Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:2 - ପବିତ୍ର ବାଇବଲ

2 ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କର୍ପୂର ନେବ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠିଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ତତ୍-ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

Gade chapit la Kopi

ଓଡିଆ ବାଇବେଲ

2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।

Gade chapit la Kopi




ଲେବୀୟ ପୁସ୍ତକ 2:2
17 Referans Kwoze  

ଯାଜକ ସେହି ଶସ୍ୟ ନୈବେଦ୍ୟରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ ଲୋବାନ ନେଇ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନୈବେଦ୍ୟ ହେବ।


ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନୈବେଦ୍ୟ ରୂପେ ମୁଠାଏ ନେଇ ଯଜ୍ଞବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ନୈବେଦ୍ୟ ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ପାପରୁ ମୁକ୍ତ ହେବା ପାଇଁ ଏହା ପାପାର୍ଥକ ବଳି।


କର୍ଣ୍ଣୀଲିୟ ତାହାଙ୍କ ଆଡ଼କୁ ଗ୍ଭହିଁଲେ ଏବଂ ଭୟରେ କହିଲେ, “ମହାଶୟ, ଆପଣ କ’ଣ ଗ୍ଭହାନ୍ତି?” ସ୍ୱର୍ଗଦୂତ ତାହାଙ୍କୁ କହିଲେ, “ପରମେଶ୍ୱର ତୁମ୍ଭର ପ୍ରାର୍ଥନା ଶୁଣିଅଛନ୍ତି। ତୁମ୍ଭେ ଗରିବମାନଙ୍କୁ ଯେଉଁସବୁ ଦାନ ଦେଇଅଛ, ତାହା ମଧ୍ୟ ସେ ଦେଖିଅଛନ୍ତି। ତେଣୁ ସେ ତୁମ୍ଭକୁ ସ୍ମରଣ କହିଅଛନ୍ତି।


ଆଉ ରୋଟୀ ପରିବର୍ତ୍ତେ ସ୍ମରଣାର୍ଥକ ନୈବେଦ୍ୟରୂପେ ପ୍ରତି ଧାଡ଼ିର ଉପରେ ନିର୍ମଳ ସୁବାସିତ ଲୋବାନ୍ ଦେବ।


ପୁଣି ଯାଜକ ସେହି ଭଜା ଶସ୍ୟରୁ କିଛି ଅଂଶ ନେବା ଉଚିତ୍ ଓ ଯଜ୍ଞବେଦି ଉପରେ ଏହି ସ୍ମରଣାର୍ଥକ ଅଂଶ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ଅଟେ।


ଯେ ଗୋବଧ କରେ ସେ ନରହତ୍ୟାକାରୀ ପରି ହୁଏ, ଯେ ମେଷଶାବକ ବଳିଦାନ କରେ ଯେ କୁକୁରର ବେକ କାଟିଲା ଲୋକପରି ହୁଏ, ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକପରି ହୁଏ। ସେମାନେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସେମାନଙ୍କର ଆତ୍ମା ନିଜର ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ।


ତା'ପରେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ ଲୋବାନି ଗୋଟିଏ ସ୍ମରଣାର୍ଥକ ଅଂଶ ରୂପେ ଦ‌‌‌‌ଗ୍‌‌‌‌ଧ କରିବ। ଏହା ସଦାପ୍ରଭୁଙ୍କ ପ୍ରତି ଗୋଟିଏ ଉପହାର ଅଟେ।


ଏହା ପରେ ମୁଁ ଲେବୀୟମାନଙ୍କୁ ବିଶ୍ରାମ ଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ଜଗିବାକୁ ଆଜ୍ଞା କଲି। ହେ ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଶାଶ୍ୱତ ପ୍ରେମରେ ମୋତେ ରକ୍ଷା କର।


ହେ ମୋର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର। ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ବିଷୟ ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି ମୋର କୃତ ସେହି ସୁକର୍ମ ସବୁ ଲିଭାଇ ନ ଦିଅ।


ତହୁଁ ଯାଜକ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରିବ ଓ ସେହି ସ୍ତ୍ରୀର ମସ୍ତକର କେଶ ମୁକୁଳା କରି ସେହି ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ଯାହା ତା'ର ଦୋଷକୁ ଅନାବୃତ କରେ, ତାହାର ହସ୍ତରେ ଦେବ; ପୁଣି ଯାଜକ ଆପଣା ହସ୍ତରେ ଶାପ ଜନକ ତିକ୍ତ ଜଳ ରଖିବ ତାହା ଅଭିଶାପ ଆଣିବ।


ସେହି ଅର୍ଥକୁ ଇସ୍ରାଏଲ ଲୋକମାନଙ୍କ ପାଖରୁ ଏକତ୍ର କର। ଏହି ଅର୍ଥକୁ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ବିନିଯୋଗ କର। ଏହି ଦେୟ ତୁମ୍ଭମାନଙ୍କର ସଦାପ୍ରଭୁଙ୍କୁ ମନେ ରଖିବା ପାଇଁ ଏକ ମାଧ୍ୟମ ହେବ। ସେମାନେ ସେମାନଙ୍କର ଜୀବନ ପ୍ରାୟଶ୍ଚିତ ପାଇଁ ଏହା ଦାନ କରିବେ।”


ପୁଣି ସହଭାଗିତାର ନୈବେଦ୍ୟରୁ ନେଇଥିବା ମେଦତୁଲ୍ୟ ତାହାର ସମସ୍ତ ମେଦ ନେବ, ଆଉ ସେହି ଯାଜକ ସୁବାସିତ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ। ଏହିରୂପେ ଯାଜକ ପାପୀମାନଙ୍କୁ ପ୍ରାୟଶ୍ଚିତ କରାଇବ ଓ ସେଥିରେ ସେ ପରମେଶ୍ୱରଙ୍କ ଦ୍ୱାରା କ୍ଷମା ପ୍ରାପ୍ତ ହେବ।


“ଯଦି ସେ ଦୁଇଟି କପୋତ ଛୁଆ କିମ୍ବା ଦୁଇଟି ପାରା ଛୁଆ ଆଣିବାକୁ ଅସମର୍ଥ ହୁଏ ତେବେ ସେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବା ଉଚିତ୍, ସେଥିରେ ତୈଳ ଦେବା ଉଚିତ୍ ନୁହେଁ କି ସୁଗନ୍ଧି ଦେବା ଉଚିତ୍ ନୁହଁ କାରଣ ତାହା ପାପାର୍ଥକ ନୈବେଦ୍ୟ।


ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠାଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦ‌ଗ୍‌ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।


ମାତ୍ର ସେହି ଯାଜକ ଅନ୍ତ ଅଂଶ ଓ ଗୋଡ଼ ଜଳରେ ଧୌତ କରିବେ ତା'ପରେ ଯାଜକ ଯଜ୍ଞବେଦି ଉପରେ ତାକୁ ଦ‌‌‌‌ଗ୍‌‌‌‌ଧ କରିବେ ଓ ତାହା ଗୋଟିଏ ହୋମବଳି ହେବ। ଏବଂ ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ହେବ।


ମାତ୍ର ସେ ତା'ର ଅନ୍ତ୍ର ଅଂଶ ଓ ଗୋଡ଼ ଜଳରେ ଧୌତ କରିବ। ତା'ପରେ ଯାଜକ ସମ୍ପୂର୍ଣ୍ଣ ପଶୁଟିକୁ ଉତ୍ସର୍ଗ କରିବ ଓ ଏହାକୁ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ହେବ ସଦାପ୍ରଭୁଙ୍କ ପାଇଁ ଗୋଟିଏ ସୁବାସିତ ନୈବେଦ୍ୟ।


ତା'ପରେ ସେ ଯାଜକ ତା'ର ଦୁଇ ପକ୍ଷକୁ ଚିରିବ ମାତ୍ର ତାକୁ ଦୁଇ ଖଣ୍ଡ କରିବ ନାହିଁ। ତା'ପରେ ଯାଜକ ଏହାକୁ ସମ୍ପୂର୍ଣ୍ଣଭାବରେ ବେଦିରେ ଥିବା ଅଗ୍ନିକାଠ ମଧ୍ୟରେ ଦ‌‌‌‌ଗ୍‌‌‌‌ଧ କରିବ। ଏହି ହୋମବଳି ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ହେବ।


Swiv nou:

Piblisite


Piblisite