ଲେବୀୟ ପୁସ୍ତକ 10:1 - ପବିତ୍ର ବାଇବଲ1 ଏହା ପରେ ହାରୋଣଙ୍କ ପୁତ୍ର ନାଦବ ଓ ଅବୀହୂ ପାପ କଲେ। ପ୍ରତ୍ୟେକ ନିଜ ନିଜ ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ସୁଗନ୍ଧି ଧୂପ ରଖିଲେ। ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ, ତାଙ୍କର ଆଜ୍ଞା ଅନୁସାରେ ଭିନ୍ନ ଅଗ୍ନି ଉତ୍ସର୍ଗ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ। Gade chapit la |
ଏଠାରେ ସୁଗନ୍ଧିତ ଦ୍ରବ୍ୟ ପୋଡ଼ିବା ପାଇଁ ଗୋଟିଏ ସୁନାର ବେଦୀ ଥିଲା। ‘ପୁରାତନ ନିୟମ ଗୋଟିଏ ପବିତ୍ର ବାକ୍ସ ଭିତରେ ଥିଲା। ବାକ୍ସ ସୁନାରେ ତିଆରି ହୋଇଥିଲା। ସେହି ବାକ୍ସ ଭିତରେ ସୁନାରେ ତିଆରି ମାନ୍ନା ରଖା ହୋଇଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହୋଇ ପତ୍ର କଅଁଳି ଥିଲା। ସେହି ବାକ୍ସରେ ପୁରାତନ ନିୟମର ଦଶଆଜ୍ଞା ଲେଖାଥିବା ପ୍ରସ୍ତର ଫଳକମାନ ମଧ୍ୟ ଥିଲା।
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।