ଲେବୀୟ ପୁସ୍ତକ 14:13 - ପବିତ୍ର ବାଇବଲ13 ତା'ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର। Gade chapit laଓଡିଆ ବାଇବେଲ13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।