Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:43 - ପବିତ୍ର ବାଇବଲ

43 ଆମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ମିଶର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କ ପତ୍ରକୁଟୀରରେ ବାସ କରାଇଥିଲୁ ଏହା ତୁମ୍ଭମାନଙ୍କ ଭବିଷ୍ୟ‌ଦ୍‌ ବଂଶଧର ଜାଣି ପାରିବେ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟଦ୍-ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

43 ତହିଁରେ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତହିଁରେ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିବା ବେଳେ ସେମାନଙ୍କୁ ପତ୍ରକୁଟୀରରେ ବାସ କରାଇଥିଲୁ, ଏହା ତୁମ୍ଭମାନଙ୍କର ଭବିଷ୍ୟତ ପୁରୁଷମାନେ ଜାଣି ପାରିବେ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi




ଲେବୀୟ ପୁସ୍ତକ 23:43
6 Referans Kwoze  

“ଭବିଷ୍ୟ‌‌‌ତରେ ତୁମ୍ଭମାନଙ୍କର ସନ୍ତାନମାନେ ପଗ୍ଭରିବେ, ତୁମ୍ଭେ କାହିଁକି ଏପରି କରୁଛ? ଏବଂ ସେମାନେ ପଗ୍ଭରିବେ, ‘ଏସବୁର ଅର୍ଥ କ’ଣ? ଏବଂ ତୁମ୍ଭର ଉତ୍ତର ହେବ, ‘ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମିଶରଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଛନ୍ତି। ଆମ୍ଭେମାନେ ସେଠାରେ ଦାସ ଥିଲୁ। କିନ୍ତୁ ସଦାପ୍ରଭୁ ଆମ୍ଭମାନଙ୍କୁ ସେଠାରୁ ବାହାର କରି ଏଠାକୁ ନେଇ ଆସିଛନ୍ତି।


“ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ, ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ପାଳିତ ହେବ।


430 ବର୍ଷପରେ ସେହି ଦିନରେ ସଦାପ୍ରଭୂଙ୍କ ସୈନ୍ୟ ସମୁହ ମିଶରରୁ ବିଦାୟ ନେଲେ।


ତେଣୁ ଠିକ୍ ସେହି ଦିନ, ସଦାପ୍ରଭୁ ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ମିଶରରୁ ଆଗେଇ ନେଲେ। ସୈନ୍ୟ ଶ୍ରେଣୀବଦ୍ଧ ଲୋକମାନେ ମିଶର ପରିତ୍ୟାଗ କଲେ।


Swiv nou:

Piblisite


Piblisite