Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:13 - ପବିତ୍ର ବାଇବଲ

13 “ପକ୍ଷୀମାନଙ୍କ ମଧ୍ୟରୁ ଯେଉଁମାନେ ଘୃଣାଯୋଗ୍ୟ ଓ ଭୋଜନଯୋଗ୍ୟ ନୁହନ୍ତି, ସେମାନେ ହେଲେ ଛଞ୍ଚାଣ, ଶାଗୁଣା ଓ ବାଜପକ୍ଷୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ପକ୍ଷୀଗଣ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋ ଓ ହାଡ଼ଭଙ୍ଗା ଓ ବହୀରି,

Gade chapit la Kopi

ଓଡିଆ ବାଇବେଲ

13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହି ସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ପକ୍ଷୀମାନଙ୍କ ମଧ୍ୟରୁ ଏହିସବୁ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ; ସେମାନେ ଖାଦ୍ୟ ନୁହନ୍ତି; ଉତ୍କ୍ରୋଶ ଓ ହାଡ଼ଭଙ୍ଗା ଓ ବହୀରି,

Gade chapit la Kopi




ଲେବୀୟ ପୁସ୍ତକ 11:13
18 Referans Kwoze  

ଅତୀତରେ ଆମ୍ଭେ ମଧ୍ୟ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ୍ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଈର୍ଷାଳୁ ଓ ଦ୍ୱେଷପୂର୍ଣ୍ଣ ଜୀବନଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।


ଯେଉଁ ସ୍ଥାନରେ ତୁମ୍ଭେ ଶାଗୁଣାମାନଙ୍କୁ ଏକାଠି ହୋଇଥିବାର ଦେଖ, ତୁମ୍ଭେ ସହଜରେ ଜାଣିପାର ଯେ ସେହି ସ୍ଥାନରେ ଗୋଟିଏ ମଲା ଜୀବ ପଡ଼ିଛି। ଠିକ୍ ସେହିଭଳି ମୋର ଆସିବା ଦିନ ଏହି ପ୍ରକାର ହେବ।


ସେମାନଙ୍କର ଘୋଡ଼ାଗୁଡ଼ିକ ଚିତାବାଘଠାରୁ ଦ୍ରୁତଗାମୀ ହେବେ ଏବଂ ଗଧିଆଠାରୁ ଦ୍ରୁତଗାମୀ ସମସ୍ଥଳରେ ହେବେ। ସେମାନଙ୍କର ସୈନ୍ୟମାନେ ଘୋଡ଼ା ଚଢ଼ି ବହୁଦୂରରୁ ଆସିବେ। ଗୋଟିଏ ଭୋକିଲା ଚିଲ ପକ୍ଷୀ ଆକାଶରୁ ଶିକାର ଉପରେ ଝାମ୍ପ ମାରିଲା ପରି ସେମାନେ ଦ୍ରୁତ ବେଗରେ ଶତ୍ରୁଙ୍କୁ ଆକ୍ରମଣ କରିବେ।


“ତୂରୀ ବାଦନ କରି ଲୋକମାନଙ୍କୁ ସତର୍କ କରିଦିଅ। ସଦାପ୍ରଭୁଙ୍କ ଗୃହ ଉପରେ ବାଜପକ୍ଷୀ ପରି ଜଗି ରୁହ। ଇସ୍ରାଏଲ ଅଧିବାସୀଗଣ ଆମ୍ଭ ଚୁକ୍ତି ଭଙ୍ଗ କରିଛନ୍ତି। ସେମାନେ ଆମ୍ଭ ବ୍ୟବସ୍ଥା ବିଷୟକୁ ଅମାନ୍ୟ କରିଛନ୍ତି।


ଆମ୍ଭମାନଙ୍କୁ ଗୋଡ଼ାଇଥିବା ଲୋକମାନେ ଆକାଶର ଉତ୍କ୍ରୋଶପକ୍ଷୀଠାରୁ ଅଧିକ ବେଗଗାମୀ। ସେମାନେ ଆମ୍ଭମାନଙ୍କୁ ପର୍ବତରେ ଗୋଡ଼ାଇଲେ ଓ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଲୁଚି ରହିଲେ।


ସଦାପ୍ରଭୁ ମଧ୍ୟ କହନ୍ତି, “ଦେଖ, ଏକ ଉତ୍କ୍ରୋଶପକ୍ଷୀ ପରି ତୀବ୍ର ଗତିରେ ତଳକୁ ଖସିବ ଏବଂ ମୋୟାବ ବିରୁଦ୍ଧରେ ତା'ର ପକ୍ଷ ବିସ୍ତାର କରିବ।


ପରମେଶ୍ୱର କହିଲେ, “ମୋର ଲୋକମାନେ ନିର୍ବୋଧ ଏବଂ ସେମାନେ ମୋତେ ଜାଣନ୍ତି ନାହିଁ। ସେମାନେ ନିର୍ବୋଧ ସନ୍ତାନ ତୁଲ୍ୟ, ସେମାନଙ୍କର ଅର୍ନ୍ତଦୃଷ୍ଟି ନାହିଁ। ସେମାନେ କୁକର୍ମ କରିବାରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସେମାନେ ଜାଣନ୍ତି ନାହିଁ।”


ଦେଖ, ସେ ମେଘଖଣ୍ଡ ସଦୃଶ ଆସୁଅଛି। ତାହାର କଥାଗୁଡ଼ିକ ଘୂର୍ଣ୍ଣିବାୟୁ ସଦୃଶ ଓ ତାହାର ଅସ୍ତ୍ରଗୁଡ଼ିକ ଉତ୍କ୍ରୋଶପକ୍ଷୀଠାରୁ ଅଧିକ ଦ୍ରୁତଗାମୀ ହେବେ। ଏହା ଆମ୍ଭମାନଙ୍କ ପାଇଁ ବହୁ ଅମଙ୍ଗଳ ହେବ ଓ ଆମ୍ଭେମାନେ ବିନଷ୍ଟ ହେବା।


କିଏ ଡାମରା କାଉକୁ ଖାଦ୍ୟ ଯୋଗାଇ ଦିଏ? ଯେତେବେଳେ ତା'ର ଶାବକମାନେ ପରମେଶ୍ୱରଙ୍କ ନିକଟରେ ରାବ କରି କରି ଖାଦ୍ୟ ବିନା ଭ୍ରମଣ କଲାବେଳେ ତାଙ୍କୁ ଖାଦ୍ୟ ଯୋଗାଇ ଦିଏ?


ବଣୁଆ ପକ୍ଷୀ ମାଟିତଳେ ଥିବା ରାସ୍ତା ବିଷୟରେ କିଛି ଜାଣନ୍ତି ନାହିଁ। କୌଣସି ଉତ୍କ୍ରୋଶପକ୍ଷୀ ମଧ୍ୟ ସେଭଳି ଅନ୍ଧାର ବାଟ ଦେଖି ନ ଥାଏ।


ଜଳଚରମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେହି ସମସ୍ତ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ।


ପୁଣି ଚିଲ ଓ ସବୁ ଜାତିର ବାଜପକ୍ଷୀ।


ତା'ପରେ ମୁଁ ଊର୍ଦ୍ଧ୍ୱକୁ ଦୃଷ୍ଟି କଲି ଏବଂ ସାରସ ପକ୍ଷୀ ପରି ପକ୍ଷୀଥିବା ଦୁଇଟି ନାରୀ ଦେଖିଲି। ସେମାନେ ଉଡ଼ି ଆସିଲେ ଏବଂ ସେମାନଙ୍କ ପକ୍ଷରେ ପବନ ଥିଲା। ସେମାନେ ସେ ମାପିବାର ଟୋକେଇକୁ ଉଠାଇଲେ ପୃଥିବୀ ଓ ସ୍ୱର୍ଗ ମଧ୍ୟରେ ବୋହି ନେଲେ।


Swiv nou:

Piblisite


Piblisite