Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:27 - ପବିତ୍ର ବାଇବଲ

27 “ତୁମ୍ଭେମାନେ ନିଜ ନିଜ ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ କିମ୍ବା ନିଜ ନିଜ ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ତନ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ତୁମ୍ଭେମାନେ ଆପଣା ଆପଣା ମସ୍ତକର କୋଣସବୁ ଗୋଲାକାର କରିବ ନାହିଁ, କିଅବା ଆପଣା ଆପଣା ଦାଢ଼ିର କୋଣ ମୁଣ୍ଡନ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 19:27
11 Referans Kwoze  

“ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସନ୍ତାନ, ଯେତେବେଳେ ଜଣେ ମରି ଯାଉଛି ତୁମ୍ଭର ଦୁଃଖ ଜଣାଇବା ପାଇଁ ତୁମ୍ଭେ ତୁମ୍ଭର ଶରୀର କାଟି ପକାଇବ ନାହିଁ କିଅବା ଭୃଲତାର ମଧ୍ୟସ୍ଥଳ କ୍ଷୌର ହେବ ନାହିଁ।


“ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ।


“ଏହି ଯାଜକଗଣ ସେମାନଙ୍କର ମସ୍ତକ ନିଶ୍ଚୟ କ୍ଷୌର କରିବେ ନାହିଁ। କିମ୍ବା ସେମାନଙ୍କର କେଶକୁ ଲମ୍ବା ହେବାକୁ ଦେବେ ନାହିଁ। ସେମାନେ କେବଳ ସେମାନଙ୍କର କେଶ କର୍ତ୍ତନ କରିବା ଉଚିତ୍।


ସମସ୍ତେ ମସ୍ତକ ମୁଣ୍ଡନ କରିଛନ୍ତି ଓ ଦାଢ଼ି କ୍ଷୌର ହୋଇଛନ୍ତି। ପ୍ରତ୍ୟେକଙ୍କର ହାତ କାଟି ରକ୍ତାକ୍ତ ହୋଇଅଛି ଓ ପ୍ରତ୍ୟେକ କଟିଦେଶରେ ଚଟବସ୍ତ୍ର ପରିଧାନ କରିଛନ୍ତି।


“ଏହି ଦେଶରେ ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ମରିବେ। ସେମାନଙ୍କୁ କେହି କବର ଦେବେ ନାହିଁ କିଅବା ସେମାନଙ୍କ ପାଇଁ କେହି ବିଳାପ କରିବେ ନାହିଁ। ସେମାନଙ୍କ ପାଇଁ କେହି ଦୁଃଖରେ ଆପଣା ଶରୀରରେ ଅସ୍ତ୍ରାଘାତ ଓ ମସ୍ତକ ମୁଣ୍ଡନ କରିବେ ନାହିଁ।


ରାଜ ପରିବାର ଓ ଦୀବୋନର ଲୋକମାନେ ପୂଜା ସ୍ଥଳୀକୁ ରୋଦନ କରିବାକୁ ଯାଇଛନ୍ତି। ମୋୟାବର ଲୋକମାନେ ନେବୋ ଓ ମେଦବା ପାଇଁ କାନ୍ଦୁଛନ୍ତି। ସେମାନଙ୍କର ଦୁଃଖ ଭାବ ଜଣାଇବା ପାଇଁ ମସ୍ତକ ଲଣ୍ଡା କରିଛନ୍ତି ଓ ଦାଢ଼ି କାଟିଅଛନ୍ତି।


ଏବଂ ସେମାନେ ଚଟବସ୍ତ୍ର ପରିଧାନ କରିବେ। ସେମାନେ ଭୟରେ ଥରିବେ। ସମସ୍ତଙ୍କର ମୁଖ ଲଜ୍ଜାରେ ଆଚ୍ଛାଦିତ ହେବ ଓ ଦୁଃଖର ଚିହ୍ନ ସ୍ୱରୂପ ସେମାନେ ସେମାନଙ୍କର ମସ୍ତକ ଲଣ୍ଡିତ କରିବେ।


ପୁଣି ତୁମ୍ଭେମାନେ ମୃତ ଲୋକ ପାଇଁ ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବ ନାହିଁ କିମ୍ବା ଦେହରେ ଚିତା କୁଟାଇବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।


ତେଣୁ ହାନୂନ୍ ଦାଉଦଙ୍କ ଦାସମାନଙ୍କୁ ବନ୍ଦୀ କଲେ ଓ ସେମାନଙ୍କ ଦାଢ଼ି କାଟି ପକାଇଲେ। ଆହୁରି ମଧ୍ୟ, ହାନୂନ୍ ସେମାନଙ୍କ ନିତମ୍ବ ନିକଟରୁ ବସ୍ତ୍ର କାଟି ପକାଇଲେ। ଏହା ପରେ ସେ ସେମାନଙ୍କୁ ପଠାଇ ଦେଲେ।


ସଦାପ୍ରଭୁ କହନ୍ତି ଦେଖ, “ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି।


Swiv nou:

Piblisite


Piblisite