Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:24 - ପବିତ୍ର ବାଇବଲ

24 ମୁଁ ତୁମ୍ଭଙ୍କୁ କହିଲି, ସେମାନଙ୍କର ଭୂମି ତୁମ୍ଭେ ଅକ୍ତିଆର କରିବ, ମୁଁ କହିବି ଏହା ତୁମ୍ଭେ ଅକ୍ତିଆର କର। ଏହା ଗୋଟିଏ ଭୂମି ଯେଉଁଠାରେ ଦୁଧ ଓ ମଧୁ ବହି ଯାଉଥାଏ। “ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ଏବଂ ମୁଁ ଅନ୍ୟ ଦେଶଗୁଡ଼ିକଠାରୁ ତୁମ୍ଭମାନଙ୍କୁ ପୃଥକ କଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 20:24
17 Referans Kwoze  

କାହିଁକି ଜାଣ, କାରଣ ତୁମ୍ଭେମାନେ ଅନ୍ୟ ଲୋକମାନଙ୍କଠାରୁ ଭିନ୍ନ। ତୁମ୍ଭେମାନେ ସଦାପ୍ରଭୁଙ୍କର ପବିତ୍ର ଲୋକ। ପୃଥିବୀର ସମସ୍ତ ଲୋକମାନଙ୍କ ମଧ୍ୟରୁ ସେ ତୁମ୍ଭକୁ ପସନ୍ଦ କରିଛନ୍ତି।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।


ଆମ୍ଭେ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କ ସହ ମହତ୍ ପ୍ରତିଜ୍ଞା କରିଅଛୁ। ଆମ୍ଭେ ପ୍ରତିଜ୍ଞା କରିଅଛୁ ତୁମ୍ଭମାନଙ୍କୁ ସେହି ଭୂମି ଦେବା ପାଇଁ। ଏବଂ ତୁମ୍ଭମାନଙ୍କୁ ସେହି ଭୂମିକୁ ନେଇଯିବାକୁ। ଏହା ତୁମ୍ଭମାନଙ୍କର ହେବ। ଆମ୍ଭେ ସଦାପ୍ରଭୁ ଅଟୁ।”’


ଏବଂ ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବାକୁ ନିଷ୍ପତ୍ତି କରିଛୁ। ଆମ୍ଭେ ତୁମ୍ଭମାନଙ୍କୁ କିଣାନୀୟମାନଙ୍କ ହିତ୍ତୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ନେଇଯିବା।’


ଏଥିନିମନ୍ତେ ଆମ୍ଭେ ସେମାନଙ୍କୁ ମିଶରୀୟମାନଙ୍କଠାରୁ ରକ୍ଷା କରିବା ପାଇଁ ମର୍ତ୍ତ୍ୟକୁ ଯିବା। ଆମ୍ଭେ ସେମାନଙ୍କୁ ସେହି ଭୂମିରୁ ଏକ ଉତ୍ତମ ଭୂମିକୁ ନେଇଯିବା, ଯେଉଁଠାରେ ପ୍ରଚୁର ପରିମାଣରେ ଦୁ‌ଗ୍‌ଧ ଓ ମହୁର ବନ୍ୟା ଛୁଟୁଥିବ। ସେଠାରେ ସେମାନଙ୍କ ପାଇଁ କୌଣସି ଅସୁବିଧା ହେବ ନାହିଁ। ତୁମ୍ଭେ ସେଠାରେ ଅସୁବିଧାରୁ ମୁକ୍ତ ରହିବ। ସମସ୍ତ ଉତ୍ତମ ଦ୍ରବ୍ୟମାନ ମିଳିବ। ବହୁଦେଶୀୟ ଲୋକମାନେ ସେଠାରେ ବାସ କରୁଥିବେ। କିଣାନୀୟ, ହିତ୍ତୀୟ, ଇମୋରୀୟ, ପିରିଷୀୟ, ହିବ୍ବୀୟ ଓ ଯିବୂଷୀୟମାନେ ଯେଉଁ ସ୍ଥାନରେ ବାସ କରନ୍ତି ତୁମ୍ଭେମାନେ ସେହିଠାରେ ବାସ କରିବ।


ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ତେଣୁ ତୁମ୍ଭେମାନେ ଯେପରି ଆମ୍ଭର ହେବ ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭଙ୍କୁ ପୃଥକ କରିଅଛୁ।


କାରଣ ମୁଁ ଓ ତୁମ୍ଭର ସମସ୍ତ ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହର ପାତ୍ର ହୋଇଅଛୁ ଏହା ଆମ୍ଭେ କିପରି ଜାଣିବା? ଯଦି ତୁମ୍ଭେ ଆମ୍ଭ ସହିତ ଯାଅ, ଆମ୍ଭେମାନେ ନିଶ୍ଚିତ ଭାବରେ ଜାଣିବୁ। ଯେମନ୍ତ ଆମ୍ଭେ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କଠାରୁ ବିଶେଷ ଲୋକ ହେବା। ଯଦି ତୁମ୍ଭେ ଆମ୍ଭମାନଙ୍କ ସହିତ ନ ଯାଅ, ତେବେ ପୃଥିବୀର ଅନ୍ୟ ଲୋକମାନଙ୍କଠାରୁ ଆମ୍ଭେମାନେ ଭିନ୍ନ ନୋହୁଁ।”


କିନ୍ତୁ ତୁମ୍ଭେମାନେ ମନୋନୀତ ଲୋକ ଅଟ। ତୁମ୍ଭେମାନେ ରାଜାଙ୍କର ଯାଜକ। ତୁମ୍ଭେମାନେ ପବିତ୍ର ଜାତି ଅଟ। ତୁମ୍ଭେମାନେ ପରମେଶ୍ୱରଙ୍କ ଲୋକ। ପରମେଶ୍ୱର କରିଥିବା ଆଶ୍ଚର୍ଯ୍ୟ ଘଟଣାମାନ କହିବା ପାଇଁ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଛନ୍ତି। ସେ ଅନ୍ଧକାରରୁ ତୁମ୍ଭମାନଙ୍କୁ ତାହାଙ୍କର ଆଶ୍ଚର୍ଯ୍ୟ ଜନକ ଆଲୋକକୁ ଆଣିଛନ୍ତି।


କାରଣ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ମିଶରରୁ ବାହାର କରି ଆଣିବା ସମୟରେ ଆପଣା ଦାସ ମୋଶାଙ୍କୁ କହିଥିଲ ଯେ, ଏହି ଲୋକମାନେ ତୁମ୍ଭର ବିଶେଷ ଲୋକ ବୋଲି ତୁମ୍ଭେ ଅନ୍ୟ ସମସ୍ତ ଦେଶଠାରୁ ପୃଥକ କରିଅଛ।”


ମୁଁ ସେମାନଙ୍କୁ ପର୍ବତ ଶିଖରରୁ ଦେଖୁଅଛି। ମୁଁ ସେମାନଙ୍କୁ ଗିରି ଶ୍ରେଣିରୁ ଦେଖୁଅଛି। ସେମାନେ ନିଜ ପାଇଁ ବଞ୍ଚନ୍ତି। ସେମାନେ ନିଜକୁ ଦେଶର ଏକ ଅଂଶ ବୋଲି ବିବେଚନା କରନ୍ତି ନାହିଁ।


ତେଣୁ ତୁମ୍ଭେମାନେ ସେହି ଦୁ‌ଗ୍‌ଧମଧୁପ୍ରବାହୀ ଦେଶକୁ ଯାଅ କିନ୍ତୁ ମୁଁ ତୁମ୍ଭ ସହିତ ଯିବି ନାହିଁ। ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବି, ଯେହେତୁ ତୁମ୍ଭେମାନେ ଜି‌ଦ୍‌ଖୋର ଲୋକ।”


ଆଉ ଯେତେବେଳେ କିଣାନୀୟ, ହିତ୍ତୀୟ, ଇମୋରୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କର ଯେଉଁ ଉନ୍ନତ ଦେଶ ତୁମ୍ଭକୁ ଦେବାକୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କ ପାଖରେ ପ୍ରତିଜ୍ଞା କରିଥିଲେ, ସେହି ଦେଶକୁ ସେ ତୁମ୍ଭମାନଙ୍କୁ ଦେବେ।


“ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ, ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ, ତା'ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।”


ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା'ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏବଂ ମିଶରରୁ ବାହାର କରି ଆଣିଥିବା ଲୋକମାନଙ୍କ ସହିତ ଏ ଦେଶ ପରିତ୍ୟାଗ କର। ମୁଁ ଅବ୍ରହାମ ଓ ଇ‌ସ୍‌ହାକ ଓ ଯାକୁବ ନିକଟରେ ପ୍ରତିଜ୍ଞା କରିଥିଲି, ସେମାନଙ୍କ ଭବିଷ୍ୟଦ୍ ବଂଶଧରମାନଙ୍କୁ ଦେବି ବୋଲି।


“ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ, ତୁମ୍ଭେମାନେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶରେ କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ,


Swiv nou:

Piblisite


Piblisite