Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:15 - ପବିତ୍ର ବାଇବଲ

15 “ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।

Gade chapit la Kopi

ଓଡିଆ ବାଇବେଲ

15 ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।

Gade chapit la Kopi




ଲେବୀୟ ପୁସ୍ତକ 16:15
15 Referans Kwoze  

କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।


ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।


ଦ୍ୱିତୀୟ ପରଦା ପଛ ପଟରେ ଯେଉଁ ବଖରାଟି ଥିଲା ତାହାକୁ ‘ମହାପବିତ୍ର ସ୍ଥାନ’ କୁହାଯାଉଥିଲା।


ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


ଆମ୍ଭର ସେହି ଭରସା ଗୋଟିଏ ଲଙ୍ଗର ଭଳି ନିଶ୍ଚିତ ଓ ସୁଦୃଢ଼। ଏହା ମନ୍ଦିରର ପରଦା ଆଢ଼ୁଆଳରେ ଥିବା ପବିତ୍ର ସ୍ଥାନରେ ପ୍ରବେଶ କରି ଆମ୍ଭର ଆତ୍ମାକୁ ସୁରକ୍ଷିତ ରଖେ।


ମହାଯାଜକ ଅନ୍ୟଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ୟ ଦୁର୍ବଳତା ଥିବା ହେତୁରୁ ସେ ମଧ୍ୟ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।


“ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।


ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।


ଯେଉଁ ଲୋକମାନେ ଉପାସନାସ୍ଥଳରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହନ୍ତି ସେମାନଙ୍କ ଉପରେ ଛେଳି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଉଥିଲା। ସେହି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।


ତା'ପରେ ସେ ଗୋବତ୍ସକୁ ଛାଉଣି ବାହାରକୁ ନେଇ ପୂର୍ବ ଗୋବତ୍ସ ପରି ତାକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ଏହା ସମଗ୍ର ଇସ୍ରାଏଲର ଲୋକମାନଙ୍କ ପାଇଁ ପାପାର୍ଥକ ନୈବେଦ୍ୟ।


ଆଉ ସେହି ଅଭିଷିକ୍ତ ଯାଜକ ସେହି ବଳିର ରକ୍ତରୁ କିଛି ସମାଗମ-ତମ୍ବୁ ମଧ୍ୟକୁ ଆଣିବ।


ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।


ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।


Swiv nou:

Piblisite


Piblisite