ଲେବୀୟ ପୁସ୍ତକ 10:3 - ପବିତ୍ର ବାଇବଲ3 ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଯେଉଁମାନେ ମୋ’ ନିକଟକୁ ଆସନ୍ତି, ସେମାନେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖରେ ମୁଁ ଗୌରବାନ୍ୱିତ ହେବି।’” ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ୟୁ କଥା ନ କହି ନୀରବ ରହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହୁଁ ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା ଓ ସମସ୍ତ ଲୋକଙ୍କ ଅଗ୍ରତେ ଆମ୍ଭେ ଗୌରବାନ୍ଵିତ ହେବା। ତହିଁରେ ହାରୋଣ ମୌନ ହେଲେ। Gade chapit laଓଡିଆ ବାଇବେଲ3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ। Gade chapit la |
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।