Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 24:15 - ପବିତ୍ର ବାଇବଲ

15 ଆଉ ତୁମ୍ଭେ ଇସ୍ରାଏଲର ସନ୍ତାନଗଣଙ୍କୁ କୁହ ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ପାପ ବହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେ କେହି ଆପଣା ପରମେଶ୍ଵରଙ୍କୁ ଶାପ ଦିଏ, ସେ ଆପଣା ପାପ ବହିବ।

Gade chapit la Kopi

ଓଡିଆ ବାଇବେଲ

15 ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।

Gade chapit la Kopi




ଲେବୀୟ ପୁସ୍ତକ 24:15
7 Referans Kwoze  

ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାରପର୍ବ ପାଳନ କରେ ନାହିଁ, ତାକୁ ତା'ର ଆପଣା ଲୋକମାନଙ୍କ ମଧ୍ୟରୁ ବହିଷ୍କାର କରାଯିବ, ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥି ପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ।


“ଯଦି କୌଣସି ବ୍ୟକ୍ତି ଯାହା ଦେଖିଅଛି, ଶୁଣିଅଛି ବା ଜାଣିଅଛି ସାକ୍ଷୀରୂପେ ତାହା ପ୍ରକାଶ କରିବା କଥା, ମାତ୍ର ତାହା ଯଦି ସେ ପ୍ରକାଶ ନ କରେ ତେବେ ସେ ପାପ କରେ ଓ ଅପରାଧୀ ହୁଏ।


“ତୁମ୍ଭେ କୌଣସି ଅବଜ୍ଞା କରିବ ନାହିଁ ଆପଣା ପରମେଶ୍ୱରଙ୍କୁ। ଏବଂ ତୁମ୍ଭର କୌଣସି ଅଧ୍ୟକ୍ଷଙ୍କୁ ଶାପ ଦେବ ନାହିଁ।


ଦୁଇଜଣ ପାପଧମ ଲୋକଙ୍କୁ ଖୋଜ ଓ ସେମାନଙ୍କୁ ନାବୋତ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବାକୁ କୁହ। ସେମାନେ କହିବେ ଯେ, ସେମାନେ ଶୁଣିଲେ, ନାବୋତ ପରମେଶ୍ୱର ଓ ରାଜାଙ୍କୁ ଅଭିଶାପ ଦେଇଛନ୍ତି। ତା'ପରେ ତାକୁ ନଗର ବାହାରକୁ ନେଇ ପଥରମାରି ବଧ କର।”


“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।


“ତୁମ୍ଭେ ନିଜ ବଂଶଜାତ କାହାକୁ ହିଁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ଉତ୍ସର୍ଗୀତ ହେବାକୁ ଦେବା ଉଚିତ୍ ନୁହଁ, କିମ୍ବା ତୁମ୍ଭେ ତୁମ୍ଭର ପରମେଶ୍ୱରଙ୍କ ପବିତ୍ର ନାମକୁ କଳୁଷିତ ନିଶ୍ଚୟ କରିବ ନାହିଁ। ମୁଁ ସଦାପ୍ରଭୁ ଅଟେ।


Swiv nou:

Piblisite


Piblisite