Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:20 - ପବିତ୍ର ବାଇବଲ

20 ଯାଜକ ଦେଖିବ ଯଦି ତାହାର ସେହି ଘା’ ଚର୍ମର ନୀଚ୍ଚସ୍ଥ ହୋଇଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଯାଜକ ତାହା ଦେଖିବ, ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘାଆ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 13:20
7 Referans Kwoze  

ସେହି ଲୋକମାନଙ୍କୁ ସଂସାରର ମନ୍ଦ ବିଷୟରୁ ମୁକ୍ତ କରାଯାଇଥିଲା। ଆମ୍ଭର ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଦ୍ୱାରା ସେମାନେ ମୁକ୍ତି ପାଇଥିଲେ। କିନ୍ତୁ ଯଦି ସେମାନେ ପୁନର୍ବାର ମନ୍ଦ ବିଷୟ ଗୁଡ଼ିକ ପ୍ରତି ଆକର୍ଷିତ ହୋଇ ତାହାର ବନ୍ଧନରେ ବାନ୍ଧି ହୋଇଯିବେ, ତେବେ ସେମାନଙ୍କ ପୂର୍ବ ଅବସ୍ଥାଠାରୁ ବର୍ତ୍ତମାନର ଅବସ୍ଥା ଆହୁରି ଅଧିକ ଖରାପ ହେବ।


ପରେ ଯୀଶୁ ସେହି ଲୋକକୁ ମନ୍ଦିର ପରିସରରେ ଦେଖିଲେ। ସେ ତାକୁ କହିଲେ, “ଦେଖ, ତୁମ୍ଭେ ବର୍ତ୍ତମାନ ସୁସ୍ଥ ହୋଇ ଯାଇଛ। ତେଣୁ ତୁମ୍ଭେ ଆଉ ପାପ କର ନାହିଁ। ଯଦି ତୁମ୍ଭେ ପାପ କରିବ, ତେବେ ତୁମ୍ଭର ଏହାଠାରୁ ଅଧିକ କ୍ଷତି ହୋଇପାରେ।”


ତା'ପରେ ସବୁ ଭୂତ ସେ ଘର ଭିତରକୁ ଯାଇ ସେଠାରେ ବସବାସ କରନ୍ତି। ସେତେବେଳେ ଲୋକଟିର ଅବସ୍ଥା ପୂର୍ବ ଅପେକ୍ଷା ଅଧିକ ଶୋଚନୀୟ ହୋଇପଡ଼େ। ଏବେ ଜୀବିତ ଥିବା ମନ୍ଦ ଲୋକଙ୍କ ପାଇଁ ସେହି ଏକାକଥା ଘଟିବ।”


ତହୁଁ ଯାଜକ ତା'ର ଶରୀରର ଚର୍ମ ଉପରିସ୍ଥ ଘା’ ଦେଖିବ, ଆଉ ଯେବେ ଘା’ର ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯେବେ ତା’ ଶରୀରର ଚର୍ମଠାରୁ ନୀଚ୍ଚ ଦିଶେ ତେବେ ତାହା କୁଷ୍ଠରୋଗର ଘା’ ଅଟେ। ଆଉ ଯାଜକ ତାହାକୁ ଦେଖିବ ଓ ତାକୁ ଅଶୁଚି ବୋଲି ପ୍ରକାଶ କରିବ।


“ଯେବେ କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି ପାମା କି ଚି‌‌କ୍‌‌‌କଣ ଚିହ୍ନ ହୁଏ କିମ୍ବା ତା'ର ଶରୀରରେ ଚର୍ମ ରୋଗଜନିତ ଘା’ ହୁଏ, ତେବେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ୟରୁ କୌଣସି ଯାଜକ ନିକଟକୁ ଅଣାଯିବା ଉଚିତ୍।


ଯଦି ସେହି ବଥ ସ୍ଥାନରେ ଶ୍ୱେତବର୍ଣ୍ଣ ଫୁଲା କିମ୍ବା ରକ୍ତ ଶ୍ୱେତବର୍ଣ୍ଣ ଚି‌‌କ୍‌‌‌କଣ ଚିହ୍ନ ହୁଏ, ତେବେ ସେ ତାହା ଯାଜକକୁ ଦେଖାଇବ।


ମାତ୍ର ଯଦି ଯାଜକ ଦେଖିବ, ସେଥିରେ ଶ୍ୱେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ ତେବେ ଯାଜକ ତାହାକୁ ସାତ ଦିନ ପୃଥକ କରି ରଖିବ।


Swiv nou:

Piblisite


Piblisite