Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:18 - ପବିତ୍ର ବାଇବଲ

18 “ପୁଣି ତୁମ୍ଭେମାନେ ସେହି ରୋଟୀ ସହିତ ଏକବର୍ଷୀୟ ସାତୋଟି ନିଖୁଣ ମେଷବତ୍ସ, ଗୋଟିଏ ବୃଷଭ ଓ ଦୁଇଟି ମେଷ ବଳିଦାନ କରିବା ଉଚିତ୍। ତାହା ସଦାପ୍ରଭୁଙ୍କୁ ହୋମବଳି ହେବ। ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ସହିତ ଏହା ସଦାପ୍ରଭୁଙ୍କୁ ସୁବାସିତ ନୈବେଦ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ତୁମ୍ଭେମାନେ ସେହି ରୋଟୀ ସହିତ ପ୍ରଥମବର୍ଷୀୟ ନିଖୁଣ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Gade chapit la Kopi

ଓଡିଆ ବାଇବେଲ

18 ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Gade chapit la Kopi




ଲେବୀୟ ପୁସ୍ତକ 23:18
8 Referans Kwoze  

ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ୟକ୍ତି ସଦାପ୍ରଭୁଙ୍କୁ ଧନ୍ୟବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡ଼ିଯୁକ୍ତ ପିଠା ମଧ୍ୟ ଆଣିବା ଉଚିତ୍।


ତୁମ୍ଭେମାନେ ନିଜ ନିଜ ଘରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଉପହାର ହେବ।


ତା'ପରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀୟ ମେଷବତ୍ସ ଉତ୍ସର୍ଗ କରିବ।


“ସେ ଯଦି ନିଜ ଗୋଠରୁ ଗାଈ ହୋମବଳି ରୂପେ ଉତ୍ସର୍ଗ କରେ, ତେବେ ତାହା ନିଶ୍ଚିତ ନିଖୁଣ ଅଣ୍ଡିରା ବାଛୁରି ହୋଇଥିବ ଓ ସେ ତାକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ। ତାହାହେଲେ ତାହା ସଦାପ୍ରଭୁଙ୍କ ଦ୍ୱାରା ଗୃହୀତ ହେବ।


Swiv nou:

Piblisite


Piblisite