Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:4 - ପବିତ୍ର ବାଇବଲ

4 ହାରୋଣ ଜଳରେ ନିଜର ଶରୀରକୁ ଧୌତ କରି ପବିତ୍ର ଶୁଭ୍ର ଜାମା ପିନ୍ଧିବେ, ଦେହରେ ଶୁଭ୍ର ଜଙ୍ଘିଆ ଧାରଣ କରିବେ, ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବେ ଓ ଶୁଭ୍ର ପଗଡ଼ି ମୁଣ୍ଡରେ ପିନ୍ଧିବେ। ଏସବୁ ପବିତ୍ର ବସ୍ତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେ ପବିତ୍ର ଶୁଭ୍ର ଜାମା ପିନ୍ଧିବ ଓ ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ ଓ ଶୁଭ୍ର କଟିବନ୍ଧନୀ କଟିରେ ବାନ୍ଧିବ ଓ ଶୁଭ୍ର ପାଗରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏହେତୁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।

Gade chapit la Kopi

ଓଡିଆ ବାଇବେଲ

4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।

Gade chapit la Kopi




ଲେବୀୟ ପୁସ୍ତକ 16:4
23 Referans Kwoze  

ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲା ସମୟରେ ସେମାନେ ଧୋଇ ହେବା ଉଚିତ୍, ଯାହାଫଳରେ ସେମାନେ ମରିବେ ନାହିଁ। ଆଉ ମଧ୍ୟ ସେମାନେ ଯାଜକର କର୍ମ କରିବା ନିମନ୍ତେ ଯେତେବେଳେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ପାଇଁ ବେଦି ପାଖକୁ ଯିବେ,


ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


ଯାଜକଗଣ ପୋଷାକ ଓ ଜଙ୍ଘିଆ ପରିଧାନ କରିବା ଉଚିତ୍, ଆଉ ସେ ହୋମବଳିର ଭସ୍ମ ସଂଗ୍ରହ କରିବା ଉଚିତ୍ ଓ ଯଜ୍ଞବେଦି ପାର୍ଶ୍ୱରେ ରଖିବା ଉଚିତ୍।


ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।


ସେହି ସନ୍ତାନମାନେ ରକ୍ତମାଂସ ବିଶିଷ୍ଟ ଶରୀର ଧାରଣ କରିଛନ୍ତି। ଅତଏବ ଯୀଶୁ ସେମାନଙ୍କ ଭଳି ରକ୍ତ ମାଂସର ଶରୀର ଧାରଣ କଲେ। ସେହିପରି କରିବା ଦ୍ୱାରା, ଯୀଶୁ ମୃତ୍ୟୁ ଶକ୍ତିର ନିଦାନ ଶୟତାନକୁ ବିନଷ୍ଟ କଲେ।


ସେ ପରମେଶ୍ୱରଙ୍କ ସହିତ ଥିବା ନିଜ ସ୍ଥାନକୁ ଛାଡ଼ି ଦାସ ରୂପ ଗ୍ରହଣ କରିଥିଲେ। ସେ ମାନବ ରୂପରେ ଜନ୍ମ ଗ୍ରହଣ କରି ଦାସ ଭଳି ହେଲେ। ମନୁଷ୍ୟ ଭାବରେ ଜୀବନଯାପନ କଲାବେଳେ,


ସ୍ୱର୍ଗଦୂତ ମରିୟମଙ୍କୁ କହିଲେ, “ପବିତ୍ରଆତ୍ମା ତୁମ୍ଭ ପାଖକୁ ଆସିବେ, ସର୍ବୋପରିସ୍ଥ ପରମେଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବରଣ କରିବ। ଏହିଭଳି ଭାବରେ ଜନ୍ମଗ୍ରହଣ କରୁଥିବା ବାଳକ ପବିତ୍ର ହେବେ। ସେ ପରମେଶ୍ୱରଙ୍କ ପୁତ୍ରଭାବରେ ଖ୍ୟାତ ହେବେ।


କାରଣ ସେ ତାହାଙ୍କ ଦୃଷ୍ଟିରେ ଗ୍ଭରା ତୁଲ୍ୟ ଓ ଶୁଷ୍କ ଭୂମିରେ ଉତ୍ପନ୍ନ ମୂଳତୁଲ୍ୟ ବଢ଼ିଲେ। ତାଙ୍କର ଐଶ୍ୱର୍ଯ୍ୟ କି ରୂପ, ଯାହାକୁ ଆମ୍ଭେ ଦେଖି ପାରିବା, ତାଙ୍କର ସୌନ୍ଦର୍ଯ୍ୟ ନାହିଁ, ଯାହା ଆମ୍ଭକୁ ଆକର୍ଷଣ କରିବ।


ତା'ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ।


“ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ସମାଗମ-ତମ୍ବୁର ଦ୍ୱାର ଦେଶକୁ ଆଣ। ତାଙ୍କୁ ପାଣିରେ ସ୍ନାନ କରାଅ।


“ଏହା ପରେ ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ ପବିତ୍ର ସମାଗମ-ତମ୍ବୁ ସ୍ଥାନର ଦ୍ୱାର ଦେଶକୁ ଆଣ। ସେମାନଙ୍କୁ ଗାଧୋଇ ଦିଅ।


“ତୁମ୍ଭର ଭାଇ ହାରୋଣଙ୍କ ପାଇଁ ପବିତ୍ର ବସ୍ତ୍ର ତିଆରି କର। ସେହି ବସ୍ତ୍ର ପିନ୍ଧିଲେ ସେ ସମ୍ମାନ ପାଇବେ ଓ ସୁନ୍ଦର ଦିଶିବେ।


“ତା'ପରେ ହାରୋଣ ସମାଗମ-ତମ୍ବୁକୁ ଆସିବ। ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢ଼ି ଦେବ। ସେ ସେଗୁଡ଼ିକୁ ସମାଗମ-ତମ୍ବୁରେ ଛାଡ଼ିଦେବ।


“ପୁଣି ପିତା ବଦଳରେ ଯେଉଁ ପୁତ୍ର ମହାଯାଜକତ୍ୱ ପଦରେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ମହାଯାଜକ ପ୍ରାୟଶ୍ଚିତ କରିବ। ଆଉ ସେ ଶୁଭ୍ରବସ୍ତ୍ର ଅର୍ଥାତ୍ ପବିତ୍ର ବସ୍ତ୍ରସବୁ ପିନ୍ଧିବ।


ତା'ପରେ ମୁଁ ଦେଖିଲି, ଉତ୍ତର ଦିଗସ୍ଥ ଉଚ୍ଚ ଫାଟକରୁ ଛଅଜଣ ପୁରୁଷ ଆସିଲେ। ସେମାନଙ୍କର ପ୍ରତ୍ୟେକଙ୍କର ହସ୍ତରେ ବିନାଶକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲା। ତାହାର ପାର୍ଶ୍ୱରେ ଲେଖକର କାଳି ଦୁଆତ ଥିଲା। ଏବଂ ସେମାନେ ମନ୍ଦିର ଭିତରକୁ ଆସିଲେ ଓ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।


ପୁଣି ସେମାନେ ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବା ପୂର୍ବରୁ, ସେମାନେ ଉପାସନା ସମୟରେ ବ୍ୟବହୃତ ବସ୍ତ୍ର କାଢ଼ି ଦେବା ଉଚିତ୍ ଏବଂ ପବିତ୍ର କୋଠରୀରେ ସେଗୁଡ଼ିକୁ ରଖିବେ। ଲୋକମାନେ ଯେପରି ସେହି ପବିତ୍ର ବସ୍ତ୍ର ନ ଛୁଇଁବେ, ସେଥିପାଇଁ ସେମାନେ ଅନ୍ୟ ବସ୍ତ୍ର ପରିଧାନ କରିବେ।


କିମ୍ବା ହଜାଇଥିବା ଦ୍ରବ୍ୟ ପାଇଁ ସେହି ବିଷୟରେ ଅସତ୍ୟ ବ୍ୟବହାର କରେ ଓ ମିଥ୍ୟା କହି ଶପଥ କରେ, ଏହି ପ୍ରକାର ଯେକୌଣସି କର୍ମରେ ମନୁଷ୍ୟ ପାପ କରେ,


Swiv nou:

Piblisite


Piblisite