Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:16 - ପବିତ୍ର ବାଇବଲ

16 ଏହିରୂପେ ହାରୋଣ ମହାପବିତ୍ର ସ୍ଥାନକୁ ଶୌଚ କରିବ। ଇସ୍ରାଏଲ ଲୋକମାନଙ୍କ ଅଶୌଚ ଓ ପାପ ପାଇଁ ସେ ପ୍ରାୟଶ୍ଚିତ କରିବ। ହାରୋଣ ସମାଗମ-ତମ୍ବୁ ପାଇଁ ସେହିପରି କରିବ, କାରଣ ଏହା ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୌଚ ଓ ସେମାନଙ୍କ ଅଧର୍ମ, ଅର୍ଥାତ୍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରଇ ଯେଉଁ ସମାଗମ-ତମ୍ଵୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ଇସ୍ରାଏଲ ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।

Gade chapit la Kopi




ଲେବୀୟ ପୁସ୍ତକ 16:16
12 Referans Kwoze  

ଆଉ ସେ ବାହାରକୁ ଆସି ସମ୍ମୁଖସ୍ଥିତ ଯଜ୍ଞବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ କରିବ। ପୁଣି ଗୋବତ୍ସ ଓ ଛାଗର କିଛି ରକ୍ତ ନେଇ ଯଜ୍ଞବେଦିର ଶୃଙ୍ଗ ଉପରେ ଗ୍ଭରିଆଡ଼େ ଦେବ।


ତତ୍ପରେ ମୋଶା ତାକୁ ବଧ କଲେ ଓ ସେହି ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ଯଜ୍ଞବେଦିର ଗ୍ଭରିଆଡ଼େ ଶିଙ୍ଗ ଉପରେ ଦେଇ ଯଜ୍ଞବେଦିକି ପାପ ମୁକ୍ତ କଲେ। ଆଉ ଯଜ୍ଞବେଦି ମୂଳରେ ସେହି ରକ୍ତକୁ ଢାଳି ଦେଲେ। ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ପାଇଁ ସେ ଏହାକୁ ପବିତ୍ର କଲେ।


ମୁଁ ଯାଇ ତୁମ୍ଭ ପାଇଁ ସ୍ଥାନ ପ୍ରସ୍ତୁତ କଲା ପରେ ଫେରି ଆସିବି। ତା'ପରେ ତୁମ୍ଭକୁ ମୋ’ ସହିତ ନେଇଯିବି। ମୁଁ ଯେଉଁଠାରେ ରହିବି ତୁମେମାନେ ମଧ୍ୟ ସେଠାରେ ମୋ’ ସହିତ ରହିପାରିବ।


ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।


“ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ଯଜ୍ଞବେଦିର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ୟବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରତ୍ୟେକ ବର୍ଷ ଏହା କରିବା ଉଚିତ୍। ଏହି ଯଜ୍ଞବେଦି ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।”


“ସେହି ସମୟରେ ହାରୋଣ ପ୍ରାୟଶ୍ଚିତ କରିବା ପାଇଁ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେ ନିଜ ପାଇଁ ନିଜ ଘର ପାଇଁ ଓ ଇସ୍ରାଏଲର ସମସ୍ତ ସମାଜ ପାଇଁ ଯେପର୍ଯ୍ୟନ୍ତ ପ୍ରାୟଶ୍ଚିତ କରି ନାହାନ୍ତି ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମଣିଷ ରହିବେ ନାହିଁ।


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପାପରୁ ପ୍ରାୟଶ୍ଚିତ୍ତର ଦିନ ହେବ। ସେଦିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।


ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କାର୍ଯ୍ୟ କଲେ।


ହୋମବଳି ଓ ପେୟନୈବେଦ୍ୟ ଛଡ଼ା, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବ।


Swiv nou:

Piblisite


Piblisite