Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:13 - ପବିତ୍ର ବାଇବଲ

13 ତୁମ୍ଭେ ସମସ୍ତ ଶସ୍ୟ ନୈବେଦ୍ୟରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ୱରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ୟ ନୈବେଦ୍ୟରେ ଦେବ। ଆଉ ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଏକ ଅଂଶ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟକୁ ତୁମ୍ଭ ପରମେଶ୍ଵରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 2:13
8 Referans Kwoze  

ପୁଣି ତୁମ୍ଭେ ସେସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ। ଆଉ ଯାଜକମାନେ ସେମାନଙ୍କ ଉପରେ ଲବଣ ଛିଞ୍ଚିବେ ଏବଂ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେସବୁକୁ ହୋମବଳି ଉତ୍ସର୍ଗ କରିବେ।


“ତୁମ୍ଭେମାନେ ସମଗ୍ର ପୃଥିବୀ ପାଇଁ ଲୁଣ ସଦୃଶ। କିନ୍ତୁ ଲୁଣ ଯଦି ନିଜେ ସ୍ୱାଦହୀନ ହୋଇଯାଏ, ତେବେ ତାକୁ ଆଉଥରେ ଲୁଣିଆ କରା ଯାଇ ନ ପାରେ। ଲୁଣ ଆପଣା ଲୁଣିଆ ସ୍ୱାଦ ହରାଇଲେ ଆଉ କୌଣସି କାମରେ ଲାଗିପାରିବ ନାହିଁ। ତାକୁ ବାହାରେ ଫିଙ୍ଗି ଦିଆଯିବ। ଲୋକେ ତାକୁ ପାଦରେ ଚକଟି ଗ୍ଭଲିଯିବେ।


କଥାବାର୍ତ୍ତା କଲାବେଳେ, ସବୁବେଳେ ଦୟାଭାବ ରଖ ଓ ବିବେକୀ ହୁଅ। ତେବେ ତୁମ୍ଭେମାନେ ସମସ୍ତଙ୍କୁ ଉଚିତ୍ ଉତ୍ତର ଦେବାକୁ ସକ୍ଷମ ହେବ।


ତୁମ୍ଭେମାନେ ଜାଣିବା ଉଚିତ୍ ଯେ, ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ଦାଉଦ ଓ ତାଙ୍କର ପୁତ୍ରମାନଙ୍କୁ ଚିରକାଳ ନିମନ୍ତେ ଇସ୍ରାଏଲର ରାଜା ହେବା ନିମନ୍ତେ ଅଧିକାର ଦେଇଥିଲେ। ପରମେଶ୍ୱର ଦାଉଦଙ୍କୁ ଲବଣ ଚୁକ୍ତି ସହିତ ଏହି ଅଧିକାର ପ୍ରଦାନ କରିଥିଲେ।


ଇସ୍ରାଏଲ ଲୋକମାନେ ଯେଉଁସବୁ ଦ୍ରବ୍ୟ ପବିତ୍ର କରି ଉତ୍ତୋଳନୀୟ ଉପହାରରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି, ସେ ସମସ୍ତ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ, ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ। ତୁମ୍ଭ ପାଇଁ ଓ ତୁମ୍ଭ ବଂଶପାଇଁ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ନିୟମ।”


ତାହା ସବୁ 100 ତାଳନ୍ତ ପର୍ଯ୍ୟନ୍ତ ରୂପା ଓ 100 ମହଣ ପର୍ଯ୍ୟନ୍ତ ଗହମ ଓ 100 ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।


ଏହିସବୁ ମିଶାଇ ସୁଗନ୍ଧି ପ୍ରସ୍ତୁତ କରିବା ପାଇଁ ଏକ ଧୂପକାରକକୁ ଆଣ। ଏଥିରେ ଲବଣ ମଧ୍ୟ ମିଶାଅ। ଏହା ତୁମ୍ଭ ପାଇଁ ଶୁଦ୍ଧ ଓ ପବିତ୍ର ଅଟେ।


Swiv nou:

Piblisite


Piblisite