Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:21 - ପବିତ୍ର ବାଇବଲ

21 ମାତ୍ର ଯଦି ଯାଜକ ଦେଖିବ, ସେଥିରେ ଶ୍ୱେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ ତେବେ ଯାଜକ ତାହାକୁ ସାତ ଦିନ ପୃଥକ କରି ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମାତ୍ର ଯାଜକ ତାହା ଦେଖନ୍ତେ, ଯେବେ ଦେଖ, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ରୁଦ୍ଧ କରି ରଖିବ।

Gade chapit la Kopi

ଓଡିଆ ବାଇବେଲ

21 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:21
4 Referans Kwoze  

ମୁଁ ଆତ୍ମିକ ଭାବରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ଥିବି ଓ ତୁମ୍ଭେମାନେ ପ୍ରଭୁ ଯୀଶୁଙ୍କ ଶକ୍ତିରେ ଏହି ଲୋକକୁ ଶୟତାନ ହସ୍ତରେ ସମର୍ପଣ କରିଦିଅ, ଯଦ୍ଦ୍ୱାରା ତା'ର ପାପର ଶରୀର ନଷ୍ଟ ହୋଇଯିବ। ତା'ହେଲେ ତା'ର ଆତ୍ମା ପ୍ରଭୁଙ୍କ ଦିନରେ ରକ୍ଷା ପାଇ ପାରିବ।


“ସମୟେ ସମୟେ ଜଣଙ୍କ ଶରୀରର ଚର୍ମ ଉପରେ ଧଳା ଛଉ ଦେଖାଯାଏ, ଯଦି ସେ ଚିହ୍ନ ଚର୍ମଠାରୁ ନୀଚ୍ଚ ନ ଥାଏ, ତେବେ ଯାଜକ ତାକୁ ଅନ୍ୟ ଲୋକମାନଙ୍କଠାରୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


ଯାଜକ ଦେଖିବ ଯଦି ତାହାର ସେହି ଘା’ ଚର୍ମର ନୀଚ୍ଚସ୍ଥ ହୋଇଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’।


ଆଉ ଯଦି ତାହା ଚର୍ମରେ ବ୍ୟାପେ, ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗ ଘା’।


Swiv nou:

Piblisite


Piblisite