Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:9 - ପବିତ୍ର ବାଇବଲ

9 “ଏଣୁ ସେମାନେ ମୋର ନିୟମ ଯତ୍ନ ସହକାରେ ରକ୍ଷା କରିବା ଉଚିତ୍। ଯଦି ସେମାନେ ତାହା ନ କରନ୍ତି, ତେବେ ସେଥି ସକାଶେ ସେମାନେ ନିଜ ନିଜ ପାପ ବହନ କରିବେ ଓ ତହିଁରେ ମରିବେ, ମୁଁ ସର୍ବଦା ଆଗାମୀ ସବୁସମୟର ସଦାପ୍ରଭୁ। ଏବଂ ଯାଜକମାନଙ୍କୁ ପବିତ୍ର ହେବାକୁ ମୁଁ ବାଛିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହେତୁ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ପାପ ବହିବେ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।

Gade chapit la Kopi

ଓଡିଆ ବାଇବେଲ

9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।

Gade chapit la Kopi




ଲେବୀୟ ପୁସ୍ତକ 22:9
10 Referans Kwoze  

ଏବଂ ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ କିମ୍ବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ଯଜ୍ଞବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଏହି ବସ୍ତ୍ର ପରିଧାନ କରିବା ଉଚିତ୍, ତାହାହେଲେ ସେମାନେ ଦୋଷୀ ହେବେ ନାହିଁ ଓ ମୃତ୍ୟୁବରଣ କରିବେ ନାହିଁ। ସବୁ ସମୟରେ ସେମାନେ ଯାଜକ ରୂପେ କାର୍ଯ୍ୟ କରନ୍ତୁ ଏହା ହାରୋଣର ଓ ତାହାର ଭବିଷ୍ୟଦ୍ ବଂଶଧର ପାଇଁ ଅନନ୍ତକାଳୀନ ବିଧି ଅଟେ।


ଆଉ ସେହି ଉତ୍ତମ ଦ୍ରବ୍ୟ ନୈବେଦ୍ୟ ରୂପେ ଉତ୍ସର୍ଗ କଲେ ତୁମ୍ଭେମାନେ କୌଣସି ପାପ ବହନ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ନ ମରିବ ସେଥିପାଇଁ ଇସ୍ରାଏଲ ଲୋକମାନଙ୍କର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”


ମାତ୍ର ଇସ୍ରାଏଲର ଅନ୍ୟମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ। ସେମାନେ ଆସିଲେ ମରିବେ।


ପୁଣି ତାହା ହୋଇପାରେ, ଯଦି ଯାଜକଗଣ ଇସ୍ରାଏଲୀୟମାନଙ୍କୁ ସେମାନଙ୍କର ନିଜର ପବିତ୍ର ନୈବେଦ୍ୟ ଖାଇବା ପାଇଁ ଅନୁମତି ଦେଇ ଜୋରୀମାନା କରି ପାରନ୍ତି। କାରଣ କେବଳ ମୁଁ ଯେ କି ନୈବେଦ୍ୟକୁ ପବିତ୍ର କରିଅଛି।”


“ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ୟୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦକ ସମ୍ମୁଖରେ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦେବା।


ତୁମ୍ଭେମାନେ ଅନ୍ଧ ଓ ମୂର୍ଖ! ଅଧିକ ବଡ଼ କିଏ? ସୁନା ନା ମନ୍ଦିର? ମନ୍ଦିର ସେହି ସୁନାକୁ ପବିତ୍ର କରିଥାଏ। ତେଣୁ ମନ୍ଦିର ଅଧିକ ବଡ଼।


ସଦାପ୍ରଭୁଙ୍କ ସମ୍ମୁଖରେ ଅଗ୍ନି ଉପରେ ସେ ସୁଗନ୍ଧିଧୂପ ଦେବା ଉଚିତ୍। ତାହାଦ୍ୱାରା ନିୟମ-ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ଧୂଆଁର ବାଦଲ ଆଚ୍ଛନ୍ନ ହେଲେ ସେ ମରିବ ନାହିଁ।


ଏଣୁ ତୁମ୍ଭେମାନେ ପୂର୍ବପରି ଘୃଣ୍ୟକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


“ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବା ଉଚିତ୍। ତୁମ୍ଭେମାନେ ତାଙ୍କର ବ୍ୟବସ୍ଥା, ବିଧି ଓ ଆଦେଶ ସବୁ ସର୍ବଦା ପାଳନ କରିବା ଉଚିତ୍।


Swiv nou:

Piblisite


Piblisite