Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:34 - ପବିତ୍ର ବାଇବଲ

34 ତୁମ୍ଭେମାନେ ସ୍ୱଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କରିବ। ତୁମ୍ଭେ ସେମାନଙ୍କୁ ଆତ୍ମତୁଲ୍ୟ ପ୍ରେମ କରିବ। କାରଣ ମିଶର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଯେପରି ତୁମ୍ଭମାନଙ୍କର ସ୍ଵଦେଶୀୟ ଲୋକ; ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 19:34
12 Referans Kwoze  

ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିଶର ଦେଶରେ ବିଦେଶୀ ଥିଲ।


ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ୱେଷ କରିବ ନାହିଁ। ବରଂ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବ, ଆମ୍ଭେ ସଦାପ୍ରଭୁ।


“ତୁମ୍ଭେ ଶୁଣିଛ ଯେ ଏ କଥା କୁହାଯାଇଛି: ‘ତୁମ୍ଭର ପଡ଼ୋଶୀଙ୍କୁ ପ୍ରେମ କର ଓ ଶତ୍ରୁମାନଙ୍କୁ ଘୃଣା କର।’


“ମନେରଖ, ଅତୀତରେ ତୁମ୍ଭେମାନେ ମିଶରରେ ବିଦେଶୀ ରୂପେ ଥିଲ। ତେଣୁ ତୁମ୍ଭ ଦେଶରେ କୌଣସି ବିଦେଶୀକୁ ଠକିବ ନାହିଁ କିମ୍ବା ଆଘାତ କରିବ ନାହିଁ।


ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ଯିବ, ସଦାପ୍ରଭୁ ଆମ୍ଭମାନଙ୍କ ପ୍ରତି ଯେକୌଣସି ଉତ୍ତମ ଜିନିଷ ଦେବେ, ତାହା ଆମ୍ଭେମାନେ ତୁମ୍ଭ ସହିତ ବାଣ୍ଟ କରିବୁ।”


“ତୁମ୍ଭେମାନେ ଇଦୋମୀୟ ଲୋକମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ। କାରଣ ସେମାନେ ତୁମ୍ଭମାନଙ୍କର ଭାଇ ଅଟନ୍ତି ଏବଂ ତୁମ୍ଭେମାନେ ମିଶରୀୟମାନଙ୍କୁ ଘୃଣା କରିବା ଉଚିତ୍ ନୁହେଁ କାରଣ ତୁମ୍ଭେମାନେ ସେମାନଙ୍କ ଦେଶରେ ବିଦେଶୀପରି ବାସ କରୁଥିଲ।


ସଦାପ୍ରଭୁ ଆମ୍ଭ ଦେଶରେ ରହୁଥିବା ବିଦେଶୀମାନଙ୍କୁ ରକ୍ଷା କରନ୍ତି। ସେ ପିତୃହୀନ ଓ ବିଧବାଙ୍କର ଯତ୍ନ ନିଅନ୍ତି, ମାତ୍ର ସେ ଦୁଷ୍ଟମାନଙ୍କୁ ଧ୍ୱଂସ କରନ୍ତି।


“ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପିତାମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମୋର ବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।


ସେମାନଙ୍କ ତୃତୀୟ ପୁରୁଷ ପରେ, ସେମାନେ ସଦାପ୍ରଭୁଙ୍କ ସମାଜରେ ପ୍ରବେଶ କରି ପାରିବେ।


ଏହା ପରେ ଋତ ତାଙ୍କୁ ପ୍ରଣାମ କଲା। ସେ ବୋୟାଜଙ୍କୁ ପଗ୍ଭରିଲା, “ମୁଁ ଆଶ୍ଚର୍ଯ୍ୟ ହେଉଛି, ତୁମ୍ଭେ ତ ମୋତେ ଆଗରୁ କେବେବି ଦେଖି ନାହଁ। ମୁଁ ବିଦେଶୀନୀ ହେଲେବି ତୁମ୍ଭେ ମୋ’ ପ୍ରତି ଦୟା ଦେଖାଇ ଅଛ।”


ପୁଣି ତୁମ୍ଭେମାନେ ତୁମ୍ଭମାନଙ୍କ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଓ ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀମାନଙ୍କ ନିମନ୍ତେ ଓ ସେମାନଙ୍କଠାରୁ ଉତ୍ପନ୍ନ ସନ୍ତାନସନ୍ତତି ନିମନ୍ତେ ଓ ଉତ୍ତରାଧିକାରୀ ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ ଏବଂ ସେମାନେ ଇସ୍ରାଏଲ ଲୋକମାନେ ସ୍ୱଜନ୍ମସ୍ଥାନ ତୁଲ୍ୟ ବିବେଚିତ ହେବା ଉଚିତ୍। ସେମାନେ ମଧ୍ୟ କିଛି ଇସ୍ରାଏଲ ଭୂମିର ଉତ୍ତରାଧିକାରୀ ହେବା ଉଚିତ୍। ଇସ୍ରାଏଲ ପରିବାରବର୍ଗମାନଙ୍କ ମଧ୍ୟରୁ ସେମାନଙ୍କ ପାଇଁ ଭୂମି ପ୍ରାପ୍ତ କର।


Swiv nou:

Piblisite


Piblisite