Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:14 - ପବିତ୍ର ବାଇବଲ

14 “ପୁଣି ଯେବେ ତୁମ୍ଭେ ତୁମ୍ଭର ପ୍ରଥମଜାତ ଶସ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଶସ୍ୟ ନୈବେଦ୍ୟ ରୂପେ ଅଗ୍ନିରେ ଭଜା ତାଜା ଶସ୍ୟ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି ଯେବେ ତୁମ୍ଭେ ଆପଣା ପ୍ରଥମଜାତ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 2:14
16 Referans Kwoze  

“ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବୁ ତୁମ୍ଭେମାନେ ସେ ଦେଶରେ ପ୍ରବେଶ କରିବ। ଯେତେବେଳେ ତୁମ୍ଭେମାନେ ଶସ୍ୟ କାଟିବ, ସେତେବେଳେ ପ୍ରଥମ କଟା ଶସ୍ୟରୁ ଏକ ବିଡ଼ା ଯାଜକ ନିକଟକୁ ଆଣିବ।


ଏହି 144,000 ଜଣ ଲୋକମାନେ ସ୍ତ୍ରୀମାନଙ୍କ ସହିତ କୌଣସି ବ୍ୟଭିଗ୍ଭରପାପ କରି ନାହାନ୍ତି। ସେମାନେ ନିଜକୁ କୁମାରୀକନ୍ୟା ତୁଲ୍ୟ ପବିତ୍ର କରି ରଖିଛନ୍ତି। ମେଷଶାବକ ଯେଉଁ ଯେଉଁ ସ୍ଥାନକୁ ଯାଆନ୍ତି, ସେମାନେ ତାହାଙ୍କର ଅନୁସରଣ କରନ୍ତି। ଏହି 144,000 ଜଣ ମନୁଷ୍ୟଜାତି ମଧ୍ୟରୁ ମୁକ୍ତି ପାଇଛନ୍ତି। ସେମାନେ ପରମେଶ୍ୱର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଫଳ ସ୍ୱରୂପେ ଉତ୍ସର୍ଗୀକୃତ ହୋଇଛନ୍ତି।


କିନ୍ତୁ ବାସ୍ତବ କଥା ଏହି ଯେ, ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ଉ‌ତ୍‌‌ଥିତ କରାଯାଇଛି। ସେ ହେଉଛନ୍ତି ମୃତ ବିଶ୍ୱାସୀମାନଙ୍କ ମଧ୍ୟରୁ ଉ‌ତ୍‌‌ଥିତ ପ୍ରଥମ ଫଳ ସ୍ୱରୂପ।


“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।


“ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ସେମାନେ ମୋର ନୈବେଦ୍ୟ ମୋର ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମୋ’ ନିକଟକୁ ଆଣିବେ।


ଅନନ୍ତର ଜଣେ ଲୋକ ବାଲ୍-ଶାଲିଶାରୁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳରେ ରୋଟୀ ଅର୍ଥାତ୍ କୋଡ଼ିଏ ଯବ ରୋଟୀ ଓ ନୂତନ ଶସ୍ୟର ଶୀଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ଆପଣା ସେହି ଦେଶରେ ଭୂମିରୁ ଫଳିଥିବା ସମସ୍ତ ଫଳ ଓ ପରିବାରୁ ପ୍ରଥମଜାତ ଫଳ କିଛି କିଛି ରଖି ଗ୍ଭଙ୍ଗୁଡ଼ିରେ ତାହା ନେଇ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତାଙ୍କ ନାମ ସ୍ଥାପନାର୍ଥେ ତାଙ୍କର ମନୋନୀତ ସ୍ଥାନକୁ ତୁମ୍ଭେ ଯିବ।


“ପୁଣି ଯାଜକ ପ୍ରଥମଜାତ ଫଳର ରୋଟୀ ସହିତ ଦୁଇ ମେଷବତ୍ସ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟରୂପେ ଦୋଳାଇବ। ତାହା ସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


“ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରଶଂସାର୍ଥେ ବଳିଦାନ ଉତ୍ସର୍ଗ କର, ତୁମ୍ଭେ ଏହା ଠିକ୍ ପଦ୍ଧତିରେ ଉତ୍ସର୍ଗ କରିବା ଉଚିତ୍ ଯାହା ଫଳରେ ତାହା ଗ୍ରାହ୍ୟ ହେବ।


କିଛି ସମୟ ପରେ, କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲା ଏବଂ ହେବଲ ନିଜର ପ୍ରଥମଜାତ ମେଷ ଆଣିଲା ଏବଂ ସେମାନଙ୍କର ସର୍ବୋତ୍ତମ ଅଂଶ ପରମେଶ୍ୱରଙ୍କୁ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲକୁ ଓ ତାହାର ନୈବେଦ୍ୟକୁ ଗ୍ରହଣ କଲେ।


ପୁଣି ତାହା ଉପରେ ତୈଳ ଦେବ ଓ ଲୋବାନି ରଖିବ। ତାହା ଶସ୍ୟ ନୈବେଦ୍ୟ ହେବ।


ତା'ପରେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରଣାର୍ଥକ ଅଂଶ ରୂପେ ଦ‌‌‌‌ଗ୍‌‌‌‌ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ।


ପୁଣି ଐଫାର ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ସେହି ଦିନ ଶସ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବା ଉଚିତ୍। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁବାସିତ ନୈବେଦ୍ୟ ହେବ, ଆଉ ଏକ ଚତୁର୍ଥାଂଶ ଦ୍ରାକ୍ଷାରସ ତହିଁର ପେୟନୈବେଦ୍ୟ ରୂପେ ଉତ୍ସର୍ଗ କରାଯିବ।


Swiv nou:

Piblisite


Piblisite