ଲେବୀୟ ପୁସ୍ତକ 13:40 - ପବିତ୍ର ବାଇବଲ40 “ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡ଼ି ଯାଏ ତେବେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)40 ଆଉ, ଯେବେ କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। Gade chapit laଓଡିଆ ବାଇବେଲ40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ। Gade chapit la |
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦେଇ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହୋଇଥିବା କାରଣରୁ ମୁଁ ଏହିଭଳି ବୁଝାଉଛି। ଅତୀତରେ ତୁମ୍ଭେମାନେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହେବାକୁ ଓ ମନ୍ଦ କର୍ମରେ ନିଯୁକ୍ତ କରିଥିଲ। ଫଳ ସ୍ୱରୂପ ତୁମ୍ଭେମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଜୀବନଯାପନ କରୁଥିଲ। ଠିକ୍ ସେହିଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତେବେ ତୁମ୍ଭେମାନେ କେବଳ ପରମେଶ୍ୱରଙ୍କ ପାଇଁ ବଞ୍ଚିବ।
ତୁମ୍ଭର ଅବସର ଦିନକୁ ମୃତ ଲୋକର ଶୋକ ଦିବସରେ ପରିଣତ କରାଇବା ଏବଂ ତୁମ୍ଭର ସମସ୍ତ ସଙ୍ଗୀତ ମୃତ ଲୋକଙ୍କ ବିଳାପରେ ପରିଣତ ହେବ। ଆମ୍ଭେ ସମସ୍ତଙ୍କୁ ଦୁଃଖ ବସ୍ତ୍ର ପରିଧାନ କରାଇବା ଓ ସମସ୍ତଙ୍କର ମସ୍ତକକୁ ଲଣ୍ତା କରାଇବା। ଗୋଟିଏ ଲୋକର ଏକମାତ୍ର ସନ୍ତାନର ମୃତ୍ୟୁରେ ଯେପରି ଆକୁଳ କ୍ରନ୍ଦନ କରାଯାଏ ସେହିପରି କରୁଣ ବିଳାପ କରାଇବା। ଏହା ଅତି ଦୁଃଖର ଅନ୍ତିମ ପରିଣତି ହେବ।”