Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:17 - ପବିତ୍ର ବାଇବଲ

17 ପୁଣି ଯାଜକ ଆପଣା ବାମ ପାପୁଲିରେ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। ଯେଉଁଠାରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;

Gade chapit la Kopi




ଲେବୀୟ ପୁସ୍ତକ 14:17
10 Referans Kwoze  

ପରମେଶ୍ୱର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହେବା ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁ ଖ୍ରୀଷ୍ଟଙ୍କ ରକ୍ତ ଦ୍ୱାରା ପବିତ୍ର ହୋଇ ତୁମ୍ଭେ ଯେପରି ପରମେଶ୍ୱରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଗ୍ଭହିଁଥିଲେ। ଈଶ୍ୱରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବର୍ତ୍ତୁ।


ବାକ୍ୟ (ଖ୍ରୀଷ୍ଟ) ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କଠାରୁ ଆଶୀର୍ବାଦ ଉପରେ ଆଶୀର୍ବାଦ ପାଇଅଛୁ।


ଏବଂ ମୁଁ ତୁମ୍ଭମାନଙ୍କ ଅନ୍ତରରେ ମୋର ଆତ୍ମା ସ୍ଥାପନ କରିବି। ଏବଂ ମୁଁ ତୁମ୍ଭମାନଙ୍କୁ ପରିବର୍ତ୍ତନ କରିବି ଯେପରି ତୁମ୍ଭେମାନେ ମୋର ନିୟମ ସକଳ ମାନିବ ଏବଂ ମୋର ଆଜ୍ଞାସବୁ ରଖିବାକୁ ଯତ୍ନବାନ ହେବ।


“ତା'ପରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ, ପୁଣି ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।


ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।


ତା'ପରେ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ବୁଡ଼ାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।


ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହାପାଇଁ ପ୍ରାୟଶ୍ଚିତ କରିବ।


ତା'ପରେ ମୋଶା ମେଷକୁ ବଧ କଲେ ଓ ତାହାର କିଛି ରକ୍ତ ନେଇ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ୱରରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।


Swiv nou:

Piblisite


Piblisite