Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:21 - ପବିତ୍ର ବାଇବଲ

21 ପୁଣି ହାରୋଣ ସେହି ଜିଅନ୍ତା ଛାଗର ମସ୍ତକରେ ଆପଣା ଦୁଇହସ୍ତ ରଖି ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ। ଆଉ ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପୂର୍ବରୁ ପ୍ରସ୍ତୁତ ଥିବା ଲୋକ ହସ୍ତରେ ତାହାକୁ ମରୁଭୂମିକୁ ପଠାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ ଓ ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ଵୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହା ସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ହାରୋଣ ସେହି ଜୀଅନ୍ତା ଛାଗର ମସ୍ତକରେ ଆପଣା ଦୁଇ ହସ୍ତର ନିର୍ଭର ଦେଇ ତାହା ଉପରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ଅପରାଧ, ସମସ୍ତ ଅଧର୍ମ ଓ ସମସ୍ତ ପାପ ସ୍ୱୀକାର କରିବ; ଆଉ, ତାହାସବୁ ସେହି ଛାଗର ମସ୍ତକରେ ଅର୍ପଣ କରି ପ୍ରସ୍ତୁତ ଥିବା ମନୁଷ୍ୟ ହସ୍ତରେ ତାହାକୁ ପ୍ରାନ୍ତରକୁ ପଠାଇଦେବ।

Gade chapit la Kopi




ଲେବୀୟ ପୁସ୍ତକ 16:21
16 Referans Kwoze  

ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।


ମାତ୍ର ଆମ୍ଭେମାନେ ସମସ୍ତେ ମେଷପଲ ସଦୃଶ ବିପଥରେ ବୁଲିଲୁ। ଆମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପଥରେ ଯାଇଅଛୁ। ଆମ୍ଭ ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ପାପର ବୋଝ ମୁଣ୍ଡରେ ନେଇ ଯାଇଛନ୍ତି।


ମୁଁ ଜାଣେ ମୁଁ ପାପ କରିଛି। ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।


ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରେ ପ୍ରାର୍ଥନା କରୁଥିଲେ ଓ ତାଙ୍କର ଦୋଷ ସ୍ୱୀକାର କରୁଥିଲେ। ଏହି ସମୟରେ ସେ ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ନତମସ୍ତକ ହୋଇ କ୍ରନ୍ଦନ କରୁଥିଲେ। ଏଜ୍ରା ଏପରି କରୁଥିବା ସମୟରେ ଦଳେ ଲୋକ ଇସ୍ରାଏଲର ପୁରୁଷମାନେ, ସ୍ତ୍ରୀମାନେ ଓ ପିଲାମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଘେରି ରହିଥିଲେ। ସେହି ଇସ୍ରାଏଲୀୟମାନେ ମଧ୍ୟ ଅତିଶୟ କ୍ରନ୍ଦନ କରୁଥିଲେ।


ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।


ଯେ ଆପଣା ଅଧର୍ମ ଆଚ୍ଛାଦନ କରେ, ସେ ମଙ୍ଗଳ ପାଏ ନାହିଁ। ମାତ୍ର ଯେଉଁ ଲୋକ ତାହା ସ୍ୱୀକାର କରି ତାକୁ ପରିତ୍ୟାଗ କରେ, ସେ ଦୟା ପାଇବ।


କିନ୍ତୁ ତା'ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି। ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି। ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ। ସେଲା


“ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି।


“ତା'ପରେ ସେହି ବାଛୁରିକୁ ସମାଗମ-ତମ୍ବୁ ନିକଟକୁ ଆଣ। ହାରୋଣ ଏବଂ ତା'ର ପୁତ୍ରମାନେ ସେହି ଗୋବତ୍ସ ମସ୍ତକରେ ହାତ ରଖିବେ।


ତେଣୁ ଯଦି କେହି ଏହି ବିଷୟଗୁଡ଼ିକ ମଧ୍ୟରୁ କୌଣସି ଗୋଟିକରେ ଦୋଷୀ ହୁଏ, ତେବେ ସେ ନିଜର ସେ ପାପକର୍ମ ସ୍ୱୀକାର କରିବ।


ପୁଣି ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ। ତାହାହେଲେ ସେହି ବଳି ତାହାର ପ୍ରାୟଶ୍ଚିତ ରୂପେ ଗ୍ରାହ୍ୟ ହେବ।


“ଏହି ପ୍ରକାରେ ସେ ମହାପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।


ତହୁଁ ସେହି ଛାଗ ସେମାନଙ୍କର ସମସ୍ତ ଅପରାଧ ଆପଣା ମସ୍ତକରେ ବହନ କରି ସେହି ଜନଶୂନ୍ୟ ଦେଶକୁ ନେଇଯିବ। ତାକୁ ନେଇଥିବା ଲୋକଟି ସେହି ସ୍ଥାନରେ ସେ ଛାଗକୁ ଛାଡ଼ିଦେବ।


Swiv nou:

Piblisite


Piblisite