Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:47 - ପବିତ୍ର ବାଇବଲ

47 ଅଶୁଚି ଓ ଶୁଚି ପ୍ରାଣୀମାନଙ୍କ ବିଷୟରେ ଲୋକମାନଙ୍କ ପାଇଁ ଏହିସବୁ ଶିକ୍ଷା ବ୍ୟବସ୍ଥା ଅଟେ। ତେଣୁ ସେମାନେ କେଉଁ ପ୍ରାଣୀ ଭକ୍ଷ୍ୟ ଓ କେଉଁ ପ୍ରାଣୀ ଅଭକ୍ଷ୍ୟ ଜାଣି ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ପଶୁ, ପକ୍ଷୀ, ଜଳଚର ଜୀବ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।

Gade chapit la Kopi

ଓଡିଆ ବାଇବେଲ

47 ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ପଶୁ, ପକ୍ଷୀ, ଜଳଚର ପ୍ରାଣୀ ଓ ଉରୋଗାମୀ ଭୂଚର ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା।”

Gade chapit la Kopi




ଲେବୀୟ ପୁସ୍ତକ 11:47
10 Referans Kwoze  

ତାହାଦ୍ୱାରା ତୁମ୍ଭେମାନେ ପବିତ୍ର ଓ ଅପବିତ୍ର, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ସ୍ପଷ୍ଟ ଭାବରେ ଜାଣି ପାରିବ।


“ଆଉ ମଧ୍ୟ ଯାଜକମାନେ ମୋର ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ଶିଖାଇବେ।


ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।


ସମସ୍ତ ଯୋଗା ପ୍ରାଣୀ, ପକ୍ଷୀ ଓ ଅନ୍ୟ ପୃଥିବୀସ୍ଥିତ ପ୍ରାଣୀମାନଙ୍କ ବିଷୟରେ ଏହି ବ୍ୟବସ୍ଥା ସବୁ ଅଟେ। ସମସ୍ତ ଜଳଚର ଓ ଉରୋଗାମୀ ପ୍ରାଣୀମାନଙ୍କ ବିଷୟରେ ମଧ୍ୟ ଏହି ବ୍ୟବସ୍ଥା ଅଟେ।


ସଦାପ୍ରଭୁ ମୋଶାଙ୍କୁ କହିଲେ,


“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।


ମାତ୍ର ଦାନିୟେଲ ସେହି ରାଜକୀୟ ଖାଦ୍ୟ ଖାଇ ଓ ଦ୍ରାକ୍ଷାରସ ପାନ କରି ନିଜକୁ ଅଶୁଚି କରିବାକୁ ଇଚ୍ଛା କଲେ ନାହିଁ। ଏଣୁ ସେ ନପୁଂସକାଧିପତିକୁ ନିବେଦନ କଲେ ଓ ସେ ଅନ୍ୟାନ୍ୟ ଖାଦ୍ୟ ଖାଇ ପାରିବେ କି ବୋଲି ପଗ୍ଭରିଲେ, ଯାହାଫଳରେ ସେ ଅଶୁଚି ହେବେ ନାହିଁ।


ତୁମ୍ଭେ ତୁମ୍ଭ ସହିତ ସାତ ଯୋଡ଼ି ଶୁଚି ପଶୁ ଓ ଏକ ଯୋଡ଼ି ଅଶୁଚି ପଶୁ ନେଇ ଆସିବ। ପ୍ରତ୍ୟେକ ଯୋଡ଼ିରେ ଗୋଟିଏ ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚୟ ରହିବ।


Swiv nou:

Piblisite


Piblisite