Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:27 - ପବିତ୍ର ବାଇବଲ

27 “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପାପରୁ ପ୍ରାୟଶ୍ଚିତ୍ତର ଦିନ ହେବ। ସେଦିନ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ ଓ ସଦାପ୍ରଭୁଙ୍କୁ ସୁବାସିତ ଉପହାର ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

27 “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:27
19 Referans Kwoze  

“ହାରୋଣ, ପାପ କ୍ଷମାର୍ଥେ ବର୍ଷକୁ ଥରେ ଦୋଷାର୍ଥକ ବଳି ରକ୍ତ ସହିତ ଯଜ୍ଞବେଦିର ଶିଙ୍ଗ ଉପରେ ପ୍ରସ୍ତୁତ କରିବାର ଦିନ ବ୍ୟବହାର କରିବା ଉଚିତ୍। ହାରୋଣର ବଂଶଧର ପୁରୁଷାନୁକ୍ରମେ ପ୍ରତ୍ୟେକ ବର୍ଷ ଏହା କରିବା ଉଚିତ୍। ଏହି ଯଜ୍ଞବେଦି ସଦାପ୍ରଭୁଙ୍କ ପାଇଁ ମହାପବିତ୍ର।”


ତା'ପରେ ସେ କୌଣସି ପବିତ୍ର ସ୍ଥାନରେ ନିଜର ଶରୀରକୁ ଜଳରେ ଧୌତ କରି ନିଜ ବସ୍ତ୍ର ପିନ୍ଧି ବାହାରକୁ ଆସିବ, ପୁଣି ନିଜର ହୋମବଳି ଓ ଲୋକମାନଙ୍କର ହୋମବଳି ଉତ୍ସର୍ଗ କରି ନିଜ ପାଇଁ ଓ ଲୋକମାନଙ୍କ ପାଇଁ ପ୍ରାୟଶ୍ଚିତ କରିବ।


“ଏହା ପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନେଇ କରିଥିଲା, ସେହିପରି ତାହାର ରକ୍ତ ନେଇ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


ଆମ୍ଭେ ଦାଉଦ ପରିବାର ଓ ଯିରୁଶାଲମ ନିବାସୀଙ୍କ ଉପରେ ଦୟା ଓ ବିନତିର ଆତ୍ମା ବୃଷ୍ଟି କରିବା। ସେମାନେ ଆମ୍ଭକୁ ଦେଖିବେ, ଯାହାକୁ ସେମାନେ ବିଦ୍ଧ କଲେ। ଏବଂ ସେମାନେ ଶୋକ କରିବେ। ସେମାନେ ଏପରି ଶୋକ କରିବେ ଯେ, ନିଜର ଏକମାତ୍ର ପୁତ୍ରର ମୃତ୍ୟୁରେ ଜଣେ ଯେପରି ଶୋକ କରେ। ସେମାନେ ବ୍ୟାକୁଳ ହୋଇ କାନ୍ଦିବେ, ଯେପରି ଜଣେ ଜ୍ୟେଷ୍ଠପୁତ୍ରର ମୃତ୍ୟୁରେ କାନ୍ଦନ୍ତି।


ମନୁଷ୍ୟ ଏହି ପ୍ରକାର ଉପବାସଦ୍ୱାରା ନିଜର ପ୍ରାଣକୁ କ୍ଳେଶ ଦେଉ, ଆମ୍ଭେ କ’ଣ ଏହି ପ୍ରକାର ଦିନ ମନୋନୀତ କରିଅଛୁ? ପୁଣି ନଳବୃକ୍ଷ ପରି ମୁଣ୍ଡ ନୁଆଁଇ, ଚଟବସ୍ତ୍ର ପରିଧାନ କରି ଓ ଭସ୍ମ ତଳେ ବିଛାଇ ତା'ଉପରେ ବସିଲେ ସଦାପ୍ରଭୁ ସେପ୍ରକାର ଉପବାସ ଦିନକୁ ଗ୍ରହଣ କରିବେ ବୋଲି ତୁମ୍ଭେ କହିବ?


ଏହା ପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ମୁଁ ଅହିବା ନଦୀ ନିକଟରେ ଉପବାସ ଘୋଷଣା କଲି।


ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ, ପ୍ରାୟଶ୍ଚିତ ଦିନରେ ତୁମ୍ଭେମାନେ ନିଜର ସମଗ୍ର ଦେଶରେ ତୂରୀ ବଜାଇବ।


“ତା'ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲା, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାୟଶ୍ଚିତ କରିବ, ପୁଣି ନିଜ ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।


ଦୁଃଖୀ ହୁଅ, ଦୁଃଖ ପ୍ରକାଶ କର ଓ କ୍ରନ୍ଦନ କର! ତୁମ୍ଭର ହାସ୍ୟକୁ କ୍ରନ୍ଦନରେ ବଦଳାଇ ଦିଅ। ତୁମ୍ଭର ପ୍ରଫୁଲ୍ଲତାକୁ ଦୁଃଖରେ ବଦଳାଅ।


ଯେତେବେଳେ ସେହି ଲୋକମାନେ ପୀଡ଼ିତ ଥିଲେ, ମୁଁ ସେମାନଙ୍କ ପାଇଁ ଦୁଃଖିତ ହୋଇଥିଲି। ମୁଁ କିଛି ନ ଖାଇ ମୋର ସମବେଦନା ଜଣାଇ ଥିଲି। ଏହା କ’ଣ ମୋ’ ପାଇଁ ସେମାନଙ୍କର ଉପଯୁକ୍ତ ପ୍ରତିଦାନ?


ଏହିପରି ବହୁତ ସମୟ ବିତିଗଲା। ସେତେବେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହୋଇ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହୋଇ ଆସୁଥିଲା। ତେଣୁ ପାଉଲ ସେମାନଙ୍କୁ ସାବଧାନ କରେଇ କହିଲେ, “ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହେବ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେହି ଦିନ ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ। କାରଣ ଏହା ପ୍ରାୟଶ୍ଚିତ୍ତର ଦିନ। ସେଦିନ ଯାଜକ ସଦାପ୍ରଭୁଙ୍କ ସମ୍ମୁଖକୁ ଯାଇ ତୁମ୍ଭମାନଙ୍କର ପ୍ରାୟଶ୍ଚିତ୍ତ କରିବ।


ଏହିରୂପେ ହାରୋଣ ମହାପବିତ୍ର ସ୍ଥାନକୁ ଶୌଚ କରିବ। ଇସ୍ରାଏଲ ଲୋକମାନଙ୍କ ଅଶୌଚ ଓ ପାପ ପାଇଁ ସେ ପ୍ରାୟଶ୍ଚିତ କରିବ। ହାରୋଣ ସମାଗମ-ତମ୍ବୁ ପାଇଁ ସେହିପରି କରିବ, କାରଣ ଏହା ଅଶୌଚ ମଧ୍ୟରେ ସେମାନଙ୍କ ସହିତ ବାସ କରେ।


Swiv nou:

Piblisite


Piblisite