭକୁ ମାନସିକ ଅଶାନ୍ତ କଲ। ତୁମ୍ଭେ ଆମ୍ଭ ସହିତ ଯୁଦ୍ଧ କ୍ଷେତ୍ରକୁ ଆସିଲ ନାହିଁ।


କିନ୍ତୁ ସେହି ଅଧର୍ମାଗ୍ଭରୀ ଲୋକମାନେ ଭୟଭୀତ ହେବେ। ଏପରି ସେମାନେ ପୂର୍ବରୁ କେବେ ଭୟଭୀତ ହୋଇ ନ ଥିବେ। ଇସ୍ରାଏଲ, ସେହି ଦୁଷ୍ଟ ଲୋକମାନେ ତୁମ୍ଭକୁ ଆକ୍ରମଣ କରନ୍ତି। କିନ୍ତୁ ପରମେଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରିବ ଏବଂ ପରମେଶ୍ୱର ସେମାନଙ୍କର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇବେ।


“ହେ ଯିରିମିୟ, ଆପଣା ମସ୍ତକର କେଶ କାଟି ପକାଇ ଦିଅ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀରେ ବିଳାପ କର। କାରଣ ସଦାପ୍ରଭୁ ଏହି ବଂଶପ୍ରତି କ୍ରୋଧଭାବ ଓ ବିମୁଖତା ପ୍ରକାଶ କରି ଏହି ବଂଶକୁ ଅଗ୍ରାହ୍ୟ ଓ ପରିତ୍ୟାଗ କରିଛନ୍ତି।


ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।


ପରମେଶ୍ୱର, ତୁମ୍ଭେ କାହିଁକି ବହୁତ ଦିନ ଆମ୍ଭମାନଙ୍କୁ ପରିତ୍ୟାଗ କଲ? ତୁମ୍ଭେ କାହିଁକି ଆମ୍ଭମାନଙ୍କ ଉପରେ ଏତେ ରାଗିଅଛ, ଆମ୍ଭେ ଯେ ତୁମ୍ଭର ନିଜ ଦଳ?


ହେ ପରମେଶ୍ୱର, ଏହା ଆଉ କେତେ ଦିନ ପର୍ଯ୍ୟନ୍ତ ଯିବ? ତୁମ୍ଭେ କ’ଣ ଚିରକାଳ ଆମ୍ଭମାନଙ୍କ ଉପରେ କ୍ରୋଧ କରିଥିବ? ତୁମ୍ଭର ଅନ୍ତର କ’ଣ ଅଗ୍ନିଜ୍ୱାଳା ପରି ସର୍ବଦା ଜଳିବ?


ଲୋକେ ସେମାନଙ୍କୁ ‘ପରିତ୍ୟକ୍ତା ରୂପା’ ବୋଲି କହିବେ କାରଣ ସଦାପ୍ରଭୁ ସେମାନଙ୍କୁ ପରିତ୍ୟାଗ କରିଅଛନ୍ତି।”


“‘ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମୋର କ୍ରୋଧ ତୁମ୍ଭ ବିରୁଦ୍ଧରେ ପଠାଇବି।


Swiv nou:

Piblisite


Piblisite