Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 12:6 - ପବିତ୍ର ବାଇବଲ

6 “ତା'ପରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ ସେ ବଳିଦାନ ନିମନ୍ତେ ଏକବର୍ଷୀୟ ଏକ ମେଷ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ କାପ୍ତାଛୁଆ ବା ଏକ ଘୁଘୁ ସମାଗମ-ତମ୍ଵୁଦ୍ଵାରର ଯାଜକ ନିକଟକୁ ଆଣିବ।

Gade chapit la Kopi

ଓଡିଆ ବାଇବେଲ

6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 12:6
15 Referans Kwoze  

ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଶୁଚି ହେବାର ସମୟ ଆସିଲା। ଏହା ପରେ ଯୋଷେଫ ଓ ମରିୟମ ଯୀଶୁଙ୍କୁ ପ୍ରଭୁ ପରମେଶ୍ୱରଙ୍କ ନିକଟରେ ଉତ୍ସର୍ଗ କରିବା ପାଇଁ ଯିରୁଶାଲମକୁ ନେଇ ଆସିଲେ।


ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।


ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସୁଥିବା ଦେଖି କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ। ଯେ ଜଗତର ପାପ ବହିନେଇଯାଆନ୍ତି।


ତା'ପରେ ଅଷ୍ଟମ ଦିନରେ ସେହି ସ୍ତ୍ରୀଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରା ଛୁଆ ଆଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ଯାଜକକୁ ଅର୍ପଣ କରିବ।


ପୁଣି ଅଷ୍ଟମ ଦିନରେ ନାସରୀୟ ଦୁଇଟି କପୋତ କିମ୍ବା ପାରା ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।


ଅଷ୍ଟମ ଦିନରେ ସେହି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକକୁ ଅର୍ପଣ କରିବ।


ପୁଣି ସେହି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ୟ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ସ୍ତ୍ରୀ ଧର୍ମର ଅଶୌଚ ସମୟ ପରି ସାତ ଦିନଯାଏ ଅଶୁଚି ରହିବ।


ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେ ଏକ ତିନି ବର୍ଷର ବାଛୁରି, ଗୋଟିଏ ତିନି ବର୍ଷର ମାଇ ଛେଳି, ଗୋଟିଏ ତିନି ବର୍ଷର ମେଣ୍ଢା, ଗୋଟିଏ କପୋତ ଏବଂ ଗୋଟିଏ ଯୁବା କପୋତ ମୋ’ ନିକଟକୁ ଆଣ।”


ମାତ୍ର ଯେବେ ଜଣେ ସ୍ତ୍ରୀ କନ୍ୟା ପ୍ରସବ କରେ, ସେହିଭଳି ସ୍ତ୍ରୀ ଧର୍ମର ଅଶୌଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦେହର ରକ୍ତସ୍ରାବରୁ ଶୁଦ୍ଧ ହେବା ପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।


ଯଦି ଜଣେ ସ୍ତ୍ରୀ ମେଷ ଶାବକ ଉତ୍ସର୍ଗ କରିବାକୁ ଅକ୍ଷମ ହୁଏ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେଥିମଧ୍ୟରୁ ଗୋଟିଏ ପାପାର୍ଥକ ବଳି ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ଉତ୍ସର୍ଗ କରାଯିବ। ଯାଜକ ସେଗୁଡ଼ିକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବା ଉଚିତ୍ ଏବଂ ଏହି ପ୍ରକାର ତା'ର ପ୍ରାୟଶ୍ଚିତ ହୁଏ ଏବଂ ତା'ର ଶୁଦ୍ଧି ହୁଏ। ପୁତ୍ର ବା କନ୍ୟା ପ୍ରସବକାରିଣୀ ସ୍ତ୍ରୀ ପ୍ରତି ଶୁଚି ନିମନ୍ତେ ଏହିସବୁ ବ୍ୟବସ୍ଥା ଅଟେ।”


Swiv nou:

Piblisite


Piblisite