Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 17:9 - ପବିତ୍ର ବାଇବଲ

9 ତେବେ ସେ ସେହି ବଳିଦାନ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ। ଯଦି ସେ ତାହା ନ କରିବ ତେବେ ସେ ନିଜ ଲୋକମାନଙ୍କଠାରୁ ପୃଥକ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ଵୁଦ୍ଵାରକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।

Gade chapit la Kopi




ଲେବୀୟ ପୁସ୍ତକ 17:9
6 Referans Kwoze  

ସେହି ଲୋକ ସେହି ପ୍ରାଣୀକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ ଓ ସେହି ପ୍ରାଣୀର ଏକ ଅଂଶ ଉପହାର ସ୍ୱରୂପ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ। ସେ ଯଦି ତାହା ନ କରେ ତେବେ ରକ୍ତପାତର ଅପରାଧରେ ଅପରାଧୀ ହେବ। ସେ ରକ୍ତପାତ ଅପରାଧ ଯୋଗୁଁ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।


“ତୁମ୍ଭେମାନେ ମାଟିରେ ଏକ ସ୍ୱତନ୍ତ୍ର ଯଜ୍ଞବେଦି ମୋ’ ପାଇଁ ନିର୍ମାଣ କରିବ ଏବଂ ତୁମ୍ଭମାନଙ୍କ ମେଷ ଓ ଗୋରୁଗାଈରୁ ସେଠାରେ ହୋମବଳି, ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ। ମୁଁ ତୁମ୍ଭମାନଙ୍କୁ ସବୁଠାରେ ଆଶୀର୍ବାଦ କରିବା ପାଇଁ ଆସିବି ଯେଉଁଠାରେ ତୁମ୍ଭେମାନେ ମୋତେ ସ୍ମରଣ କରିବ।


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


ଯଦି ସେ ନୈବେଦ୍ୟ ରୂପେ ମେଷ ଉତ୍ସର୍ଗ କରେ ତେବେ ସେ ନିଶ୍ଚିତ ସଦାପ୍ରଭୁ ପରମେଶ୍ୱରଙ୍କ ସମ୍ମୁଖକୁ ତାକୁ ଆଣିବ।


“ତୁମ୍ଭେ ସବୁ ଲୋକଙ୍କୁ କହିବ, ଇସ୍ରାଏଲ ବଂଶଜାତ କୌଣସି ଲୋକ କିମ୍ବା ଭ୍ରମଣକାରୀ କିମ୍ବା କୌଣସି ବିଦେଶୀ ଲୋକ ଯେବେ ହୋମବଳି କି ବଳିଦାନ କରେ,


ଯଦି ଜଣେ ଲୋକ ଏହି ତୈଳ ପରି ସୁଗନ୍ଧି ତିଆରି କରେ, ଏବଂ ଯଦି ଅଯୋଗ୍ୟ ବ୍ୟକ୍ତିକୁ ଦିଆଯାଏ, ତାକୁ ଏହି ଲୋକମାନଙ୍କଠାରୁ ଅଲଗା କରାଯିବ।”


Swiv nou:

Piblisite


Piblisite