Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:6 - ପବିତ୍ର ବାଇବଲ

6 ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥିରେ ପ୍ରାୟଶ୍ଚିତ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଓଡିଆ ବାଇବେଲ

6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।

Gade chapit la Kopi




ଲେବୀୟ ପୁସ୍ତକ 16:6
12 Referans Kwoze  

କିନ୍ତୁ ଦ୍ୱିତୀୟ ବଖରା ଭିତରକୁ କେବଳ ବର୍ଷରେ ଥରେ ମହାଯାଜକ ଯାଇ ପାରୁଥିଲେ। ମହାଯାଜକ ଉତ୍ସର୍ଗ କରିବାର ରକ୍ତ ନ ନେଇ କଦାପି ସେଠାରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସେହି ରକ୍ତ ପରମେଶ୍ୱରଙ୍କୁ ଅର୍ପଣ କରୁଥିଲେ।


ତା'ପରେ ମୋଶା ହାରୋଣଙ୍କୁ କହିଲେ, “ଯଜ୍ଞବେଦି ନିକଟକୁ ଆସ ଓ ଲୋକମାନଙ୍କ ଦ୍ୱାରା କରାଯାଇଥିବା ପାପର ପ୍ରାୟଶ୍ଚିତ ପାଇଁ ପାପାର୍ଥକ ବଳି ଓ ହୋମବଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାୟଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦେଇଛନ୍ତି।”


ସେ ଅନ୍ୟ ଯାଜକମାନଙ୍କ ଭଳି ନୁହନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ୟକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସେମାନଙ୍କୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।


ସାତ ଦିନ ପରେ ଅଷ୍ଟମ ଦିନରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ବଳି ଓ ସହଭାଗିତାର ବଳି ଉତ୍ସର୍ଗ କରିବେ। ତା'ପରେ ମୁଁ ତୁମ୍ଭକୁ ଗ୍ରହଣ କରିବି।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।


ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ‘ସାଦୋକ ବଂଶଜାତ ଯେଉଁ ଲେବୀୟ ଯାଜକଗଣ ଆମ୍ଭର ପରିଚର୍ଯ୍ୟା କରିବା ପାଇଁ ଆମ୍ଭର ନିକଟବର୍ତ୍ତୀ ଅଟନ୍ତି ସେମାନଙ୍କୁ ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ଗୋଟିଏ ଯୁବା ବୃଷଭ ଦେବ।


ଆୟୁବ ଉତ୍ସବ ପରଦିନ ପ୍ରାତଃକାଳରୁ ଶଯ୍ୟା ତ୍ୟାଗ କରି ତା'ର ପ୍ରତ୍ୟେକ ପୁଅର ମଙ୍ଗଳ ପାଇଁ ପରମେଶ୍ୱରଙ୍କ ନିକଟରେ ହୋମବଳି ଅର୍ପଣ କରୁଥିଲା। ସେ ଭାବୁଥିଲା, “ମୋ’ ପିଲାମାନେ ହୁଏତ ହୃଦୟରେ ପାପ କରି ପରମେଶ୍ୱରଙ୍କୁ ଶାପ ଦେଇଥାଇ ପାରନ୍ତି।” ଆୟୁବ ପ୍ରତ୍ୟେକ ଥର ଏପରି କଲା।


ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।


“ହାରୋଣ ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ପୂର୍ବରୁ ପ୍ରାୟଶ୍ଚିତର ଦିନ ପାପାର୍ଥକ ବଳିରୂପେ ଏକ ଗୋବତ୍ସ ଓ ହୋମବଳି ରୂପେ ଏକ ମେଷଛୁଆ ପ୍ରାୟଶ୍ଚିତ ଦିନ ଉତ୍ସର୍ଗ କରିବ।


“ତା'ପରେ ହାରୋଣ ଦୁଇଟି ଛାଗ ସମାଗମ-ତମ୍ବୁର ଦ୍ୱାର ଦେଶରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ।


Swiv nou:

Piblisite


Piblisite