Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 1:2 - ପବିତ୍ର ବାଇବଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।

Gade chapit la Kopi




ଲେବୀୟ ପୁସ୍ତକ 1:2
13 Referans Kwoze  

ଏହିଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ସବୁ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟ‌ଦ୍‌ବାଣୀର ଦାନ ମିଳିଛି, ତା'ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟ‌ଦ୍‌ବାଣୀ କରୁ।


ପ୍ରେମପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ରେମ କରିଛନ୍ତି, ତୁମ୍ଭେମାନେ ମଧ୍ୟ ସେହିଭଳି ଅନ୍ୟମାନଙ୍କୁ ପ୍ରେମ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ମଧୁର-ସୁଗନ୍ଧି-ଯୁକ୍ତ ଭେଟି ଓ ପରମେଶ୍ୱରଙ୍କ ବଳି ସ୍ୱରୂପ ଅଟନ୍ତି।


ସଦାପ୍ରଭୁଙ୍କ ମହିମାର ପ୍ରଶଂସା ଗାନ କର। ତାଙ୍କ ନାମକୁ ସମ୍ମାନ କର। ତାଙ୍କ ନିକଟକୁ ତୁମ୍ଭର ନୈବେଦ୍ୟ ଆଣ। ସୁନ୍ଦରତାରେ ଓ ପବିତ୍ରତାରେ ସଦାପ୍ରଭୁଙ୍କର ଉପାସନା କର।


କିନ୍ତୁ ସଦାପ୍ରଭୁ କୟିନକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ ନାହିଁ। ଏଣୁ କୟିନ ବହୁତ କ୍ରୋଧ ଏବଂ ଦୁଃଖ କଲା।


କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ।


ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ଆତ୍ମିକ ଉପାସନା ଅଟେ।


କିନ୍ତୁ ତୁମ୍ଭେମାନେ ଉପଦେଶ ଦେଉଛ ଯେ, ଜଣେ ଲୋକ ତା'ର ବାପାମାଙ୍କୁ କହି ପାରିବ, ‘ମୋର ଯେଉଁ ପଦାର୍ଥଟିରେ ତୁମ୍ଭର ଲାଭ ହୋଇ ପାରିଥା’ନ୍ତା, ସେହି ପଦାର୍ଥ ମୁଁ ତୁମ୍ଭ ପାଇଁ ବ୍ୟବହାର କରି ପାରିବି ନାହିଁ, କାରଣ ତାହା ମୁଁ ପରମେଶ୍ୱରଙ୍କୁ ସମର୍ପଣ କରିବି।’


“ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ।


ତୁମ୍ଭମାନଙ୍କ ପ୍ରତିଜ୍ଞା ପୂରଣ କରିବା ପାଇଁ କିମ୍ବା ସ୍ୱେଚ୍ଛାଦତ୍ତ ଉପହାର ପାଇଁ କିମ୍ବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମବଳି ଉତ୍ସର୍ଗ କରିବ।


ତେବେ ସେହି ପୁରୁଷ ନିଜ ସ୍ତ୍ରୀକୁ ଯାଜକ ନିକଟକୁ ଆଣିବ, ତା'ର ଉପହାର ଐଫାର ଦଶମାଂଶ ବାର୍ଲି ମଇଦା ଆଣିବ, ତହିଁ ଉପରେ ସେ ତୈଳ ଢାଳିବ ନାହିଁ, ଅବା ଧୂପ ସେଥିରେ ସଂଯୋଗ କରିବ ନାହିଁ, କାରଣ ତାହା ଈର୍ଷାର ଶସ୍ୟ ନୈବେଦ୍ୟ, ତାହାର ଦୋଷକୁ ଅନାବୃତ କରିବା ପାଇଁ ଏହି ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରାଗଲା।


ଏହା ପରେ ସେମାନେ ନିତ୍ୟ ହୋମବଳି, ଅମାବାସ୍ୟାରେ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କଲେ।


Swiv nou:

Piblisite


Piblisite